ମାର୍କେଟ ଛକଯାଏ ବଢ଼ିଲା ବ୍ୟାରିକେଡ୍‌

ପୁରୀ ଅଫିସ,୩୦ା୧୨: ସମ୍ପ୍ରତି ପର୍ଯ୍ୟଟନ ଋତୁ ଚାଲିଥିବାରୁ ପୁରୀରେ ଭକ୍ତ ଓ ପର୍ଯ୍ୟଟକଙ୍କ ସଂଖ୍ୟା ବୃଦ୍ଧି ପାଇଛି । ମହାପ୍ରଭୁଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ଅସ୍ଥାୟୀ ବ୍ୟାରିକେଡ୍‌ କରାଯାଇଛି। ଭକ୍ତମାନେ ଉକ୍ତ ବ୍ୟାରିକେଡ୍‌ ଦେଇ ଧାଡ଼ିରେ ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି। ମାତ୍ର ଏହି ବ୍ୟାରିକେଡ୍‌ ଭକ୍ତଙ୍କ ପାଇଁ ସମସ୍ୟା ସୃଷ୍ଟି କରୁଛି। ସ୍ଥାନୀୟ ବାସିନ୍ଦା ମଧ୍ୟ ହଇରାଣ ହେଉଛନ୍ତି। ଅସ୍ଥାୟୀ ବ୍ୟାରିକେଡ୍‌ରେ ଭକ୍ତମାନେ ଘଣ୍ଟା ଘଣ୍ଟା ଠିଆ ହୋଇ ଅଣନିଃଶ୍ୱାସୀ ହେବା ସହ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ନୂଆବର୍ଷ ପାଇଁ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ଗୁରୁବାର ମାକେର୍ଟ ଛକ ପର୍ଯ୍ୟନ୍ତ ବ୍ୟାରିକେଡ୍‌ ବ୍ୟବସ୍ଥା ବଢ଼ାଇ ଦିଆଯାଇଛି। ଏଥିସହ ଅଧିକ ପୋଲିସ ଫୋର୍ସ ମୁତୟନ କରାଯାଇଛି। ସେହିପରି ଭକ୍ତମାନେ ଯେପରି ମହାପ୍ରଭୁଙ୍କ ଦର୍ଶନ ଭଲ ଭାବେ କରିପାରିବେ ଓ ନୀତି ଶୃଙ୍ଖଳିତ ହେବ ସେଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପ୍ରସ୍ତୁତି କରିଛି। ୩୧ ତାରିଖରେ ଶୀଘ୍ର ରାତ୍ର ପହୁଡ଼ କରାଯିବ। ମଧ୍ୟରାତ୍ରରେ ଦ୍ୱାର ଫିଟାଯାଇ ନୀତି କରାଯାଇ ଭକ୍ତଙ୍କୁ ଦର୍ଶନ ପାଇଁ ଛଡ଼ାଯିବ।
ଅପରପକ୍ଷରେ କୌଣସି କାରଣରୁ ମହାପ୍ରଭୁଙ୍କ ନୀତି ବିଳମ୍ବ ହେଲେ ଧାଡ଼ିରେ ଦୀର୍ଘ ସମୟ ଧରି ଛିଡ଼ା ରହିବା ଯୋଗୁ ଭକ୍ତଙ୍କ ଯନ୍ତ୍ରଣା ବଢ଼ିଯାଉଛି। ପୂର୍ବରୁ ଭକ୍ତମାନେ ଶ୍ରୀମନ୍ଦିରର ଚାରିଦ୍ୱାର ଦେଇ ପ୍ରବେଶ ଓ ପ୍ରସ୍ଥାନ କରୁଥିଲେ। ଫଳରେ ଭକ୍ତଙ୍କୁ ବହୁ ସମୟ ଧରି ଠିଆ ହେବାକୁ ପଡୁ ନ ଥିଲା। ତେବେ କୋଭିଡ୍‌ ସମୟରୁ ପ୍ରଶାସନ ଶ୍ରୀମନ୍ଦିର ସିଂହଦ୍ୱାର ଓ ପଶ୍ଚିମଦ୍ୱାର ଦେଇ ଭକ୍ତଙ୍କୁ ପ୍ରବେଶ ଅନୁମତି ଦେଇଥିବାବେଳେ ଉତ୍ତର ଦ୍ୱାର ଓ ଦକ୍ଷିଣ ଦ୍ୱାର ଦେଇ ପ୍ରସ୍ଥାନ ବ୍ୟବସ୍ଥା କରିଛି। ଫଳରେ ସିଂହଦ୍ୱାର ପଟେ ଅସମ୍ଭାଳ ଭିଡ଼ ହେଉଛି। ସିଂହଦ୍ୱାରଠାରୁ ମରିଚିକୋଟ ଛକ ପର୍ଯ୍ୟନ୍ତ ନିର୍ମିତ ଅସ୍ଥାୟୀ ବ୍ୟାରିକେଡ ଓ ଶେଡ୍‌ରେ ଗତ କିଛି ଦିନ ହେବ ଭକ୍ତଙ୍କ ଲମ୍ବାଧାଡ଼ି ଲାଗୁଛି। ପାଣିର ସୁବିଧା ନ ଥିବାରୁ ଶେଡ୍‌ ଭିତରେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ଧନ୍ଦି ହେଉଛନ୍ତି। ଗତ ବଡ଼ଦିନଠାରୁ ପ୍ରତିଦିନ ପ୍ରାୟ ୧ ଲକ୍ଷରୁ ଊଦ୍ଧର୍‌ବ ଶ୍ରଦ୍ଧାଳୁ ଶ୍ରୀମନ୍ଦିରକୁ ଆସୁଥିବାବେଳେ ଆସନ୍ତା ୧ ତାରିଖ ନୂଆବର୍ଷରେ ଏହି ସଂଖ୍ୟା ବୃଦ୍ଧି ପାଇ ୩ ଲକ୍ଷରୁ ଊର୍ଦ୍ଧ୍ୱ ହେବ ବୋଲି ଅନୁମାନ କରାଯାଉଛି। ତେଣୁ ବ୍ୟାରିକେଡ୍‌କୁ ମାର୍କେଟ ଛକ ପର୍ଯ୍ୟନ୍ତ ସମ୍ପ୍ରସାରଣ କରାଯାଇଛି। ଭିଆଇପିଙ୍କ ଉଦ୍ଦିଷ୍ଟ ପଥରେ ଛାତ୍ରୀଛାତ୍ର ଓ ବୃଦ୍ଧାବୃଦ୍ଧଙ୍କ ଯିବାର ବ୍ୟବସ୍ଥା ହୋଇଛି। ଶ୍ରୀମନ୍ଦିରରେ ଏବେ ପହିଲି ଭୋଗ ଚାଲିଛି। ମାତ୍ର ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିର୍ଦ୍ଧାରିତ ହୋଇଥିବା ଦ୍ୱାରଫିଟା ନୀତିଠାରୁ ବିଳମ୍ବରେ ଦ୍ୱାର ଫିଟାଯାଉଛି। ଫଳରେ ନୀତି ବିଳମ୍ବ ହେଉଛି। ଏହା ଭକ୍ତଙ୍କ ଗହଳିର ଅନ୍ୟ ଏକ କାରଣ ବୋଲି କୁହାଯାଉଛି। ଦୁଇଦିନ ତଳେ ପ୍ରବଳ ଗହଳି ଓ ଠେଲାପେଲା ଯୋଗୁ ୯ ଜଣ ଛାତ୍ରୀ ବାଇଶିପାହାଚ ନିକଟରେ ଅଚେତ୍‌ ହୋଇପଡ଼ିଥିଲେ। ସେହିପରି ଅନେକ ସମୟରେ ଛୋଟପିଲା ଓ ବୃଦ୍ଧାବୃଦ୍ଧ ଭିଡ଼ରେ ଅଣନିଃଶ୍ୱାସୀ ହୋଇପଡ଼ିବାର ନଜିର ରହିଛି। ସମ୍ପ୍ରତି ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି ବୋଲି ଏସ୍‌ପି କନଓ୍ବର ବିଶାଲ ସିଂ କହିଛନ୍ତି। ସେ କହଛନ୍ତି, ଭିଡ଼ ନିୟନ୍ତ୍ରଣ ପାଇଁ ୩୦ ତାରିଖ ଯାଏ ୨୯ ସେକ୍ସନ୍‌ ଫୋର୍ସ ମୁତୟନ କରାଯିବ। ୩୧ ତାରିଖ ଓ ୧ ତାରିଖ ନୂଆବର୍ଷ ନିମନ୍ତେ ଅଧିକ ଫୋର୍ସ ମୁତୟନ କରାଯିବ। ଶ୍ରୀମନ୍ଦିରରେ ୧୮ ସେକ୍ସନ୍‌ ଫୋର୍ସ ସହ ୧୦ ଜଣ ଅଫିସର ଓ ୧୦ ଜଣ ସାଦା ପୋଷାକଧାରୀ ପୋଲିସ ଡ୍ୟୁଟି କରିବେ। ଭକ୍ତଙ୍କୁ ଦର୍ଶନରେ ଶ୍ରୀମନ୍ଦିର ପୋଲିସ ବା ଜେଟିପି ସହଯୋଗ କରିବେ। ବେଳାଭୂମିରେ ୪ ସେକ୍ସନ୍‌ ଫୋର୍ସ ଓ ୧୦ ଜଣ ସାଦା ପୋଷାକଧାରୀ ପୋଲିସ ମୁତୟନ ରହିବେ। ସହରରେ ଟ୍ରାଫିକ୍‌ ନିୟନ୍ତ୍ରଣ ଲାଗି ୭ ସେକ୍ସନ୍‌ ଫୋର୍ସ ମୁତୟନ ହେବେ ବୋଲି ଏସ୍‌ପି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାତି ଅଲଗା, ମମତା ଗୋଟିଏ! ଗାଈର ବାଛୁରୀକୁ ନିଜ କ୍ଷୀର ପିଆଇଲା କୁକୁର, ଭିଡିଓ ଦେଖି ଭାବବିହ୍ବଳ ଲୋକେ

ସୋସିଆଲ ମିଡିଆରେ ଏହିଦିନଗୁଡ଼ିକରେ ଏକ ଅତ୍ୟନ୍ତ ଭାବବିହ୍ବଳ କରିଦେଉଥିବା ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଭିଡିଓଟି ଦେଖି ଲୋକଙ୍କ ହୃଦୟ ତରଳି ଯାଉଛି। ଭିଡିଓରେ ଏକ…

ହୀରାକୁଦ ଡ୍ୟାମକୁ ପ୍ରବେଶ କରୁଛି ୧ ଲକ୍ଷ ଘନଫୁଟରୁ ଅଧିକ ବନ୍ୟାଜଳ, ୨ ଗେଟ୍‌ରେ ହେଉଛି ନିଷ୍କାସନ

ସମ୍ବଲପୁର,୧୩ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାର ପୁଣି ୪ଟି ସ୍ଲୁଇସ୍‌ ଗେଟ୍‌ ବନ୍ଦ କରାଯାଇଛି ଫଳରେ ବର୍ତ୍ତମାନ କେବଳ ୨ଟି ଗେଟ୍‌ରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ତେବେ…

କୂଳ ଲଙ୍ଘୁଛି ସମୁଦ୍ର: ପଥର ବନ୍ଧ ନିର୍ମାଣ ଦାବି ଦୋହରାଇଲେ ଅଞ୍ଚଳବାସୀ

ଛତ୍ରପୁର,୧୨ା୮(ଦିଲୀପ ସାମଲ): ଦିନକୁ ଦିନ ସମୁଦ୍ର କୂଳ ଲଘୁଂଥିବାରୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ସମୁଦ୍ର ଉପକୂଳରେ ସ୍ଥାୟୀ ପଥର ବନ୍ଧ…

ଗୁଟଖା-ତମାଖୁ ଉପରେ ସରକାରଙ୍କ ବଡ଼ ଆକ୍ସନ୍! ୧ ବର୍ଷ ପାଇଁ ବ୍ୟାନ୍

ବେଙ୍ଗାଲୁରୁ,୧୩।୮: ଗୁଟଖା-ତମାଖୁକୁ ନେଇ ବଡ଼ ନିଷ୍ପତ୍ତି ନେଇନ୍ତି କର୍ନାଟକ ସରକାର । ରାଜ୍ୟ ସରକାର ଗୁଟ୍‌ଖା, ପାନ ମସଲା ଏବଂ ତମାଖୁ-ନିକୋଟିନ୍‌ଯୁକ୍ତ ଉତ୍ପାଦଗୁଡ଼ିକ ଉପରେ ଏକ ବର୍ଷ…

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ

ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri