Posted inଜାତୀୟ

ଫିଲ୍ମ ଉଦ୍ୟୋଗପତିଙ୍କ ବିରୋଧରେ ଆୟକର ଚଢ଼ାଉ, ୨୦୦ କୋଟିରୁ ଅଧିକ ଅଘୋଷିତ ଆୟ ଜବତ…

ନୂଆଦିଲ୍ଲୀ, ୬।୮ : କେନ୍ଦ୍ରୀୟ ଟିକସ ବୋର୍ଡର ମୁଖପାତ୍ର ଆୟକର ବିଭାଗର କାର୍ଯ୍ୟ ସମ୍ପର୍କରେ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ଅଗଷ୍ଟ ୨ ତାରିଖରେ ଆୟକର ବିଭାଗ ଟିମ ଚଳଚ୍ଚିତ୍ର ଶିଳ୍ପ ସହିତ ଜଡିତ କେତେକ ନିର୍ମାତା, ବିତରକ ଏବଂ ଫାଇନାନ୍ସରଙ୍କ ଘରେ ଚଢ଼ାଉ କରିଥିଲା।

ସେ କହିଛନ୍ତି ଯେ ଚେନ୍ନାଇ, ମଦୁରାଇ, କୋଏମ୍ବାଟୁର ଏବଂ ଭେଲୋରରେ ଅବସ୍ଥିତ ପ୍ରାୟ ୪୦ଟି କୋଠାରେ ସର୍ଚ୍ଚ ଓ ଜବରଦଖଲ ଅପରେଶନ କରାଯାଇଥିଲା। ଏହି ସମୟ ମଧ୍ୟରେ ଅନାବଶ୍ୟକ ନଗଦ କାରବାର ଏବଂ ପୁଞ୍ଜି ବିନିଯୋଗ ସମ୍ବନ୍ଧୀୟ ଅନେକ କାଗଜପତ୍ର ଜବତ କରାଯାଇଥିଲା। ଏହା ସହିତ ୨୦୦ କୋଟିରୁ ଅଧିକ ଅଘୋଷିତ ଆୟ ଜବତ କରାଯାଇଛି।

ସେଣ୍ଟ୍ରାଲ ବୋର୍ଡ ଅଫ ଡାଇରେକ୍ଟ ଟ୍ୟାକ୍ସ ମୁଖପାତ୍ର କହିଛନ୍ତି ଯେ ସର୍ଚ୍ଚ ଅପରେଶନ ସମୟରେ ଅନାବଶ୍ୟକ ନଗଦ କାରବାର ଏବଂ ପୁଞ୍ଜି ବିନିଯୋଗ ସହ ଜଡିତ ଅନେକ କଗେଜପତ୍ର ଏବଂ ଡିଜିଟାଲ ପ୍ରମାଣ ଜବତ କରାଯାଇଛି। କେବଳ ଏତିକି ନୁହେଁ, ତଦନ୍ତ ସମୟରେ ଅନ୍ୟାନ୍ୟ ଲୁକ୍କାୟିତ ସ୍ଥାନ ସମ୍ପର୍କରେ ମଧ୍ୟ ସନ୍ଧାନ ମିଳିଛି। ଏହା ବ୍ୟତୀତ ୨୬ କୋଟି ଟଙ୍କା ମୂଲ୍ୟର ନଗଦ ଅଘୋଷିତ ଆୟ ୩ କୋଟିରୁ ଅଧିକ ମୂଲ୍ୟର ସୁନା ଅଳଙ୍କାର ଜବତ କରାଯାଇଛି। ଅଧିକ ଅନୁସନ୍ଧାନ ଚାଲିଛି ବୋଲି ସେ ସୂଚନା ପ୍ରଦାନ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ବଳାତ୍କାର ଅଭିଯୋଗକୁ ନେଇ ତାତିଲେ ଛାତ୍ରୀଛାତ୍ର, କ୍ୟାମ୍ପସ୍‌ରେ ଭଙ୍ଗାରୁଜା

ଫଗଓ୍ବାରା,୨୭ା୯: ପଞ୍ଜାବର ଫଗଓ୍ବାରାସ୍ଥିତ ଲଭ୍‌ଲି ପ୍ରଫେସନାଲ ୟୁନିଭର୍ସିଟି (ଏଲ୍‌ପିୟୁ)ର ଜଣେ ଛାତ୍ରୀଙ୍କୁ କ୍ୟାମ୍ପସ୍‌ ଭିତରେ ଜଣେ ବାହାର ଲୋକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ଏହାକୁ…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

ଗାଡ଼ି ଚାଳକଙ୍କ ପାଇଁ ଆସିଲା କଡ଼ା ନିୟମ, ଏହା ନଥିଲେ ୧ ଅକ୍ଟୋବରଠୁ ମିଳିବନି ପେଟ୍ରୋଲ-ଡିଜେଲ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀ-NCRରେ ବଢ଼ୁଥିବା ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବାକୁ ପ୍ରଶାସନ ଓ ପରିବହନ ବିଭାଗ ପକ୍ଷରୁ ଅକ୍ଟୋବର ୧ରୁ କଡ଼ା ନିୟମ ଲାଗୁ କରାଯିବାକୁ ଯାଉଛି ।…

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?