Posted inଜାତୀୟ

ହିଟ୍‌ ଆଣ୍ଡ ରନ୍‌ କ୍ଷତିପୂରଣ ବଢ଼ାଅ

ନୂଆଦିଲ୍ଲୀ,୧୫।୧(ପି.ଟି.): ହିଟ୍‌ ଆଣ୍ଡ ରନ୍‌ ଦୁର୍ଘଟଣାରେ ମୃତକ ଓ ଗୁରୁତରଙ୍କ କ୍ଷତିପୂରଣ ବର୍ଷକୁ ବର୍ଷ ବଢ଼ାଇବା ପାଇଁା ବିଚାର କରିବା ନିମନ୍ତେ ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ କହିଛନ୍ତି। ସରକାର ୮ ସପ୍ତାହ ମଧ୍ୟରେ ଏହା ଉପରେ ଉପଯୁକ୍ତ ନିଷ୍ପତ୍ତି ନେବାକୁ କୋର୍ଟ ନିର୍ଦ୍ଦେଶ ଦେବା ସହ ପରବର୍ତ୍ତୀ ଶୁଣାଣି ଏପ୍ରିଲ ୨୨କୁ ଧାର୍ଯ୍ୟ କରିଛନ୍ତି।
ମୋଟର ଯାନ ଆଇନ, ୧୯୮୮ର ବ୍ୟବସ୍ଥା ଅନୁଯାୟୀ ହିଟ୍‌ ଆଣ୍ଡ ରନ୍‌ ଦୁର୍ଘଟଣାରେ କୌଣସି ବ୍ୟକ୍ତିଙ୍କ ମୃତ୍ୟୁ ଘଟିଲେ ୨ ଲକ୍ଷ ଟଙ୍କା ଏବଂ ଗୁରୁତର ଆହତଙ୍କୁ ୫୦ ହଜାର ଟଙ୍କା କ୍ଷତିପୂରଣ ପ୍ରଦାନ ବ୍ୟବସ୍ଥା ରହିଛି। ମୃତ୍ୟୁ ଘଟଣାରେ କେନ୍ଦ୍ର ସରକାର ଅଧିକ କ୍ଷତିପୂରଣ ନିର୍ଦ୍ଧାରଣ କରିପାରିବେ ବୋଲି ସେଥିରେ ଉଲ୍ଲେଖ ରହିଛି। ଉକ୍ତ କ୍ଷତିପୂରଣ ଯୋଜନା ସମ୍ପର୍କରେ ପୋଲିସ ଦୁର୍ଘଟଣାରେ ମୃତାହତଙ୍କ ପରିବାର ସଦସ୍ୟଙ୍କୁ ଜଣାଇବାକୁ ସର୍ବୋଚ୍ଚ ଅଦାଲତ କହିଛନ୍ତି। ଜଷ୍ଟିସ୍‌ ଏ.ଏସ୍‌. ଓକା ଏବଂ ପଙ୍କଜ ମିଥଲଙ୍କ ଖଣ୍ଡପୀଠ କହିଥିଲେ, ୨୦୧୬ରେ ୫୫,୯୪୨ ହିଟ୍‌ ଆଣ୍ଡ ରନ୍‌ ମାମଲା ଘଟିଥିବାବେଳେ ୨୦୨୨ରେ ତାହା ୬୭,୩୮୭କୁ ବୃଦ୍ଧି ପାଇଥିବା ସଡ଼କ ପରିବହନ ମନ୍ତ୍ରଣାଳୟର ବାର୍ଷିକ ରିପୋର୍ଟରୁ ଜଣାପଡ଼ିଛି। ଗତ ୫ ବର୍ଷରେ ହିଟ୍‌ ଆଣ୍ଡ ରନ୍‌ ମାମଲାରେ ୬୬୦ ଜଣଙ୍କ ମୃତ୍ୟୁ ଘଟିବା ସହ ୧୧୩ ଜଣ ଆହତ ହୋଇଛନ୍ତି। କ୍ଷତିପୂରଣ ବାବଦରେ ୧୮୪.୬୦ ଲକ୍ଷ ଟଙ୍କା ପ୍ରଦାନ କରାଯାଇଥିବା ମନ୍ତ୍ରଣାଳୟ ଜଣାଇଥିଲା। ଖୁବ୍‌ କମ୍‌ ମୃତାହତଙ୍କ ପରିବାର କ୍ଷତିପୂରଣ ପାଇଥିବା ଉକ୍ତ ରିପୋର୍ଟରୁ ସ୍ପଷ୍ଟ ହୋଇଛି। କ୍ଷତିପୂରଣ ଯୋଜନା ସମ୍ପର୍କରେ ମୃତାହତଙ୍କ ପରିବାର ଜାଣି ନ ଥିବା ଯୋଗୁ ଏପରି ହୋଇଥାଇପାରେ ବୋଲି ଖଣ୍ଡପୀଠ କହିଥିଲେ। ଟଙ୍କାର ମୂଲ୍ୟ ଇତିମଧ୍ୟରେ ଯଥେଷ୍ଟ ହ୍ରାସ ପାଇଛି। ତେଣୁ କ୍ଷତିପୂରଣ ରାଶି ବଢ଼ାଇବା ନିମନ୍ତେ ସରକାର ବିଚାର କରିବା ପାଇଁ ଖଣ୍ଡପୀଠ ପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

ବ୍ରିଟିଶ ରାଜ ପରିବାରକୁ ଲଜ୍ଜା, ପୂର୍ବତନ ରାଜକୁମାର ଗିରଫ

ନୂଆଦିଲ୍ଲୀ,୧୯ା୨: ବ୍ରିଟେନର ରାଜା ଚାର୍ଲସଙ୍କ ସାନ ଭାଇ ତଥା ପୂର୍ବତନ ରାଜକୁମାର ଆଣ୍ଡ୍ର୍ୟୁ ମାଉଣ୍ଟବ୍ୟାଟେନ-ୱିଣ୍ଡସର ଗୁରୁବାର ଗିରଫ ହୋଇଛନ୍ତି। ସରକାରୀ ପଦବୀରେ ଥାଇ ଅସଦାଚରଣ ବା କ୍ଷମତାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri