୨ ପ୍ରତିଷ୍ଠିତ ବ୍ୟବସାୟୀଙ୍କ ଘରେ ଆୟକର ଚଢ଼ାଉ: ବହୁ ଗୁରୁତ୍ୱପୂର୍ଣ୍ଣ ଦସ୍ତାବିଜ ଜବତ

ପାରଳାଖେମୁଣ୍ଡି,୨୦ା୩(ଗିରିଧାରୀ ପରିଛା): ପାରଳାଖେମୁଣ୍ଡିର ଦୁଇ ପ୍ରତିଷ୍ଠିତ ବ୍ୟବସାୟୀ ତିରୁପତି ସାହୁକାର ଓ ଲୋକେଶ୍ୱର ସାହୁକରଙ୍କ ଘରେ ଗୁରୁବାର ଆୟକର ବିଭାଗ ଚଢ଼ାଉ କରିଛି। ଉଭୟେ ଆୟକର ଫାଙ୍କୁଥିବା ସନ୍ଦେହରେ ବିଭାଗର ୭ଜଣିଆ ଦୁଇଟି ଟିମ୍‌ ଉଭୟ ବ୍ୟବସାୟୀଙ୍କ ପାରଳାଖେମୁଣ୍ଡି ସହରର ଶୁଣ୍ଡିସାହିସ୍ଥିତ ଘରେ ଅତର୍କିତ ଚଢ଼ାଉ କରିଥିଲେ। ଦୁଇ ବ୍ୟବସାୟୀଙ୍କ ବିଭିନ୍ନ ପ୍ରକାର ବ୍ୟବସାୟ ପ୍ରତିଷ୍ଠାନ ରହିଥିବାର ପ୍ରମାଣ ଆୟକର ବିଭାଗ ହାତରେ ଲାଗିଛି। ପୂର୍ବରୁ ଏହି ଦୁଇ ବ୍ୟବସାୟୀଙ୍କ ବାପାଙ୍କ ଅମଳରୁ ମଦ ବ୍ୟବସାୟ ମୁଖ୍ୟ ହୋଇଥିବା ବେଳେ ଏବେ କାଠ, ଘୋରାଇ ନିର୍ମାଣ ସାମଗ୍ରୀ ଦୋକାନ, ବାର୍‌, ଜମିଜମା, ବସ୍‌ ଓ ଆନ୍ଧ୍ରରେ କେତେକ ସ୍ଥାନରେ ବିଭିନ୍ନ ବ୍ୟବସାୟରେ ଦୁଇ ଭାଇଙ୍କ ସମ୍ପୃକ୍ତି ରହିଛି।

ଲୋକେଶ୍ୱର ସାହୁକାରଙ୍କ ଘର ନିର୍ମାଣ ସାମଗ୍ରୀ ଦୋକାନ ଜାନକୀ ଟ୍ରେଡର୍ସ ଉପରେ ଚଢ଼ାଉ କରି ଦୋକାନର ବହୁ ଗୁରୁତ୍ୱପୂର୍ଣ୍ଣ ଦସ୍ତାବିଜ ଅଧିକାରୀମାନେ ନେଇଥିବା ଜଣାପଡିଛି।

ଏହା ବ୍ୟତୀତ ତିରୁପତି ସାହୁକାରଙ୍କ ଘରେ ମଧ୍ୟ ଚଢାଉ ହୋଇଛି। ଅଧିକାରୀମାନେ ତାଙ୍କ ଘରୁ ପୁରୁଣାପଟଣା ରୋଡରେ ଥିବା ଏସ୍‌କେ ବାର୍‌ ଓ ଗ୍ରୀନ ପାର୍କ ନାମକ ମଦ ଦୋକାନ, ଗାରାବନ୍ଧରେ ଥିବା ମଦ ଦୋକାନ ଏବଂ ଆନ୍ଧ୍ରର ବିଭିନ୍ନ ବ୍ୟବସାୟ ପ୍ରତିଷ୍ଠାନ ସହ ଲିଙ୍କ୍‌ ଥିବା ସମସ୍ତ ତଥ୍ୟ ସମ୍ପର୍କିତ କାଗଜପତ୍ର ଜବତ କରିଛନ୍ତି। ଏଗୁଡିକୁ ଅନୁଧ୍ୟାନ କରିବା ପରେ ଉପରୋକ୍ତ ସ୍ଥାନଗୁଡିକ ଉପରେ ଚଢାଉ ହେବ ବୋଲି କୁହାଯାଉଛି। ଏ ସମ୍ପର୍କରେ ଆୟକର ଅଧିକାରୀମାନଙ୍କୁ ପଚରାଯାଇଥିଲେ ମଧ୍ୟ ସେମାନେ ଗଣମାଧ୍ୟମକୁ କୌଣସି ସୂଚନା ଦେବାକୁ ମନା କରି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରତ୍ନଭଣ୍ଡାର ଗଣତି-ମଣତିକୁ ନେଇ ଆଇନ ମନ୍ତ୍ରୀଙ୍କ ବଡ଼ ବୟାନ: ତାଲିକା ସାର୍ବଜନୀନ ହେବନି

ଭୁବନେଶ୍ୱର, ୧୦।୯: ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି-ମଣତି ଏବଂ ଅଳଙ୍କାର ତାଲିକାଭୁକ୍ତ ପ୍ରକ୍ରିୟାକୁ ନେଇ ରାଜ୍ୟ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏକ ବଡ଼ ପ୍ରତିକ୍ରିୟା ରଖିଛନ୍ତି। ରତ୍ନଭଣ୍ଡାରରୁ…

ରାଜ୍ୟର ୨ ଉପମୁଖ୍ୟମନ୍ତ୍ରୀ ପଦବୀକୁ ଚ୍ୟାଲେଞ୍ଜ, ଜନସ୍ବାର୍ଥ ମାମଲା ଖାରଜ କଲେ… 

କଟକ,୧୦।୮(କାର୍ତ୍ତିକ ସାହୁ): ଓଡ଼ିଶା ସରକାରଙ୍କ ୨ ଉପମୁଖ୍ୟମନ୍ତ୍ରୀ ପଦବୀର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ରୁଜୁ ଜନସ୍ବାର୍ଥ ମାମଲାକୁ ହାଇକୋର୍ଟ ଗୁରୁବାର ଖାରଜ କରିଛନ୍ତି। ହାଇକୋର୍ଟ…

ଆଫଗାନିସ୍ତାନ-ଭାରତ ପ୍ରଥମ ମ୍ୟାଚ୍‌କୁ ନେଇ ହଟିଲା ଦ୍ୱନ୍ଦ୍ୱ

ନୂଆଦିଲ୍ଲୀ,୧୦ା୯: ରାଜଧାନୀରେ ବ୍ରିକ୍ସ ସମିଟ କାରଣରୁ ଆସନ୍ତା ୧୩ରେ ଆଫଗାନିସ୍ତାନ ଓ ଭାରତ ମଧ୍ୟରେ ହେବାକୁ ଥିବା ପ୍ରଥମ ଟି୨୦ ମ୍ୟାଚ୍‌କୁ ଦିନକ ପାଇଁ ସ୍ଥଗିତ ରଖାଯିବାର…

BDAର ୩୫ ବର୍ଷରୁ ଊର୍ଦ୍ଧ୍ୱ ଜମି ବିବାଦରେ ପଡ଼ିଲା ପୂର୍ଣ୍ଣଚ୍ଛେଦ, ୨୦୦ ହିତାଧିକାରୀଙ୍କୁ ଆଶ୍ୱସ୍ତି, ଦୂର ହେଲା…

ଭୁବନେଶ୍ୱର,୧୦।୯(ରବିନାରାୟଣ ଜେନା): ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ଠାରୁ ଦୀର୍ଘ ୩୫ ବର୍ଷ ତଳେ ପ୍ଲଟେଡ୍‌ ସ୍କିମରେ ନେଇଥିବା ୨୦୦ରୁ ଊର୍ଦ୍ଧ୍ୱ ହିତାଧିକାରୀଙ୍କୁ ଏବେ ଆଶ୍ୱସ୍ତି ମିଳିଛି। ରାଜସ୍ବ ପର୍ଷଦ…

ଅକ୍ଟୋବର ୨ରୁ ଭୁବନେଶ୍ୱରରୁ ବ୍ୟାଙ୍କକ୍‌କୁ ପୁଣି ଉଡ଼ିବ ବିମାନ, ସପ୍ତାହକୁ ଦୁଇଥର…

ଭୁବନେଶ୍ୱର,୧୦ା୯(ବନ୍ଦନା ସେଠୀ) – ଭୁବନେଶ୍ୱରରୁ ଥାଇଲାଣ୍ଡ ରାଜଧାନୀ ବ୍ୟାଙ୍କକ୍‌କୁ ସିଧାସଳଖ ବିମାନ ସେବା ପୁଣି ଆରମ୍ଭ ହେବ। ଅକ୍ଟୋବର ୨ରୁ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନବନ୍ଦରରୁ ବ୍ୟାଙ୍କକ୍‌…

ଘର ସାମ୍ନାରେ ଯୁବକଙ୍କୁ ଦଳି ଦେଲା ହାତୀ

ଜି.ଉଦୟଗିରି,୧୦ା୯(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଓ ଟିକାବାଲି ବ୍ଲକ୍‌ ସୀମାନ୍ତରେ ଜଣେ ଯୁବକଙ୍କୁ ଦନ୍ତାହାଦୀ ଦଳି ଦେଇଛି। ସେ ହେଲେ ପିକରଡ଼ି ପଞ୍ଚାୟତ କାମ୍ବାନାଯୁ…

ବଙ୍ଗୋପସାଗରରେ ଲଘୁଚାପ: ୧୦ ଜିଲାରେ ଝଡ଼ବର୍ଷା, ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୧୦ା୯(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଗୁରୁବାର ସକାଳ ୫ଟା ୩୦ରେ ଲଘୁଚାପର ରୂପ ନେଇଛି। ଏହା ଅପରାହ୍ନ ୨ଟା ୩୦ ସୁଦ୍ଧା ଉତ୍ତର…

୨୦୦ ବୁଥ୍‌ରେ BLA-2 ସଭ୍ୟଙ୍କୁ ତାଲିମ; ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ସାଙ୍ଗଠନିକ ମନ୍ଥନ

ଦିଗପହଣ୍ଡି, ୧୦।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ କଂଗ୍ରେସ ଦଳ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ସାଙ୍ଗଠନିକ ସଭା ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri