ୟୁକୋ ବ୍ୟାଙ୍କର ଋଣ ଜମା ଅନୁପାତ ବୃଦ୍ଧି

ଭୁବନେଶ୍ୱର,୧୮।୮: ୟୁକୋ ବ୍ୟାଙ୍କର ପରିଚାଳନା ନିର୍ଦ୍ଦେଶକ ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ସୋମା ଶଙ୍କର ପ୍ରସାଦ ନିକଟରେ ଭୁବନେଶ୍ୱର ଗସ୍ତରେ ଆସିଥିଲେ। ତାଙ୍କର ଗସ୍ତ ସମୟରେ ସେ ବ୍ୟାଙ୍କର ବଛା ବଛା ଶାଖାର କାର୍ଯ୍ୟଦକ୍ଷତା ସମୀକ୍ଷା କରିଥିଲେ। ସେହିଭଳି ପ୍ରସାଦ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିବା ସହ କୋଭିଡ୍‌ ମହାମାରୀର ପ୍ରଭାବ ସତ୍ତ୍ୱେ ୨୦୨୨ ମାର୍ଚ୍ଚ ଶେଷ ସୁଦ୍ଧା ରାଜ୍ୟରେ ପରିଚାଳିତ ବ୍ୟାଙ୍କଗୁଡ଼ିକର ଋଣ ଜମା ଅନୁପାତ ୬୨ରୁ ୭୨ % କୁ ବୃଦ୍ଧି ପାଇଥିବା ବିଷୟରେ ପ୍ରସାଦ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ସେହିପରି ଗ୍ରାମୀଣ ଅଣବ୍ୟାଙ୍କିଙ୍ଗ୍‌ କ୍ଷେତ୍ରରେ ଶାଖା ଖୋଲିବା ଉପରେ ମଧ୍ୟ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ। ଏପରିକି ପୁରୀ ଓ ସାଲେପୁରଠାରେ ଖୋଲିବାକୁ ଥିବା ବ୍ୟାଙ୍କର ୨ଟି ଡିଜିଟାଲ ବ୍ୟାଙ୍କିଙ୍ଗ୍‌ ୟୁନିଟ୍‌ର ବ୍ୟବସ୍ଥାକୁ ସେ ପରିଦର୍ଶନ କରିଥିଲେ।

ଅପରପକ୍ଷରେ ସେ କଟକ ଜିଲା ନିଆଳି ବ୍ଲକ ଅନ୍ତର୍ଗତ ଏକ ଅଣବ୍ୟାଙ୍କିଙ୍ଗ୍‌ ଗ୍ରାମୀଣ କେନ୍ଦ୍ର ରାଣୀଓଳାଠାରେ ଏକ ନୂତନ ଶାଖାକୁ ନିଆଳି ବିଧାୟକ ପ୍ରମୋଦ କୁମାର ମଲ୍ଲିକଙ୍କ ସହ ମିଳିତ ଭାବେ ଉଦ୍‌ଘାଟନ କରିଥିଲେ। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର ଆଞ୍ଚଳିକ ମୁଖ୍ୟ ତଥା ମହାପ୍ରବନ୍ଧକ ଗୌତମ ପାତ୍ର, ନିଆଳି ବ୍ଲକ୍‌ ଚେୟାରମ୍ୟାନ୍‌ ଉମେଶ ଚନ୍ଦ୍ର ବେହେରା, ଜିଲା ପରିଷଦ ସଦସ୍ୟା ସୌଦାମିନୀ ମହାପାତ୍ର, ନିଆଳି ବିଡିଓ ଅଶୋକ କୁମାର ଲେଙ୍କା, ରାଣୀଓଳା ସରପଞ୍ଚ ତ୍ରିନାଥ ମହାନ୍ତିଙ୍କ ସମେତ ବ୍ୟାଙ୍କର ବହୁ ବରିଷ୍ଠ କର୍ମଚାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

ଅନଲାଇନରେ ଅର୍ଡର କରୁଛନ୍ତି? ଆଜି ଆସିବନି ପାର୍ସଲ, ଡେଲିଭେରୀ ଏଜେଣ୍ଟଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୧।୧୨: ଯଦି ଆପଣ ଆଜି ପାର୍ଟି କରିବାକୁ ମନସ୍ଥ କରିଛନ୍ତି ଏବଂ ଅନଲାଇନରେ ଖାଦ୍ୟ ଏବଂ ପାନୀୟ ଅର୍ଡର କରିବାକୁ ଯୋଜନା କରୁଛନ୍ତି, ତେବେ ଏହା...

ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…

ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...

ମହିଳାଙ୍କ ସହ ଯୌନସମ୍ପର୍କ ରଖି ଫଟୋ ଭାଇରାଲ କରିଦେଲେ ଯୁବକ: ସ୍ବାମୀ ଜାଣିବା ପରେ…

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ମହିଳାଙ୍କ ବିନା ସହମତିରେ ତାଙ୍କ ସହ ଯୌନସମ୍ପର୍କ ସ୍ଥାପନ କରିବା ସହ ଅଶ୍ଳୀଳ ଭିଡିଓ ସୋସିିଆଲ ମିଡିଆରେ ଭାଇରାଲ କରିବା ଅଭିଯୋଗରେ ବଳିଆପଣ୍ଡା...

୬ଦିନ ଯାଏ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ...

ଭୟରେ ଥରହର ଅର୍ପିତା ଚୌଧୁରୀ: କଲେ ଏମିତି କାମ

କଟକ,୩୧।୧୨(କାର୍ତ୍ତିକ ସାହୁ):ଓଡ଼ିଆ ସଙ୍ଗୀତ ଜଗତର ପ୍ରତିଷ୍ଠିତ ଗାୟକ ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ଓଲିଉଡ ଗାୟିକା ଅର୍ପିତା ଚୌଧୁରୀ ମଙ୍ଗଳବାର ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri