ସୁନା-ରୁପାର ଆମଦାନୀ ଶୁଳ୍କ ବୃଦ୍ଧି

ଭୁବନେଶ୍ୱର,୨୪।୧(ଅନୁରାଧା ମହାରଣା): ସୁନା ଓ ରୁପା ଉପରେ ଆମଦାନୀ ଶୁଳ୍କ(ଇମ୍ପୋର୍ଟ ଡ୍ୟୁଟି) ଉପରେ ସରକାର ଏକ ବଡ଼ ଘୋଷଣା କରିଛନ୍ତି। ଅର୍ଥ ମନ୍ତ୍ରଣାଳୟ ସୁନା, ରୁପା ଏବଂ ମୂଲ୍ୟବାନ୍‌ ଧାତୁ ମୁଦ୍ରା ଉପରେ ଆମଦାନୀ ଶୁଳ୍କକୁ ୧୦ ପ୍ରତିଶତରୁ ୧୫ ପ୍ରତିଶତକୁ ବୃଦ୍ଧି କରିଛି। ଏଥିପାଇଁ ସରକାର ଏକ ବିଜ୍ଞପ୍ତି ଜାରି କରିଛନ୍ତି। ବିଜ୍ଞପ୍ତି ଅନୁଯାୟୀ ସୁନା, ରୁପା ଧାତୁ ଏବଂ ମୂଲ୍ୟବାନ୍‌ ଧାତୁ ମୁଦ୍ରା ଉପରେ ଆମଦାନୀ ଶୁଳ୍କ ୧୫ ପ୍ରତିଶତ ହେବ। ଏଥିରେ ୧୦ ପ୍ରତିଶତ ବେସିକ୍‌ କଷ୍ଟମ ଡ୍ୟୁଟି (ବିସିଡି) ଏବଂ ୫ ପ୍ରତିଶତ କୃଷି ଭିତ୍ତିଭୂମି ବିକାଶ ସେସ୍‌ (ଏଆଇଡିସି) ଅନ୍ତର୍ଭୁକ୍ତ। ସୋସିଆଲ୍‌ ଓ୍ବେଲଫେୟାର ସରଚାର୍ଜ (ଏସ୍‌ଡବ୍ଲ୍ୟୁସି)କୁ ଏଥିରୁ ବାଦ୍‌ ଦିଆଯାଇଛି। ସୁନା, ରୁପା ଭଳି ମୂଲ୍ୟବାନ୍‌ ଧାତୁର ମୁଦ୍ରା ଉପରେ ମଧ୍ୟ ମନ୍ତ୍ରଣାଳୟ ଆମଦାନୀ ଶୁଳ୍କ ବୃଦ୍ଧି କରିଛି। ବେସିକ୍‌ କଷ୍ଟମ ଡ୍ୟୁଟି (ବିସିଡି) ଏବଂ ଏସ୍‌ଡବ୍ଲ୍ୟୁଏସ୍‌ ଛାଡ଼ କରାଯାଇଥିବାବେଳେ ୪.୩୫ ପ୍ରତିଶତ ଏଆଇଡିସି ସହ ଶୁଳ୍କ ୧୪.୩୫ ପ୍ରତିଶତକୁ ବୃଦ୍ଧି କରାଯାଇଛି। ବିଜ୍ଞପ୍ତି ଅନୁଯାୟୀ, ଜାନୁଆରୀ ୨୨ରୁ ନୂତନ ହାର କାର୍ଯ୍ୟକାରୀ ହୋଇଛି। ମାତ୍ର ସାଧାରଣ ବଜେଟ ପୂର୍ବରୁ ଜେମସ୍‌ ଆଣ୍ଡ ଜୁଏଲେରି ଏକ୍ସପୋର୍ଟ ପ୍ରମୋଶନ କାଉନସିଲ୍‌ (ଜିଜେଇପିସି) ସୁନା ଏବଂ ହୀରା (କଟ୍‌ ଏବଂ ପଲିସ) ଉପରେ ଆମଦାନୀ ଶୁଳ୍କ ହ୍ରାସ କରିବାକୁ ସରକାରଙ୍କୁ ଅନୁରୋଧ କରିଛି। ଜିଜେଇପିସି ମୂଲ୍ୟବାନ୍‌ ଧାତୁ ଉପରେ ଆମଦାନୀ ଶୁଳ୍କକୁ ବର୍ତ୍ତମାନର ୧୫ ପ୍ରତିଶତରୁ ୪ ପ୍ରତିଶତ ହ୍ରାସ କରିବାକୁ ଦାବି କରୁଛି। ଏଥିରେ ସିପିଡି ଉପରେ କଷ୍ଟମ ଡ୍ୟୁଟି ବର୍ତ୍ତମାନର ୫ ପ୍ରତିଶତରୁ ୨.୫ ପ୍ରତିଶତକୁ ହ୍ରାସ କରିବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

ଜଳିଗଲା ୩ ଭାଇଙ୍କ ଘର

ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି।…

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

SBI ଗ୍ରାହକ ହୁଅନ୍ତୁ ସତର୍କ!ଟଙ୍କା ରଖିଥିଲେ ଜାଣି ନିଅନ୍ତୁ…

ଦେଶରେ ସର୍ବବୃହତ ସାର୍ବଜନୀନ ବ୍ୟାଙ୍କ ଭାବରେ ଏସବିଆଇର ଆଦୃତି ରହିଛି । ଅନେକ ଲୋକମାନଙ୍କ ଏହି ବ୍ୟାଙ୍କରେ ବିଭିନ୍ନ ଆକାଉଣ୍ଟ ରହିଛି । ବର୍ତ୍ତମାନ ବ୍ୟାଙ୍କ ଗୋଟିଏ…

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri