ଭିଜିଲାନ୍ସ ଜାଲରେ କିରାଣି

କେନ୍ଦୁଝର,୧୨ା୧୦(ସ୍ବ.ପ୍ର.): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ଙ୍କ ନିର୍ଦ୍ଦେଶକ୍ରମେ ବାଂଶପାଳ ବିଇଓ ଅଫିସ୍‌ର କନିଷ୍ଠ କିରାଣି ଗଙ୍ଗାଧର ସାହୁଙ୍କ ସରକାରୀ ବାସଭବନ ସମେତ ୫ଟି ସ୍ଥାନରେ ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି। ବୁଧବାର ସକାଳେ କେନ୍ଦୁଝର ଜେଲରୋଡ୍‌ସ୍ଥିତ ସରକାରୀ ବାସଭବନ, ଭାଲୁକିପତଳାସ୍ଥିତ ୩ ମହଲା ଘର, ତେଲକୋଇ ବ୍ଲକ ତାଳପଦାସ୍ଥିତ ପୈତୃକ ଘର ଓ ଶ୍ୱଶୁର ଘର ସରାସପଶିରେ, ବାଂଶପାଳ ବିଇଓ କାର୍ଯ୍ୟାଳୟ ସମେତ ଏକକାଳୀନ ଚଢ଼ାଉ କରି ଯାଞ୍ଚ କରାଯାଇଥିଲା। ଏହି ଚଢ଼ାଉରେ ବାଲେଶ୍ୱର ଡିଭିଜନ ଭିଜିଲାନ୍ସ ଏସ୍‌ପି ନରହରି ନାୟକଙ୍କ ନେତୃତ୍ୱରେ ଡିଏସ୍‌ପି ହରେକୃଷ୍ଣ ମାଝି, ଦକ୍ଷିଣୀ ଚରଣ ମୁର୍ମୁ, ସିକନ୍ଦର ହେମ୍ବ୍ରମଙ୍କ ସମେତ ୭ ଇନ୍ସପେକ୍ଟର,୨ ଏଏସ୍‌ଆଇ ଓ ୯ କନ୍‌ଷ୍ଟେବଳ ସାମିଲ ହୋଇଥିଲେ। ଯାଞ୍ଚ ବେଳେ ପାଖାପାଖି ୮୫ ଲକ୍ଷ ଟଙ୍କା ମୂଲ୍ୟର ଭାଲୁକିପତଳା ୩ ନମ୍ବର ଲେନ୍‌ରେ ଥିବା ୩ ମହଲା ଘର ଥିବା ଜଣାପଡ଼ିଛି। ସେହିପରି ଭାଲୁକିପତଳା ମୌଜାରେ ଏକ ପ୍ଲଟ ଥିବା ଜଣାପଡ଼ିଛି। ସେହିପରି ବିଭିନ୍ନ ବ୍ୟାଙ୍କରେ ଫିକ୍ସ ଜମା ଏବଂ ବୀମା ଜମା ବାବଦକୁ ୧୨ ଲକ୍ଷ ୭୫ ହଜାର ଟଙ୍କାର କାଗଜପତ୍ର ମିଳିଛି। ଯାହାକୁ ଭିଜିଲାନ୍ସ ବିଭାଗ ଅଧିକ ଯାଞ୍ଚ କରୁଛି। ସେହିପରି ଶଳା ନାମରେ ଥିବା ୯ ଲକ୍ଷ ଟଙ୍କା ମୂଲ୍ୟର ଏକ କାର୍‌ ଏବଂ ୨ ଲକ୍ଷ ଟଙ୍କାର ଆସବାବପତ୍ର ମିଳିଛି। ତାଙ୍କ ନାମରେ ବାରମ୍ବାର ଅଭିଯୋଗ ହେବା ପରେ ଭିଜିଲାନ୍ସ ବିଭାଗ ୨୦୨୧ ମସିହାରୁ ତଥ୍ୟ ସଂଗ୍ରହ କରି ଆସୁଥିଲା। ଗତ ୧୦ ତାରିଖରେ ଆୟ ବହିର୍ଭୂତ ସମ୍ପତ୍ତି ଯାଞ୍ଚ ପାଇଁ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରୁ ଓ୍ବାରେଣ୍ଟ ଆଣି ଆଜି ଏହି ଚଢ଼ାଉ କରାଯାଇଥିବା ଏସ୍‌ପି ନରହରି ନାୟକ କହିଛନ୍ତି। ତେବେ ସବିଶେଷ ହିସାବ କରିବା ପରେ ଆୟ ବହିର୍ଭୂତ ସମ୍ପତ୍ତି କେତେ ରହିଛି ଜଣାପଡ଼ିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri