Posted inଜାତୀୟ

ମନା କରିବା ପରେ ମଧ୍ୟ ଗ୍ୟାଲେଣ୍ଟ୍ରି ପଦକ ପାଇଥିବା ସୈନିକମାନଙ୍କ ପେନସନରୁ ଆୟକର କଟାଯାଉଛି…

ନୂଆଦିଲ୍ଲୀ,୨୬।୮ : ବ୍ୟାଙ୍କଗୁଡିକ କେନ୍ଦ୍ର ସରକାରଙ୍କ ଅଧୀନରେ ଥିବା ବିଭିନ୍ନ ସୁରକ୍ଷା ବାହିନୀ ଏବଂ ପୋଲିସ ସଂଗଠନର ଗ୍ୟାଲେଣ୍ଟ୍ରି ପଦକ ପାଇଥିବାେ କର୍ମଚାରୀଙ୍କ ପେନସନରୁ ଆୟକର କାଟୁଛନ୍ତି। ଅର୍ଥ ମନ୍ତ୍ରଣାଳୟର ବ୍ୟୟ ବିଭାଗ ଅଧୀନରେ ଥିବା କେନ୍ଦ୍ରୀୟ ପେନସନ ଆକାଉଣ୍ଟିଂ କାର୍ଯ୍ୟାଳୟ ପକ୍ଷରୁ ଏଭଳି ଅଭିଯୋଗ ଗ୍ରହଣ କରାଯାଇଛି। ଆଇଟି ଆକ୍ଟର ଧାରା ୧୦ ଧାରା ୧୮ (ଆଇ) ର ବ୍ୟବସ୍ଥା ଅନୁଯାୟୀ, କେନ୍ଦ୍ର ସରକାର ସିବିଡିଟି ଦ୍ୱାରା ପ୍ରକାଶିତ ବିଜ୍ଞପ୍ତିରେ ଆୟକର ପରିପ୍ରେକ୍ଷୀରେ ଗ୍ୟାଲେଣ୍ଟ୍ରି ପଦକ ପୁରସ୍କାର ପ୍ରାପ୍ତ ବ୍ୟକ୍ତିଙ୍କ ପେନସନ ଛାଡ଼ କରିଛନ୍ତି।

ଅର୍ଥ ମନ୍ତ୍ରଣାଳୟର ବ୍ୟୟ ବିଭାଗ ଅଧୀନରେ ଥିବା କେନ୍ଦ୍ରୀୟ ପେନସନ ଆକାଉଣ୍ଟିଂ କାର୍ଯ୍ୟାଳୟ ଦ୍ୱାରା ଜାରି କରାଯାଇଥିବା ଏକ କାର୍ଯ୍ୟାଳୟ ସ୍ମାରକପତ୍ର ଅନୁଯାୟୀ ଏହା ଦେଖାଯାଇଛି ବହୁ ପ୍ରାଧିକୃତ ବ୍ୟାଙ୍କ ଗ୍ୟାଲେଣ୍ଟ୍ରି ପଦକ ପୁରସ୍କାର ପ୍ରାପ୍ତ ବ୍ୟକ୍ତିଙ୍କ ପେନସନରୁ ଆୟକର କାଟୁଛନ୍ତି। ଏହା ନିୟମ ବିରୁଦ୍ଧ ଅଟେ। ଏହି ପରିପ୍ରେକ୍ଷୀରେ, କେନ୍ଦ୍ର ସରକାରଙ୍କ ଅର୍ଥ ମନ୍ତ୍ରଣାଳୟ, ୨୪ ନଭେମ୍ବର ୨୦୦୦ ରେ ସିବିଡିଟି ଦ୍ୱାରା ଜାରି ବିଜ୍ଞପ୍ତିରେ ଆଇଟି ଆକ୍ଟର ଧାରା ୧୦ ଧାରା ୧୮ (ଆଇ)ରେ ଏକ ବ୍ୟବସ୍ଥା କରିଥିଲେ ଯେ ଆୟକର କାଟ ହେବ ନାହିଁ।। ତାଙ୍କ ପେନସନ ଆୟକରରୁ ମୁକ୍ତ ହେବ।

ଅର୍ଥ ମନ୍ତ୍ରଣାଳୟ ମଧ୍ୟ ୧୨ ମଇ ୨୦୨୧ ରେ ଏକ କାର୍ଯ୍ୟାଳୟ ସ୍ମାରକପତ୍ର ଜାରି କରିଥିଲା। ଏଥିରେ ସମସ୍ତ ପ୍ରାଧିକୃତ ବ୍ୟାଙ୍କମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା ଗ୍ୟାଲେଣ୍ଟ୍ରି ପୁରସ୍କାର ପ୍ରାପ୍ତ ବ୍ୟକ୍ତିଙ୍କ ଦ୍ୱାରା ପ୍ରାପ୍ତ ପେନସନ ଉପରେ ଆୟକର କଟାଯିବ ନାହିଁ। ଏହା ସତ୍ତ୍ୱେ ପେନସନ ଉପରେ ଆୟକର କଟାଯାଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲରେ ଥ୍ରୋ ବଲ ପ୍ରତିଯୋଗିତା ଅନୁଷ୍ଠିତ

ଛତ୍ରପୁର, ୧୦।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ) : ଛତ୍ରପୁର ସ୍ଥିତ କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲ ପକ୍ଷରୁ ସିଆଇସିଏସଇ ସ୍ପୋଟର୍‌ସ ଏଣ୍ଡ ଗେମ୍ସ ପକ୍ଷରୁ ଦିନିକିଆ ଆଞ୍ଚଳିକ…

ଚାଷଜମିକୁ ଜଳସେଚନର ହେବ ସୁବିଧା : ଖୋଲିଲା ଜୟ ମଙ୍ଗଳ ଓ ଋଷିକୂଳ୍ୟାର ୧୫ ନମ୍ବର କେନାଲ

ଛତ୍ରପୁର,୧୦।୮, (ଦିଲ୍ଲୀପି ସାମଲ/ଦ୍ୱାରିକା ପଟ୍ଟନାୟକ) : ଚଳିତ ଖରିଫ ଚାଷ ଋତୁରେ ଚାଷୀଙ୍କୁ ଆବଶ୍ୟକ ଜଳସେଚନ ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ଜୟ ମଙ୍ଗଳ କେନାଲରେ ଜଳ ଛଡ଼ାଯାଇଛି।…

ଶଶ୍ମାନ, ଠାକୁରାଣୀ ଶାଳରୁ ଜବରଦଖଲ ଉଚ୍ଛେଦ ଦାବି

ପାଟଣା,୧୦ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ୀ କାପୁଡ଼ି ଗାଁ ତେନ୍ତେଳା ଗ୍ରାମର ଶ୍ମଶାନ ଓ ଠାକୁରାଣୀ ଶାଳରେ ଉକ୍ତ ଗ୍ରାମର ସୁଦାମ ମହାନ୍ତ ଓ…

ଝାଡୁ ଧରିଲେ ମହାବିଦ୍ୟାଳୟର ଛାତ୍ରୀଛାତ୍ର, ଲକ୍ଷ୍ୟ ପୂରଣ ପାଇଁ ସମସ୍ତେ ଏକାଠି ହୋଇ…

ଭଞ୍ଜନଗର,୧୦ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ସୋମବାର ସ୍ବଚ୍ଛତା ପଖଓ୍ବାଡ଼ା ଅବସରରେ ଜାତୀୟ ସେବା ଯୋଜନା (NSS) କୋ-ୟୁନିଟ୍‌ ଓ…

ବିଦେଶୀ ମଦ ଦୋକାନ ବନ୍ଦ ଦାବି: ଉପଜିଲାପାଳ କାର୍ଯ୍ୟାଳୟ ଘେରାଉ

ବୀରମହାରାଜପୁର, ୧୦/୯ (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ଥାନା ନୁଆଁପଡ଼ାଠାରେ ଥିବା ବିଦେଶୀ ମଦ ଦୋକାନ ବନ୍ଦ ଦାବିରେ ମହିଳାମାନେ…

ଚାଷୀମାରଣ ନୀତିକୁ ବିରୋଧ, ଜେଲ୍‌ଭରୋ ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ

ବରଗଡ଼,୧୦ା୮(ପ୍ରେମାନନ୍ଦ ଖମାରୀ): କୃଷିକ୍ଷେତ୍ରରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପ୍ରଣୀତ ବିଭିନ୍ନ ନୀତିକୁ ନେଇ ଚାଷୀ ଅସନ୍ତୋଷ ତେଜି ଉଠିଛି । ଏହି କ୍ରମରେ ସୋମବାର ବରଗଡ଼…

ଓଲଟିଲା କୋଇଲା ବୋଝେଇ ଟ୍ରକ୍‌, ଓଡ଼ିଶା-ଆନ୍ଧ୍ର ରାସ୍ତା ଜାମ୍‌

ଗୁଣପୁର,୧୦ା୮(ସୁଜାତା ପାଢ଼ୀ): କୋଇଲା ବୋଝେଇ ଟ୍ରକ୍‌ ଓଲଟିଯିବା ଫଳରେ ଓଡ଼ିଶା ଆନ୍ଧ୍ର ରାସ୍ତା ଦୀର୍ଘ ୬ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ଜାମ ହୋଇ ରହିଛି। ରବିବାର…

ସରକାରୀ କାର୍ଯ୍ୟକ୍ରମରେ ତାମିଲ ସଙ୍ଗୀତ ଗାନ ବାଧ୍ୟତାମୂଳକ; ତାମିଲନାଡୁ ବିଧାନସଭାରେ ପ୍ରସ୍ତାବ ଉପସ୍ଥାପିତ; ସମର୍ଥନ କଲେ DMK-AIADMK

ଚେନ୍ନାଇ,୧୦।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ସୋମବାର ବିଧାନସଭାରେ ଏକ ପ୍ରସ୍ତାବ ଆଗତ କରିଛନ୍ତି। ଏହି ପ୍ରସ୍ତାବ ଅନୁଯାୟୀ, ରାଜ୍ୟ ସାରା ସରକାରୀ କାର୍ଯ୍ୟ ଆରମ୍ଭରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri