ହୀରାକୁଦ ଜଳଭଣ୍ଡାରରେ ବିଦେଶାଗତ ପକ୍ଷୀ ସଂଖ୍ୟା ବୃଦ୍ଧି

ସମ୍ବଲପୁର,୧୧ା୧(ବ୍ୟୁରୋ): ସମ୍ବଲପୁରର ହୀରାକୁଦ ଜଳଭଣ୍ଡାରରେ ହୋଇଥିବା ଦିନିକିଆ ବିଦେଶୀ ପକ୍ଷୀ ଗଣନା ରିପୋର୍ଟ ବନ ବିଭାଗ ପକ୍ଷରୁ ମଙ୍ଗଳବାର ପ୍ରକାଶ ପାଇଛି। ଚଳିତବର୍ଷ ରେକର୍ଡ ସଂଖ୍ୟକ ଅର୍ଥାତ୍‌ ପୂର୍ବବର୍ଷ ଅପେକ୍ଷା ୧ଲକ୍ଷରୁ ଅଧିକ ପକ୍ଷୀ ଆସିଥିବା ରିପୋର୍ଟରୁ ଜଣାପଡିଛି। ଗତବର୍ଷ ୧୦୪ ପ୍ରଜାତିର ୨ଲକ୍ଷ ୮ ହଜାର ୬୩୪ ପକ୍ଷୀ ଆସିଥିବାବେଳେ ଚଳିତବର୍ଷ ୧୦୮ ପ୍ରଜାତିର ୩ ଲକ୍ଷ ୧୬ ହଜାର ୬୭୬ ପକ୍ଷୀଙ୍କ ସମାଗମ ହୋଇଥିବା ହୀରାକୁଦ ବନ୍ୟପ୍ରାଣୀ ବିଭାଗ ଡିଏଫ୍‌ଓ ଅଂଶୁପ୍ରଜ୍ଞା ଦାସ ସୂଚନା ଦେଇଛନ୍ତି।
ଚଳିତବର୍ଷ ହୀରାକୁଦ ଜଳଭଣ୍ଡାରରେ ବାର୍ଡ ଟଏଲେଟ, ପିଅଡ ହେରିଅର, କରଲିଉ ସନଡିପର, କଟନ ପାଇଜାମି ଗୋସ, କ୍ୟାସପିଆ ଟ୍ରିନ, ବ୍ଲ୍ୟୁ ଟେଲେଡ ବି-ଇଟର, କ୍ରେଷ୍ଟେଡ ସେପଟ୍ରେନ ଇଗଲ, ଓଲି ନେକେଡ ଷ୍ଟର୍କ, ୟେଲୋ ବିଲ୍ଡ ଡକ୍‌, ପାଇନାଟ ଷ୍ଟକ ପ୍ରଜାତିର ପକ୍ଷୀଙ୍କୁ ନୂତନ ଭାବେ ଦେଖିବାକୁ ମିଳିଥିଲା। ପ୍ରତିବର୍ଷ ଭଳି ଏବର୍ଷ ମଧ୍ୟ ଡକ୍‌ ପ୍ରଜାତିର ରେଡ୍‌ କ୍ରେଷ୍ଟେଟ ପୋଚାର୍ଡ, ଟୁଫେଡ୍‌ ଡକ୍‌, ବ୍ରାମିନି ଡକ୍‌, ନର୍ଦ୍ଦନ ପିନ୍‌ଷ୍ଟେଲ, ୟୁରୋଏସିଆନ, ଏସିଆନ ୱିଗନ, ଏସିଆନ ଓପନବିଲ, ଗ୍ରେ ହୀରୋନ, ପର୍ପଲ ହିରୋଜେନ, କେଟେଲ ଗ୍ରେଡ୍‌ ଆଦି ପକ୍ଷୀଙ୍କ ସମାଗମ ହୋଇଥିଲା। ସମ୍ବଲପୁର ସମେତ ବରଗଡ ଓ ଝାରସୁଗୁଡ଼ା ଜିଲା ପଟରୁ ମଧ୍ୟ ପକ୍ଷୀ ଗଣନାକାରୀ ଟିମ୍‌ ଜଳଭଣ୍ଡାରକୁ ପ୍ରବେଶ କରିଥିଲେ। ରବିବାର ସକାଳ ୬ଟାରେ ୩୫ ଡଙ୍ଗାରେ ବନ ବିଭାଗ କର୍ମଚାରୀଙ୍କ ସହ ୬୦ ଜଣ ବିଶେଷଜ୍ଞ ପକ୍ଷୀ ଗଣନାରେ ସାମିଲ ହୋଇଥିଲେ। ଏଥିପାଇଁ ୩୦ ଟିମ୍‌ ଗଠନ କରାଯାଇଥିଲା। ସନ୍ଧ୍ୟା ପର୍ଯ୍ୟନ୍ତ ସମସ୍ତ ଟିମ୍‌ ଗଣନା ସାରି କୂଳକୁ ଫେରିଆସିଥିଲେ। ସୂଚନାଯୋଗ୍ୟ, ୨୦୨୨ରେ ୧୦୪ ପ୍ରଜାତିର ୨ ଲକ୍ଷ ୮ ହଜାର, ୨୦୨୧ରେ ୮୬ ପ୍ରଜାତିର ୧ ଲକ୍ଷ ୨୪ ହଜାର, ୨୦୨୦ରେ ୮୨ ପ୍ରଜାତିର ୧ ଲକ୍ଷ ୩୪ ହଜାର ପକ୍ଷୀ ଜଳଭଣ୍ଡାରକୁ ଆସିଥିବା ବନ ବିଭାଗ ରିପୋର୍ଟରୁ ଜଣାପଡିଛି। ପ୍ରତିବର୍ଷ ଶୀତଋତୁରେ ହାରାକୁଦ ଜଳଭଣ୍ଡାରକୁ ବିଦେଶୀ ପକ୍ଷୀଙ୍କ ଆଗମନ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡିରେ ପ୍ରବଳ ବର୍ଷା; ଗୁରୁବାର ସବୁ ସ୍କୁଲ ଛୁଟି, NH୨୬ରେ ଗଛ ପଡିବାରୁ ରାସ୍ତା ଜାମ୍

ଭବାନୀପାଟଣା ୨୩।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଯୋଗୁଁ ମଙ୍ଗଳବାର ଠାରୁ କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେଉଛି । ଏହି…

୨୦୨୭ ବିଶ୍ୱକପ ବିଷୟରେ ଉଲ୍ଲେଖ କରି ବିରାଟ-ରୋହିତଙ୍କ ସମ୍ପର୍କରେ ବଡ଼ ବୟାନ ଦେଲେ ରିଙ୍କୁ ସିଂହ, କହିଲେ…

ନୂଆଦିଲ୍ଲୀ,୨୩।୯: ଭାରତୀୟ ଟି-୨୦ ଦଳର ଷ୍ଟାର୍‌ ବ୍ୟାଟର ରିଙ୍କୁ ସିଂହ, ଦଳର ଦୁଇ ପ୍ରମୁଖ ଖେଳାଳି ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ…

‘ପରାଜୟ ପରେ ECI ଉପରେ ଆକ୍ରମଣ’ SIR-ନିର୍ବାଚନ ଆୟୋଗ ବିବାଦ ଉପରେ ଆସିଲା ଭାଜପାର ପ୍ରଥମ ପ୍ରତିକ୍ରିୟା

ନୂଆଦିଲ୍ଲୀ,୨୩।୯: ନିର୍ବାଚନ ଆୟୋଗଙ୍କୁ ନେଇ ସୃଷ୍ଟି ହୋଇଥିବା ବିବାଦ ଉପରେ ଭାଜପା ନିଜର ପ୍ରଥମ ପ୍ରତିକ୍ରିୟା ରଖିଛି। ବିରୋଧୀଙ୍କ ଅଭିଯୋଗର ଜବାବ ଦେଇ ଭାଜପା ଏମପି ସମ୍ବିତ…

ଲଗାଣ ବର୍ଷା ନେଲା ଜୀବନ: ରେମୁଣାରେ ମାଟି କାନ୍ଥ ଭୁଷୁଡ଼ି ବାପା ମୃତ, ପୁଅ ଗୁରୁତର

ବାଲେଶ୍ୱର,୨୩ା୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରେମୁଣାରେ ବଡ଼ ଅଘଟଣ ଘଟିଯାଇଛି । ଖରିଦମୁଖୁରା ଗ୍ରାମରେ ମାଟି କାନ୍ଥ ଭୁଶୁଡ଼ି ପଡ଼ି ବାପାଙ୍କ ମୃତ୍ୟୁ…

କ୍ରିକେଟରେ ହଲଚଲ! ହଠାତ୍ ଇସ୍ତଫା ଦେଲେ କୋଚ୍, କାରଣ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୩ା୯: ଚାକିରି ବଦଳାଇବା ଏବେ ସାଧାରଣ କଥା। କିନ୍ତୁ କୌଣସି ଜାତୀୟ କ୍ରିକେଟ୍ ଦଳର କୋଚ୍ ଅନ୍ୟ ଏକ ଟିମ୍‌ରେ ଚାକିରି ପାଇଁ ଇସ୍ତଫା ଦେବା ନିଶ୍ଚିତ…

ମଧ୍ୟବିତ୍ତଙ୍କୁ ବଡ଼ ଝଟ୍‌କା: ଅକ୍ଟୋବରରୁ ବଦଳିଯିବ ଏସବୁ ନିୟମ, ଏବେଠୁ ଜାଣି ରଖନ୍ତୁ ସବୁକିଛି

ନୂଆଦିଲ୍ଲୀ,୨୩।୯: ପ୍ରତି ମାସର ପହିଲା ତାରିଖରେ କିଛି ନା କିଛି ନିୟମରେ ପରିବର୍ତ୍ତନ ହୋଇଥାଏ। ଏହାକୁ ନେଇ ଲୋକଙ୍କ ମଧ୍ୟରେ ମଧ୍ୟ ଉତ୍ସୁକତା ରହିଥାଏ ଯେ, ଆସନ୍ତା…

ଭାଙ୍ଗିଲା ପାଚେରି, ବିଦ୍ୟାଳୟ ଭିତରେ ପଶିଲା ଗାଁର ମଇଳା ପାଣି

ପାତ୍ରପୁର,୨୩ା୯(ଉମାଚରଣ ନେପାକ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଗଞ୍ଜାମ ଜିଲା ପାତ୍ରପୁର ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି। ତୁହାକୁ ତୁହା ବର୍ଷା ସହ ପନ…

ମଘା ନକ୍ଷତ୍ରକୁ ଯିବେ ଗୁରୁ ବୃହସ୍ପତି: ଅକ୍ଟୋବରରୁ ଆରମ୍ଭ ହେବ ୪ ରାଶିଙ୍କ ଗୋଲଡେନ୍‌ ଟାଇମ୍‌, ଚାକିରି-ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ରରେ ଗୁରୁ ଗ୍ରହଙ୍କୁ ଜ୍ଞାନ, ଧନ, ଭାଗ୍ୟ, ବିସ୍ତାର, ସୁଖ ଓ ସମୃଦ୍ଧିର କାରକ ଭାବେ ବିବେଚନା କରାଯାଏ। ଶୁଭ ଗ୍ରହମାନଙ୍କ ମଧ୍ୟରେ ଗୁରୁଙ୍କୁ ବିଶେଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?