ଡିଏନ୍‌ ଗ୍ରୁପ ଉପରେ ଆୟକର ଚଢ଼ାଉ: କର୍ମଚାରୀଙ୍କ ଘରୁ ୩୦ କୋଟି ଜବତ

ଭୁବନେଶ୍ୱର,୫।୭(ସତ୍ୟଜିତ୍‌ ରାଉତ): ଆୟକର ବିଭାଗ ପକ୍ଷରୁ ଓଡ଼ିଶାର ବଡ଼ ରିଏଲ୍‌ ଇଷ୍ଟେଟ୍‌ କମ୍ପାନୀ ଡିଏନ୍‌ ଗ୍ରୁପ ଉପରେ ବୁଧବାର ଚଢ଼ାଉ କରାଯାଉଛି। ଭୁବନେଶ୍ୱର ସମେତ ପ୍ରାୟ ୨୦ଟି ସ୍ଥାନରେ ଥିବା ସଂସ୍ଥାର ବ୍ୟବସାୟିକ ପ୍ରତିଷ୍ଠାନ, ଅଧ୍ୟକ୍ଷ ଜଗଦିଶ୍‌ ପ୍ରସାଦ ନାୟକଙ୍କ ସମେତ ନିର୍ଦ୍ଦେଶକ ଓ କର୍ମଚାରୀଙ୍କ ଘର ଉପରେ ଏକକାଳୀନ ଏହି ଚଢ଼ାଉ କରାଯାଉଛି। ତେବେ ଏହି ଚଢ଼ାଉ ବେଳେ ଭୁବନେଶ୍ୱର ୟୁନିଟ-୪ ଅନ୍ତର୍ଗତ ପୋଷ୍ଟାଲ ଓ ବିଏସ୍‌ଏନ୍‌ଏଲ୍‌ କଲୋନୀସ୍ଥିତ ଜଣେ କର୍ମଚାରୀଙ୍କ ଭଡ଼ା ଘରୁ ଆୟକର ବିଭାଗ ପ୍ରାୟ ୩୦ କୋଟି ଟଙ୍କା ଜବତ କରିଛି। ଏହାକୁ ନେଇ ଚାରିଆଡ଼େ ଚର୍ଚ୍ଚା ଲାଗି ରହିଛି। ଡିଏନ୍‌ ଗ୍ରୁପର କର୍ମଚାରୀ ଜଣଙ୍କ ହେଲେ ଚନ୍ଦ୍ରଶେଖର ପଣ୍ଡା। ଚନ୍ଦ୍ରଶେଖର ରହୁଥିବା ସରକାରୀ ବାସଭବନ ତାଙ୍କ ବାପାଙ୍କର, ଯିଏ ପୂର୍ବରୁ ବିଏସ୍‌ଏନ୍‌ଏଲ୍‌ରେ ଚାକିରି କରୁଥିଲେ। ହେଲେ ଉକ୍ତ ବାସଭବନ ଚନ୍ଦ୍ରଶେଖରଙ୍କ ସ୍ବର୍ଗତ ମା’ଙ୍କ ନାମରେ ଥିବାବେଳେ ତାହାକୁ ସେ ଛାଡ଼ି ନ ଥିବା ସୂଚନା ମିଳିଛି। ତେବେ ଉକ୍ତ ବାସଭବନ ପଛପଟେ ଏକ ଘରକୁ ଭଡ଼ାସୂତ୍ରରେ ନେଇଥିଲେ ଚନ୍ଦ୍ରଶେଖର। ବୁଧବାର ପୋଲିସ ଉପସ୍ଥିତିରେ ଆୟକର ବିଭାଗ ପକ୍ଷରୁ ଏକକାଳୀନ ଏହି ଚଢ଼ାଉ ହୋଇଥିଲା। ପୋଷ୍ଟାଲ ଓ ବିଏସ୍‌ଏନ୍‌ଏଲ୍‌ କଲୋନୀସ୍ଥିତ ଚନ୍ଦ୍ରଶେଖରଙ୍କ ଘରକୁ ଆୟକର ଟିମ୍‌ ଅଧିକ ଯାଞ୍ଚ କରିଥିଲା। ତେବେ ଉକ୍ତ ଭଡ଼ା ଘରକୁ ଯାଞ୍ଚ କରିବା ସମୟରେ ଆୟକର ଟିମ୍‌ ୩ଟି ଟ୍ରଙ୍କ୍‌ ଓ ଗୋଟିଏ ଆଟାଚ୍‌ ପାଇଥିଲେ। ସେଗୁଡ଼ିକୁ ଖୋଲିବା ପରେ ପ୍ରାୟ ୩୦ କୋଟି ଟଙ୍କା ଥିବା ଜଣାପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri