ଅଶୋଧିତ ତୈଳ ଦର ବୃଦ୍ଧି

ନୂଆଦିଲ୍ଲୀ,୫।୯ (ଅଭୟ ଦାଶ): ଅନ୍ତରାଷ୍ଟ୍ରୀୟ ସମସ୍ୟା ଓ ଉଚ୍ଚ ମୁଦ୍ରାସ୍ଫୀତି ଯୋଗୁ ଅର୍ନ୍ତଜାତୀୟ ବଜାରରେ ଅଶୋଧିତ ତୈଳ ଦର ପୁଣି ଥରେ ବୃଦ୍ଧି ପାଇବା ଆରମ୍ଭ କରିଛି। ଏପରିକି ଗତ ସପ୍ତାହ ସପ୍ତାହ ମଧ୍ୟରେ ୨% ମୂଲ୍ୟ ବୃଦ୍ଧି ସହ ବ୍ୟାରେଲ ପିଛା ୯୦ ଡଲାର ନିକଟବର୍ତ୍ତୀ ହୋଇଛି। ଅପରପକ୍ଷରେ ବିଗତ କିଛି ମାସର ସ୍ଥିରତା ପରେ ଦର ବୃଦ୍ଧି ଖାଉଟି ଓ ତୈଳ ଆମଦାନୀ ରାଷ୍ଟ୍ରଗୁଡିକ ପାଇଁ ଚିନ୍ତାର ବିଷୟ ପାଲଟିଛି। କାରଣ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଗତ ୯ ମାସର ସର୍ବୋଚ୍ଚ ସ୍ତରରେ ପହଞ୍ଚତ୍ଛି। ବିଶେଷ କରି ସୋମବାର ବ୍ରେଣ୍ଟ କ୍ରୁଡ୍‌ ଅଏଲ ଦର ବ୍ୟାରେଲ ପିଛା ୮୮.୭୨ଡଲାରରେ ପହଞ୍ଚତ୍ଛି। ସେହିପରି ଡଡବ୍ଲ୍ୟୁଟିଆଇ ଅଶୋଧିତ ତୈଳ ବ୍ୟାରେଲ ପିଛା ୮୫.୫୦ ଡଲାରରେ କାରବାର କରୁଛି। ଏପରିକି ଅଶୋଧିତ ତୈଳ ଉତ୍ପାଦନ କରୁଥିବା ଦେଶଗୁଡ଼ିକ ତୈଳ ଯୋଗାଣ ହ୍ରାସ ପାଇଁ ପ୍ରୟାସ ଆରମ୍ଭ କରିଛନ୍ତି। ଫଳରେ ଅଶୋଧିତ ତୈଳ ଦର ପୁଣି ଥରେ ବୃଦ୍ଧି ପାଇଛି ବୋଲି ବଜାର ବିଶେଷଜ୍ଞମାନେ ଆକଳନ କରୁଛନ୍ତି। ସେହିପରି ସାଉଦି ଆରବ ଓ ରୁଷିଆ ଭଳି ଦେଶ ଅଶୋଧିତ ତୈଳ ଉତ୍ପାଦନ ହ୍ରାସ କରିଥିବାବେଳେ ଓପେକ୍‌ ରାଷ୍ଟ୍ରଗୁଡ଼ିକ ତୈଳ ଉତ୍ପାଦନ ହ୍ରାସ ଏବଂ ରପ୍ତାନି ହ୍ରାସ କରିବାକୁ ବିଚାର କରୁଛନ୍ତି। ଏପରିକି ନିକଟରେ ରୁଷିଆ ତୈଳ ଦର ବଢାଇବା ସହ ରିହାତି ଦର ହ୍ରାସ କରିବାରୁ ଭାରତର ତୈଳ ଆମଦାନୀ ପରିମାଣ ମଧ୍ୟ ହ୍ରାସ ପାଇଛି। ଉଲ୍ଲେଖଯୋଗ୍ୟ, ଅଶୋଧିତ ତୈଳ ଦର ବୃଦ୍ଧି ଘରୋଇ ତୈଳ ବଜାରରେ ଉପରେ ବେଶ ପ୍ରଭାବ ପକାଇବ। ଦୀର୍ଘମାସ ଧରି ତେଲ ଦର ହ୍ରାସ ପାଇନଥିବାବେଳେ ଅଶୋଧିତ ତୈଳ ଦର ବୃଦ୍ଧି ତେଲ ଦର ହ୍ରାସ ନେଇ ଆଶଙ୍କା ଦେଖାଦେଲାଣି। କାରଣ ଗତ ସପ୍ତାହରେ କେନ୍ଦ୍ର ସରକାର ଏଲପିଜି ଦର (୧୪.୨ କି.ଗ୍ରା) ସିଲିଣ୍ଡର ପିଛା ୨୦୦ଟଙ୍କା କମାଇବା ପରେ ଖାଉଟି ପେଟ୍ରୋଲ ଓ ଡିଜେଲ ଦର କମିବା ନେଇ ଆଶା କରୁଥିବାବେଳେ ଅଶୋଧିତ ତୈଳ ଦର ବୃଦ୍ଧି ଖାଉଟିଙ୍କ ଆଶାକୁ ଆଶାଙ୍କରେ ପକାଇଛି। ଏଭଳି ସ୍ଥିତିରେ ପେଟ୍ରୋଲ ଓ ଡିଜେଲ ଦର ହ୍ରାସ ହେବାର ସମ୍ଭାବନା ଶେଷ ହୋଇଥିବା ବେଳେ ଆଗାମୀ ଦିନରେ ତେଲ ଦର ଆହୁରି ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ: ୨ଟି କୋଚ୍‌ରେ ଲାଗିଗଲା ନିଆଁ, ଭିତରେ ଥିଲେ…

ନୂଆଦିଲ୍ଲୀ,୧୭।୫: ରାଜଧାନୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ। ଦିଲ୍ଲୀ-ନିଜାମୁଦ୍ଦିନ ଯାଉଥିବା ଏହି ଟେନ ଦୁଇଟି କୋଚରେ ଅଗ୍ନିକାଣ୍ଡ ଘଟି ଆତଙ୍କ ସୃଷ୍ଟି ହୋଇଛି। ରବିବାର ସକାଳେ ଏହି ଘଟଣା ଆଲୋଟ…

ସୁଧୁରୁନି ତୈଳ ସ୍ଥିତି, ବଢ଼ିଲାଣି କଳାବଜାର

ଭୁବନେଶ୍ୱର, ୧୭।୫(ସୁନିତ୍‌ ମିଶ୍ର): ଓଡ଼ିଶାରେ ଦେଖା ଦେଇଥିବା ତୈଳ ସଙ୍କଟ ସ୍ଥିତିରେ ଶନିବାର ସୁଦ୍ଧା ସୁଧାର ଆସିପାରି ନାହିଁ। ଭୁବନେଶ୍ୱରଠାରୁ ଆରମ୍ଭ କରି ରାଜ୍ୟର ଅନ୍ୟ ଜିଲାଗୁଡ଼ିକରେ…

ସରକାରଙ୍କ ବଡ଼ ଘୋଷଣା: ଏଣିକି ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର, ୪ର୍ଥରେ ୪୦ ହଜାର ଟଙ୍କା

ଅମରାବତି,୧୬।୫: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଥିବା ଜନସଂଖ୍ୟାକୁ ରୋକିବା ପାଇଁ ସରକାର…

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

ଭବାନୀପାଟଣାରେ କାଳବୈଶାଖୀ କୁଆପଥର ବର୍ଷା,କାର ଉପରେ ପଡ଼ିଲା ଗଛ

ଭବାନୀପାଟଣା,୧୬।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଶନିବାର ଅପରାହ୍ନରେ କାଳବୈଶାଖୀ ହୋଇଥିଲା। ଏହାର ପ୍ରଭାବରେ ଜୋରରେ ପବନ ବୋହିବା ସହ କୁଆପଥର ବର୍ଷା ହୋଇଥିଲା। ପଵନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri