ଭିଜିଲାନ୍ସ ଜାଲରେ କିରାଣି

କେନ୍ଦୁଝର,୧୨ା୧୦(ସ୍ବ.ପ୍ର.): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ଙ୍କ ନିର୍ଦ୍ଦେଶକ୍ରମେ ବାଂଶପାଳ ବିଇଓ ଅଫିସ୍‌ର କନିଷ୍ଠ କିରାଣି ଗଙ୍ଗାଧର ସାହୁଙ୍କ ସରକାରୀ ବାସଭବନ ସମେତ ୫ଟି ସ୍ଥାନରେ ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି। ବୁଧବାର ସକାଳେ କେନ୍ଦୁଝର ଜେଲରୋଡ୍‌ସ୍ଥିତ ସରକାରୀ ବାସଭବନ, ଭାଲୁକିପତଳାସ୍ଥିତ ୩ ମହଲା ଘର, ତେଲକୋଇ ବ୍ଲକ ତାଳପଦାସ୍ଥିତ ପୈତୃକ ଘର ଓ ଶ୍ୱଶୁର ଘର ସରାସପଶିରେ, ବାଂଶପାଳ ବିଇଓ କାର୍ଯ୍ୟାଳୟ ସମେତ ଏକକାଳୀନ ଚଢ଼ାଉ କରି ଯାଞ୍ଚ କରାଯାଇଥିଲା। ଏହି ଚଢ଼ାଉରେ ବାଲେଶ୍ୱର ଡିଭିଜନ ଭିଜିଲାନ୍ସ ଏସ୍‌ପି ନରହରି ନାୟକଙ୍କ ନେତୃତ୍ୱରେ ଡିଏସ୍‌ପି ହରେକୃଷ୍ଣ ମାଝି, ଦକ୍ଷିଣୀ ଚରଣ ମୁର୍ମୁ, ସିକନ୍ଦର ହେମ୍ବ୍ରମଙ୍କ ସମେତ ୭ ଇନ୍ସପେକ୍ଟର,୨ ଏଏସ୍‌ଆଇ ଓ ୯ କନ୍‌ଷ୍ଟେବଳ ସାମିଲ ହୋଇଥିଲେ। ଯାଞ୍ଚ ବେଳେ ପାଖାପାଖି ୮୫ ଲକ୍ଷ ଟଙ୍କା ମୂଲ୍ୟର ଭାଲୁକିପତଳା ୩ ନମ୍ବର ଲେନ୍‌ରେ ଥିବା ୩ ମହଲା ଘର ଥିବା ଜଣାପଡ଼ିଛି। ସେହିପରି ଭାଲୁକିପତଳା ମୌଜାରେ ଏକ ପ୍ଲଟ ଥିବା ଜଣାପଡ଼ିଛି। ସେହିପରି ବିଭିନ୍ନ ବ୍ୟାଙ୍କରେ ଫିକ୍ସ ଜମା ଏବଂ ବୀମା ଜମା ବାବଦକୁ ୧୨ ଲକ୍ଷ ୭୫ ହଜାର ଟଙ୍କାର କାଗଜପତ୍ର ମିଳିଛି। ଯାହାକୁ ଭିଜିଲାନ୍ସ ବିଭାଗ ଅଧିକ ଯାଞ୍ଚ କରୁଛି। ସେହିପରି ଶଳା ନାମରେ ଥିବା ୯ ଲକ୍ଷ ଟଙ୍କା ମୂଲ୍ୟର ଏକ କାର୍‌ ଏବଂ ୨ ଲକ୍ଷ ଟଙ୍କାର ଆସବାବପତ୍ର ମିଳିଛି। ତାଙ୍କ ନାମରେ ବାରମ୍ବାର ଅଭିଯୋଗ ହେବା ପରେ ଭିଜିଲାନ୍ସ ବିଭାଗ ୨୦୨୧ ମସିହାରୁ ତଥ୍ୟ ସଂଗ୍ରହ କରି ଆସୁଥିଲା। ଗତ ୧୦ ତାରିଖରେ ଆୟ ବହିର୍ଭୂତ ସମ୍ପତ୍ତି ଯାଞ୍ଚ ପାଇଁ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରୁ ଓ୍ବାରେଣ୍ଟ ଆଣି ଆଜି ଏହି ଚଢ଼ାଉ କରାଯାଇଥିବା ଏସ୍‌ପି ନରହରି ନାୟକ କହିଛନ୍ତି। ତେବେ ସବିଶେଷ ହିସାବ କରିବା ପରେ ଆୟ ବହିର୍ଭୂତ ସମ୍ପତ୍ତି କେତେ ରହିଛି ଜଣାପଡ଼ିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?