Posted inଜାତୀୟ

୬୦ ନୁହେଁ ଏବେ ଏତିକି ସମୟ ଯାଏ ଚାକିରି କରିପାରିବେ ସରକାରୀ କର୍ମଚାରୀ! ଜାଣନ୍ତୁ ଭାଇରାଲ ଖବରର ସତ..

ନୂଆଦିଲ୍ଲୀ,୨୧।୧୧: ସରକାରୀ କର୍ମଚାରୀମାନଙ୍କର ବୟସସୀମା ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାର । ଏଣିକି ୬୦ ବର୍ଷରେ କର୍ମଚାରୀଙ୍କୁ ମିଳିବନି ଅବସର । ଚାକିରି କ୍ଷେତ୍ରରେ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ବୟସସୀମା ଆଉ ୨ ବର୍ଷ ବୃଦ୍ଧି କରାଇବାକୁ ସରକାର ଯୋଜନା କରୁଛନ୍ତି । ଏଣିକି କର୍ମଚାରୀ ୬୦ ବର୍ଷ ବଦଳରେ ୬୨ ବର୍ଷ ବୟସରେ ଅବସର ଗ୍ରହଣ କରିବେ । ଆସନ୍ତାବର୍ଷ ଏପ୍ରିଲ ମାସରୁ ଏହି ନୂଆ ନିୟମ ଲାଗୁ ହେବ ବୋଲି କୁହାଯାଉଛି । ଏ ନେଇ କ୍ୟାବିନେଟ ବୈଠକର ଏକ ଚିଠି ସୋସିଆଲ ମିଡିଆ ଭାଇରାଲ ହେଉଛି ।

ସୂଚନା ଅନୁସାରେ, କେନ୍ଦ୍ର କର୍ମଚାରୀଙ୍କ ଚାକିରି ବୟସକୁ ୨ ବର୍ଷ ବୃଦ୍ଧି କରାଇବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଉଛନ୍ତି । ଏ ନେଇ କ୍ୟାବିନେଟ ବୈଠକରେ ମଞ୍ଜୁରୀ ମିଳିଥିବା ଏକ ଲେଟର ବର୍ତ୍ତମାନ ଭାଇରାଲ ହେଉଛି । ଏଥିରେ କୁହାଯାଇଛି ଯେ, ଏହି ଯୋଜନାକୁ ‘ରିଟାୟାରମେଣ୍ଟ ଆୟୁ ବୃଦ୍ଧି ଯୋଜନା’ ନାମ ରଖାଯାଇଛି । ଏହି ଯୋଜନାରେ ୨୦୨୫ ଏପ୍ରିଲ ମାସରୁ ଅବସର ବୟସରେ ୨ ବର୍ଷ ବୃଦ୍ଧି ହେବ ବୋଲି କୁହାଯାଇଛି । ଏଣିକି ୬୦ ବର୍ଷ ପରିବର୍ତ୍ତେ ୬୨ ବର୍ଷ ବୟସରେ ଅବସର ନେବେ କର୍ମଚାରୀ । ଏହା ସମସ୍ତ କେନ୍ଦ୍ର କର୍ମଚାରୀଙ୍କ ପାଇଁ ଲାଗୁ ହେବ ବୋଲି ଏହି ଭାଇରାଲ ଲେଟରରେ ଦେଖିବାକୁ ମିଳିଛି । କିନ୍ତୁ ପ୍ରକୃତ କଥା ହେଉଛି ଭାଇରାଲ ହେଉଥିବା ଲେଟର ହେଉଛି ସମ୍ପୂର୍ଣ୍ଣ ମିଛ ଓ ଗୁଜବ ।

ଏହି ଯୋଜନା ଏବଂ ଏହି ଖବରକୁ ମିଛ ଏବଂ ଗୁଜବ ବୋଲି କହିଛି ପ୍ରେସ ଇନଫରମେସନ ବ୍ୟୁରୋ । ସୋସିଆଲ ମିଡିଆରେ କରାଯାଉଥିବା ଏହି ଦାବି ଭିତ୍ତିହୀନ । ଭାରତ ସରକାର ଏଭଳି କୌଣସି ନିଷ୍ପତ୍ତି ନେଇନାହାନ୍ତି । ବର୍ତ୍ତମାନ ସୁଦ୍ଧା କର୍ମଚାରୀଙ୍କ ଅବସର ବୟସ ୬୦ ବର୍ଷ ରହିଛି । ଭାଇରାଲ ହେଉଥିବା ଏହି ତଥ୍ୟ ସମ୍ପୂର୍ଣ୍ଣ ମିଛ ଏବଂ ଗୁଜବ ବୋଲି ପିଆଇବି ପକ୍ଷରୁ ସ୍ପଷ୍ଟ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri