Posted inଜାତୀୟ

ଯୋଗ୍ୟ ଭିନ୍ନକ୍ଷମଙ୍କୁ ଖାଦ୍ୟ ସୁରକ୍ଷା ଆଇନରେ ସାମିଲ କର: ରାଜ୍ୟଗୁଡ଼ିକୁ କେନ୍ଦ୍ରର ପରାମର୍ଶ

ନୂଆଦିଲ୍ଲୀ, ୨୬।୮(ପି.ଟି.): ଯୋଗ୍ୟ ଭିନ୍ନକ୍ଷମ ବ୍ୟକ୍ତିଙ୍କୁ ତୁରନ୍ତ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ)ରେ ସାମିଲ କରି ସେମାନଙ୍କୁ ଖାଦ୍ୟଶସ୍ୟ ଯୋଗାଇଦେବା ଲାଗି କେନ୍ଦ୍ର ସରକାର ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ପରାମର୍ଶ ଦେଇଛନ୍ତି। କେନ୍ଦ୍ର ଖାଦ୍ୟ ସଚିବ ସୁଧାଂଶୁ ପାଣ୍ଡେ ସବୁ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟ ସଚିବମାନଙ୍କୁ ପତ୍ର ଲେଖି ଏଥିରେ ବ୍ୟକ୍ତିଗତ ଭାବେ ହସ୍ତକ୍ଷେପ କରିବା ଲାଗି ଅନୁରୋଧ କରିଛନ୍ତି। ଭିନ୍ନକ୍ଷମମାନେ ତୁରନ୍ତ ଯେପରି ଏନ୍‌ଏଫ୍‌ଏସ୍‌ଏ ହିତାଧିକାରୀ ହୋଇପାରିବେ ସେଥିପାଇଁ ଉପଯୁକ୍ତ ବ୍ୟବସ୍ଥା ଗ୍ରହଣ କରିବା ନିମନ୍ତେ ସମ୍ପୃକ୍ତ ବିଭାଗ, ବିଶେଷ କରି ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେବା ପାଇଁ ମୁଖ୍ୟ ସଚିବମାନଙ୍କୁ କୁହାଯାଇଛି।
ଜାତୀୟ ଖାଦ୍ୟ ସୁରକ୍ଷା ଆଇନରେ ଦେଶର ୮୧ କୋଟି ଗରିବ ହିତାଧିକାରୀଙ୍କୁ ମାସକୁ ମୁଣ୍ଡପିଛା ୫ କିଲୋଗ୍ରାମ ଖାଦ୍ୟଶସ୍ୟ ୧ରୁ ୩ ଟଙ୍କା ଦରରେ ଯୋଗାଇ ଦିଆଯାଉଛି। କରୋନା ମହାମାରୀ ସମୟରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାରେ ସେମାନଙ୍କୁ ଅତିରିକ୍ତ ୫ କିଲୋଗ୍ରାମ ଚାଉଳ ମାଗଣାରେ ଦିଆଯାଉଛି। ଭିନ୍ନକ୍ଷମମାନଙ୍କୁ ଏହି ଦୁଇଟି ଯୋଜନାରେ ସାମିଲ କରିବା ପାଇଁ ପୂର୍ବରୁ କେନ୍ଦ୍ର ଖାଦ୍ୟ ମନ୍ତ୍ରଣାଳୟ ନିର୍ଦ୍ଦେଶନାମା ଜାରି କରିଥିଲା। ଯେଉଁ ଭିନ୍ନକ୍ଷମ ଏପର୍ଯ୍ୟନ୍ତ ସାମିଲ ହୋଇନାହାନ୍ତି ସେମାନଙ୍କୁ ଯୋଗ୍ୟତା ମାନଦଣ୍ଡ ଅନୁଯାୟୀ ତୁରନ୍ତ ସାନି ରାଶନ କାର୍ଡ ଯୋଗାଇ ଦେବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାରୁବିଗ୍ରହଙ୍କ ଅଧରପଣା ନୀତି ଆରମ୍ଭ

ପୁରୀ,୨6ା୭(ଅଜିତ୍‌ କୁମାର ମହାନ୍ତି): ସରି ଆସୁଛି ଘୋଷଯାତ୍ରା। ଶନିବାର ରଥ ଉପରେ ଶ୍ରୀବିଗ୍ରହମାନଙ୍କ ସୁନାବେଶ ଅନୁଷ୍ଠିତ ହୋଇଥିବା ବେଳେ ରବିବାର ଅଧରପଣା ନୀତି ଆରମ୍ଭ ହୋଇଯାଇଛି। ପାଣିଆ…

ଶିକ୍ଷାମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବା ପରେ ଆସିଲା ପ୍ରହ୍ଲାଦ ଜୋଷୀଙ୍କ ପ୍ରଥମ ପ୍ରତିକ୍ରିୟା – ‘ଏହି ଦାୟିତ୍ୱ…’

ନୂଆଦିଲ୍ଲୀ,୨୬।୭: ଶିକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ ଗ୍ରହଣ କରିବା ପରେ, କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ଜୋଷୀ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଏହି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ…

ବଦଳିଲା ଟୋଲ ନିୟମ: ହାଇୱେରେ ଯାତ୍ରା କରୁଥିବା ଲୋକଙ୍କ ଉପରେ କ’ଣ ପଡିବ ପ୍ରଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୭: ଯଦି ଆପଣ ପ୍ରାୟତଃ ଜାତୀୟ ରାଜପଥ (ନ୍ୟାଶନାଲ ହାଇୱେ) କିମ୍ବା ଏକ୍ସପ୍ରେସୱେରେ ଯାତ୍ରା କରନ୍ତି, ତେବେ NHAI (ଏନ.ଏଚ.ଏ.ଆଇ.) ର ଏହି ନୂତନ ନିୟମ ଆପଣଙ୍କ…

ବିଲରେ ଧାନ ରୋଇବାବେଳେ ହେଲା ବଜ୍ରପାତ, ଏକାଠି ଟଳିପଡ଼ିଲେ ବାପ-ପୁଅ, କାନ୍ଦବୋବାଳିରେ ଫାଟିପଡୁଛି ଗାଁ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ବାଲିପଡ଼ା ଗ୍ରାମରେ ଦୁଃଖଦ ଘଟଣା ଘଟିଛି। ରବିବାର ବିଲକୁ ଧାନ ରୋଇବାକୁ ଯାଇଥିବାବେଳେ ବଜ୍ରପାତ ହେବାରୁ ବାପ-ପୁଅଙ୍କ…

ପ୍ରବଳ ବର୍ଷାରେ ବୁଡ଼ିଗଲା କନ୍ଦରପୁର ଲେବଲ କ୍ରସିଂ ରାସ୍ତା, ଯାନବାହନ ଚଳାଚଳ ବନ୍ଦ

କଟକ ସଦର,୨୬ା୭(ସୁଶାନ୍ତ କୁମାର ଜେନା): କଟକ-ନୂଆଗାଁ ଜାତୀୟ ରାଜପଥ ନଂ ୫୫ର କନ୍ଦରପୁର ଲେବଲ କ୍ରସିଂ ନିକଟ ଅସ୍ଥାୟୀ ରାସ୍ତାଟି ଶନିବାର ରାତିର ଅବିଶ୍ରାନ୍ତ ବର୍ଷାରେ ବୁଡିଯାଇଛି।…

ଇତିହାସ ରଚିଲେ ଅଭିଷେକ ଶର୍ମା, ଟି-୨୦ କ୍ରିକେଟରେ ଏହି ସଫଳତା ହାସଲ କରିବାରେ ହେଲେ ପ୍ରଥମ ଭାରତୀୟ ଓପନିଂ ବ୍ୟାଟସମ୍ୟାନ

ନୂଆଦିଲ୍ଲୀ,୨୬।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ଭାରତ ୯୦ ରନରେ ବିଜୟ ହାସଲ କରିଛି। ତଥାପି, ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଅଭିଷେକ ଶର୍ମା ପୁଣି ଥରେ…

CJP ବିରୋଧ ପ୍ରଦର୍ଶନରେ ଯୋଗଦେଲେ ମନ୍ତ୍ରୀଙ୍କ ଝିଅ; ମୁଖ୍ୟମନ୍ତ୍ରୀ କହିଲେ, ‘ତାଙ୍କୁ ଟ୍ରୋଲ କରନାହିଁ’

ଗୁଆହାଟି,୨୬।୭: NEET ପେପର୍‌ ଲିକ ବିରୋଧରେ ପ୍ରତିବାଦରେ ଆସାମ ମନ୍ତ୍ରୀ କେଶବ ମହାନ୍ତଙ୍କ ଝିଅ ଅଂଶଗ୍ରହଣ କରୁଥିବାର ଭିଡିଓ ସାମ୍ନାକୁ ଆସିବା ପରେ, ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ…

ୟୁକ୍ରେନରେ ପୁଣି ଭାରତୀୟ ଜାହାଜ ଉପରେ ଆକ୍ରମଣ; ୨ କ୍ରୁ ସଦସ୍ୟ ନିଖୋଜ

କ୍ୱିଭ,୨୬।୭: ୟୁକ୍ରେନର ଓଡେସା ବନ୍ଦରରେ ରବିବାର (ଜୁଲାଇ ୨୬) ଦିନ ଚାରି ଜଣ ଭାରତୀୟ ନାଗରିକଙ୍କୁ ନେଇ ଯାଉଥିବା ଏକ ବାଣିଜ୍ୟ ଜାହାଜ ଉପରେ ଆକ୍ରମଣ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri