Posted inରାଜ୍ୟ

ଗ୍ରାମ୍ୟ ସାଧନ କର୍ମୀ ମାନଙ୍କ ଦୈନିକ ପାରିଶ୍ରମିକ ବୃଦ୍ଧି, ଉପକୃତ ହେବେ ୧୦ ହଜାର କର୍ମୀ

ଭୁବନେଶ୍ୱର,୧୪।୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ରାଜ୍ୟର ସମସ୍ତ ଗ୍ରାମ୍ୟ ସାଧନ କର୍ମୀ (Village Resource Persons) ମାନଙ୍କର ପାରିଶ୍ରମିକ ବୃଦ୍ଧି ଘୋଷଣା କରିଛନ୍ତି । ତଦନୁଯାୟୀ ସେମାନଙ୍କ ଦୈନିକ କାର୍ଯ୍ୟ ଦିବସର ପାରିଶ୍ରମିକ ୩୦୦ ଟଙ୍କାରୁ ୪୦୦ ଟଙ୍କାକୁ ବୃଦ୍ଧି ପାଇଛି। ଏଥିସହିତ ଯାତାୟତ ଖର୍ଚ୍ଚ ବାବଦରେ ମଧ୍ୟ ଅତିରିକ୍ତ ୧୦୦ ଟଙ୍କା ପାଇବେ । ସମୁଦାୟ ୫୦୦ ଟଙ୍କା ପାଇବେ ।

ଏହାଦ୍ବାରା ରାଜ୍ୟର ୧୦ ହଜାର ଗ୍ରାମ୍ୟ ସାଧନ କର୍ମୀ ଉପକୃତ ହେବେ। ଏଥିପାଇଁ ରାଜ୍ୟ ସରକାର ୨.୮୮ କୋଟି ଟଙ୍କା ଅତିରିକ୍ତ ଖର୍ଚ୍ଚ ବହନ କରିବେ । 5T ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ସମୟରେ ସାଧନ କର୍ମୀ ମାନଙ୍କ ପକ୍ଷରୁ ଏ ସଂପର୍କରେ ପ୍ରସ୍ତାବ ଆସିଥିଲା । ଏ ବିଷୟରେ ଅବଗତ ହେବା ପରେ ମୁଖ୍ୟମନ୍ତ୍ରୀ ଏମାନଙ୍କ ପାରିଶ୍ରମିକ ବୃଦ୍ଧି ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି ।

ସୂଚନାଯୋଗ୍ୟ ଯେ ରାଜ୍ୟ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧୀନରେ ‘ଓଡିଶା ସାମାଜିକ ସମୀକ୍ଷା, ଉତ୍ତର ଦାୟିତ୍ବ ଓ ସ୍ବଚ୍ଛତା ସମିତି’ରେ କାମ କରୁଥିବା ଏହି ସାଧନ କର୍ମୀମାନେ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ସରକାରୀ କାର୍ଯ୍ୟକ୍ରମ ଯଥା – ମନରେଗା, ପକ୍କା ଘର, ଖାଦ୍ୟ ସୁରକ୍ଷା, ମଧ୍ୟାହ୍ନ ଭୋଜନ ଭଳି ଅନେକ କାର୍ଯ୍ୟକ୍ରମର ସାମାଜିକ ସମୀକ୍ଷା (Social Audit) କରି ସ୍ବଚ୍ଛତା ରକ୍ଷା କରିବାରେ ତାତ୍ପର୍ଯ୍ୟପୂର୍ଣ୍ଣ ଭୂମିକା ଗ୍ରହଣ କରିଥାନ୍ତି । ଏଥିରେ ମିଶନ ଶକ୍ତି ମା ମାନେ ବହୁ ସଂଖ୍ୟାରେ ନିୟୋଜିତ ଅଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ବେଆଇନ ଭାବେ ବିକ୍ରି ହେଉଥିଲା ଗ୍ୟାସ୍‌ ସିଲିଣ୍ଡର, ଜବତ କରି ଉପଜିଲାପାଳ…

ମୋହନା,୯ା୪(ମନ୍ମଥ ମିଶ୍ର): ସାରା ଦେଶରେ ଗ୍ୟାସ୍‌ ସିଲିଣ୍ଡର୍‌କୁ ନେଇ ଲୋକେ ନାନାଦି ପ୍ରକାର ହଇରାଣ ହରକତ ହେଉଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ସାରା ଦେଶରେ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏହି ଦୁଇ ସହରରେ ହେବ ନାହିଁ ବିଦ୍ୟୁତ୍‌ କାଟ୍‌

ଭୁବନେଶ୍ୱର,୯ା୪: ଆଜି ଅର୍ଥାତ୍‌ ଗୁରୁବାର ଓଡ଼ିଶାର ଶକ୍ତି କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ି ହୋଇଛି। ଭୁବନେଶ୍ୱର ଓ କଟକରେ ଆଉ ଅଘୋଷିତ ବିଦ୍ୟୁତ୍‌କାଟ୍‌ ହେବ ନାହିଁ…

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

୧୦ରେ ରାଜ୍ୟ କ୍ୟାବିନେଟ୍‌: ଆସିବ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

ଭୁବନେଶ୍ୱର,୯ା୪ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଏପ୍ରିଲ ୧୦ରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri