Posted inରାଜ୍ୟ

ଗ୍ରାମ୍ୟ ସାଧନ କର୍ମୀ ମାନଙ୍କ ଦୈନିକ ପାରିଶ୍ରମିକ ବୃଦ୍ଧି, ଉପକୃତ ହେବେ ୧୦ ହଜାର କର୍ମୀ

ଭୁବନେଶ୍ୱର,୧୪।୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ରାଜ୍ୟର ସମସ୍ତ ଗ୍ରାମ୍ୟ ସାଧନ କର୍ମୀ (Village Resource Persons) ମାନଙ୍କର ପାରିଶ୍ରମିକ ବୃଦ୍ଧି ଘୋଷଣା କରିଛନ୍ତି । ତଦନୁଯାୟୀ ସେମାନଙ୍କ ଦୈନିକ କାର୍ଯ୍ୟ ଦିବସର ପାରିଶ୍ରମିକ ୩୦୦ ଟଙ୍କାରୁ ୪୦୦ ଟଙ୍କାକୁ ବୃଦ୍ଧି ପାଇଛି। ଏଥିସହିତ ଯାତାୟତ ଖର୍ଚ୍ଚ ବାବଦରେ ମଧ୍ୟ ଅତିରିକ୍ତ ୧୦୦ ଟଙ୍କା ପାଇବେ । ସମୁଦାୟ ୫୦୦ ଟଙ୍କା ପାଇବେ ।

ଏହାଦ୍ବାରା ରାଜ୍ୟର ୧୦ ହଜାର ଗ୍ରାମ୍ୟ ସାଧନ କର୍ମୀ ଉପକୃତ ହେବେ। ଏଥିପାଇଁ ରାଜ୍ୟ ସରକାର ୨.୮୮ କୋଟି ଟଙ୍କା ଅତିରିକ୍ତ ଖର୍ଚ୍ଚ ବହନ କରିବେ । 5T ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ସମୟରେ ସାଧନ କର୍ମୀ ମାନଙ୍କ ପକ୍ଷରୁ ଏ ସଂପର୍କରେ ପ୍ରସ୍ତାବ ଆସିଥିଲା । ଏ ବିଷୟରେ ଅବଗତ ହେବା ପରେ ମୁଖ୍ୟମନ୍ତ୍ରୀ ଏମାନଙ୍କ ପାରିଶ୍ରମିକ ବୃଦ୍ଧି ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି ।

ସୂଚନାଯୋଗ୍ୟ ଯେ ରାଜ୍ୟ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧୀନରେ ‘ଓଡିଶା ସାମାଜିକ ସମୀକ୍ଷା, ଉତ୍ତର ଦାୟିତ୍ବ ଓ ସ୍ବଚ୍ଛତା ସମିତି’ରେ କାମ କରୁଥିବା ଏହି ସାଧନ କର୍ମୀମାନେ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ସରକାରୀ କାର୍ଯ୍ୟକ୍ରମ ଯଥା – ମନରେଗା, ପକ୍କା ଘର, ଖାଦ୍ୟ ସୁରକ୍ଷା, ମଧ୍ୟାହ୍ନ ଭୋଜନ ଭଳି ଅନେକ କାର୍ଯ୍ୟକ୍ରମର ସାମାଜିକ ସମୀକ୍ଷା (Social Audit) କରି ସ୍ବଚ୍ଛତା ରକ୍ଷା କରିବାରେ ତାତ୍ପର୍ଯ୍ୟପୂର୍ଣ୍ଣ ଭୂମିକା ଗ୍ରହଣ କରିଥାନ୍ତି । ଏଥିରେ ମିଶନ ଶକ୍ତି ମା ମାନେ ବହୁ ସଂଖ୍ୟାରେ ନିୟୋଜିତ ଅଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

୭୦% ଚାଷୀଙ୍କୁ ମିଳୁନି କେସିସି ଋଣ

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା): ରାଜ୍ୟରେ ଚାଷୀଙ୍କ ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା...

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...

ପହିଲାରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ରାଜ୍ୟରେ ପ୍ରବଳ ଶୀତ ସହ କୁହୁଡ଼ି ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି। ୩୧ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ।...

ସରକାରଙ୍କ ବଡ଼ ଘୋଷଣା, ଅନ୍‌ଲାଇନରେ ହେବନି…

କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍‌ଲାଇନରେ ଗ୍ରହଣ କରାଯିବ।...

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri