Posted inଜାତୀୟ

ଟାର୍ଗେଟରେ ଉପମୁଖ୍ୟମନ୍ତ୍ରୀ

ମୁମ୍ବାଇ,୨।୧୧: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଉପରେ ମଙ୍ଗଳବାର ଆୟକର ବିଭାଗର ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି। ଆୟକର ବିଭାଗ ପକ୍ଷରୁ ପାୱାରର ପାଞ୍ଚଟି ସମ୍ପତ୍ତି ଜବତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହି ସମ୍ପତ୍ତିର ମୂଲ୍ୟ ଏକ ହଜାର କୋଟିରୁ ଅଧିକ ହେବ ବୋଲି ଆକଳନ କରାଯାଇଛି। ଜବତ ହେବାକୁ ଥିବା ଅଜିତଙ୍କ ୫ଟି କମ୍ପାନୀ ହେଉଛି- ପ୍ରାୟ ୬ଶହ କୋଟି ମୂଲ୍ୟର ଜରନ୍ଦେଶ୍ୱର ସୁଗର ଫ୍ୟାକ୍ଟ୍ରି, ସାଉଥ ଦିଲ୍ଲୀସ୍ଥିତ ୨୦ କୋଟି ଟଙ୍କା ମୂଲ୍ୟର ଫ୍ଲାଟ, ଅଜିତଙ୍କ ପୁଅ ପାର୍ଥ ପାୱାରଙ୍କ ପ୍ରାୟ ୨୫ କୋଟି ଟଙ୍କା ମୂଲ୍ୟର ନିର୍ମଳ ଅଫିସ, ଗୋଆରେ ଥିବା ପ୍ରାୟ ୨୫୦ କୋଟି ମୂଲର ରିସର୍ଟ ‘ନିଲୟ’ ଓ ମହାରାଷ୍ଟ୍ରର ୨୭ଟି ଅଲଗା ଅଲଗା ଜାଗାରେ ଥିବା ପ୍ରାୟ ୫ଶହ କୋଟି ମୂଲ୍ୟର ଜାଗା । ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନିଲ ଦେଶମୁଖଙ୍କ ଗିରଫ ହେବାର ଗୋଟିଏ ଦିନ ପରେ ଆୟକର ବିଭାଗ ଏହି ପଦକ୍ଷେପ ନେଇଛି।
ସୂଚନାଯୋଗ୍ୟ, ଅଜିତ ପାୱାର ଦୀର୍ଘ ଦିନ ଧରି ଆୟକର ବିଭାଗର ନଜରରେ ରହିଆସିଥିଲେ। ଗତ ଅକ୍ଟୋବର ୭ରେ ଆୟକର ବିଭାଗ ପାଓ୍ବାରଙ୍କ ୭୦ରୁ ଅଧିକ ବେସରେ ଚଢାଉ କରିଥିଲା। କେନ୍ଦ୍ରୀୟ ସଂସ୍ଥା ଦୁଇଟି ରିଅଲ ଇଷ୍ଟେଟ ଏବଂ ସେମାନଙ୍କ ସମ୍ପର୍କୀୟଙ୍କ ଘର ଉପରେ ଚଢାଉ କରିବା ପରେ ୧୮୪ କୋଟି ଟଙ୍କା ମୂଲ୍ୟର ସମ୍ପତ୍ତି ଜଣାପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୁବତୀଙ୍କୁ କାର୍‌ରେ ଅପହରଣ କରି ନେଇଥିଲେ ମନୋଜ: ୨୪ ଘଣ୍ଟାରେ ମିଳିଲା…

ପାରଳାଖେମୁଣ୍ଡି,୧।୭(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ଜଣେ ଯୁବତୀଙ୍କ ଅପହରଣ ମାମଲାରେ ତ୍ୱରିତ ପଦକ୍ଷେପ ନେଇ ମାତ୍ର ୨୪ ଘଣ୍ଟା ମଧ୍ୟରେ ଅପହୃତାଙ୍କୁ ସୁରକ୍ଷିତ ଉଦ୍ଧାର କରିବା ସହ…

ଖୁସିର ଦେଶ ଭୁଟାନ

ଭୁଟାନକୁ ଖୁସିର ଦେଶ କୁହାଯାଏ। ଏହି ଦେଶର ଜନସାଧାରଣ ବୌଦ୍ଧଧର୍ମକୁ କେବଳ ଗ୍ରହଣ କରିନାହାନ୍ତି ସେମାନେ ଏହାକୁ ନିଜର ନୀତିଦିନର ବ୍ୟବହାର, କାର୍ଯ୍ୟକଳାପ ଓ ଜୀବନଶୈଳୀରେ ପରିଣତ…

ତାରାତାରିଣୀ ମନ୍ଦିର ନିକଟ ହୋଟେଲରୁ ମିଳିଲା ଯୁବକଙ୍କ ମୃତଦେହ: ବଢୁଛି ସନ୍ଦେହ

ପୁରୁଷୋତ୍ତମପୁର,୧।୭ (ସବିତା ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ତାରାତାରିଣୀ ମନ୍ଦିର ନିକଟରେ ଥିବା ଏକ ହୋଟେଲ ଲକ୍ଷ୍ମୀପ୍ରିୟା ନିକଟରୁ ବୁଧବାର ସକାଳେ ଯୁବକଙ୍କ ମୃତଦେହ…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ଚିଠିରେ ସୀମିତ ରହିଲା କାର୍ଯ୍ୟାନୁଷ୍ଠାନ, ମାରିଦେଲେ ପ୍ୟାଚ୍‌ଅପ୍‌

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ମାସେ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଏହି ଘଟଣା ପାଇଁ ଦାୟୀ କୌଣସି ଅଧିକାରୀଙ୍କ ବିରୋଧରେ…

ପାକିସ୍ତାନରେ ପଶି ଏୟାରଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ISIS ଆଡ୍ଡାକୁ ଟାର୍ଗେଟ୍‌

କାବୁଲ,୧।୭: ଆଫଗାନିସ୍ତାନ ଦାବି କରିଛି ଯେ ଏହାର ବାୟୁସେନା ପାକିସ୍ତାନ ଭିତରେ ଥିବା ISIS ଆଡ୍ଡା ଉପରେ ଏୟାରଷ୍ଟ୍ରାଇକ୍‌ କରିଛି। ଏହି ଆକ୍ରମଣଗୁଡ଼ିକ ବେଲୁଚିସ୍ତାନ ଏବଂ ଖାଇବର…

କାହିଁ ଆମର ସ୍ବାଭିମାନ

ବେଳେ ବେଳେ ମନେହୁଏ, ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଏତେ ବର୍ଷ ପରେ ଆମେ ଓଡ଼ିଶାର ଅଧିବାସୀ ତଥା ଓଡ଼ିଆ ଭାଷାଭାଷୀମାନେ ସାମଗ୍ରିକ ଭାବରେ ଆମ ରାଜ୍ୟ…

ବଢ଼ୁଛି ସହରୀକରଣ: ୨୧୦୦ ସୁଦ୍ଧା ୩୮% ଲୋକ ବଡ଼ ସହରରେ କରିବେ ବାସ

ନୂଆଦିଲ୍ଲୀ,୧।୭ (ପିଟି):ସମୟର ତାଳେ ତାଳେ ସାରା ବିଶ୍ୱରେ ସହରୀକରଣ ବୃଦ୍ଧି ପାଇବାରେ ଲାଗିଛି। ଆଉ ଏହି ଧାରା ଜାରି ରହିଲେ ୨୧୦୦ ମସିହା ସୁଦ୍ଧା ୩୮% ଲୋକ…

ସାଧାରଣ ଜନତାଙ୍କୁ ବଡ଼ ଆଶ୍ୱସ୍ତି: କମିଲା ଗ୍ୟାସ୍‌ ଦର

ନୂଆଦିଲ୍ଲୀ,୧।୭: ଜୁଲାଇ ମାସ ଆରମ୍ଭରୁ ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି। ମାର୍କେଟିଂ କମ୍ପାନୀଗୁଡ଼ିକ ୧୯ କିଲୋଗ୍ରାମ ବାଣିଜି୍ୟକ ଏଲପିଜି ସିଲିଣ୍ଡରର ମୂଲ୍ୟ ୧୮୩.୫୦ ହ୍ରାସ କରିଛନ୍ତି। ଏହି ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri