ୟୁକୋ ବ୍ୟାଙ୍କର ଋଣ ଜମା ଅନୁପାତ ବୃଦ୍ଧି

ଭୁବନେଶ୍ୱର,୧୮।୮: ୟୁକୋ ବ୍ୟାଙ୍କର ପରିଚାଳନା ନିର୍ଦ୍ଦେଶକ ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ସୋମା ଶଙ୍କର ପ୍ରସାଦ ନିକଟରେ ଭୁବନେଶ୍ୱର ଗସ୍ତରେ ଆସିଥିଲେ। ତାଙ୍କର ଗସ୍ତ ସମୟରେ ସେ ବ୍ୟାଙ୍କର ବଛା ବଛା ଶାଖାର କାର୍ଯ୍ୟଦକ୍ଷତା ସମୀକ୍ଷା କରିଥିଲେ। ସେହିଭଳି ପ୍ରସାଦ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିବା ସହ କୋଭିଡ୍‌ ମହାମାରୀର ପ୍ରଭାବ ସତ୍ତ୍ୱେ ୨୦୨୨ ମାର୍ଚ୍ଚ ଶେଷ ସୁଦ୍ଧା ରାଜ୍ୟରେ ପରିଚାଳିତ ବ୍ୟାଙ୍କଗୁଡ଼ିକର ଋଣ ଜମା ଅନୁପାତ ୬୨ରୁ ୭୨ % କୁ ବୃଦ୍ଧି ପାଇଥିବା ବିଷୟରେ ପ୍ରସାଦ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ସେହିପରି ଗ୍ରାମୀଣ ଅଣବ୍ୟାଙ୍କିଙ୍ଗ୍‌ କ୍ଷେତ୍ରରେ ଶାଖା ଖୋଲିବା ଉପରେ ମଧ୍ୟ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ। ଏପରିକି ପୁରୀ ଓ ସାଲେପୁରଠାରେ ଖୋଲିବାକୁ ଥିବା ବ୍ୟାଙ୍କର ୨ଟି ଡିଜିଟାଲ ବ୍ୟାଙ୍କିଙ୍ଗ୍‌ ୟୁନିଟ୍‌ର ବ୍ୟବସ୍ଥାକୁ ସେ ପରିଦର୍ଶନ କରିଥିଲେ।

ଅପରପକ୍ଷରେ ସେ କଟକ ଜିଲା ନିଆଳି ବ୍ଲକ ଅନ୍ତର୍ଗତ ଏକ ଅଣବ୍ୟାଙ୍କିଙ୍ଗ୍‌ ଗ୍ରାମୀଣ କେନ୍ଦ୍ର ରାଣୀଓଳାଠାରେ ଏକ ନୂତନ ଶାଖାକୁ ନିଆଳି ବିଧାୟକ ପ୍ରମୋଦ କୁମାର ମଲ୍ଲିକଙ୍କ ସହ ମିଳିତ ଭାବେ ଉଦ୍‌ଘାଟନ କରିଥିଲେ। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର ଆଞ୍ଚଳିକ ମୁଖ୍ୟ ତଥା ମହାପ୍ରବନ୍ଧକ ଗୌତମ ପାତ୍ର, ନିଆଳି ବ୍ଲକ୍‌ ଚେୟାରମ୍ୟାନ୍‌ ଉମେଶ ଚନ୍ଦ୍ର ବେହେରା, ଜିଲା ପରିଷଦ ସଦସ୍ୟା ସୌଦାମିନୀ ମହାପାତ୍ର, ନିଆଳି ବିଡିଓ ଅଶୋକ କୁମାର ଲେଙ୍କା, ରାଣୀଓଳା ସରପଞ୍ଚ ତ୍ରିନାଥ ମହାନ୍ତିଙ୍କ ସମେତ ବ୍ୟାଙ୍କର ବହୁ ବରିଷ୍ଠ କର୍ମଚାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁସ୍ଥ ଶରୀର ପାଇଁ ଜଳ ଜରୁରୀ, ହାର୍ଟ-ଲିଭରକୁ ସୁରକ୍ଷା ଦେବା ସହ…

ଆମ ଶରୀର ପାଇଁ ଜଳ କେତେ ଉପକାରୀ, ତାହା କହିବା ବାହୁଲ୍ୟ ମାତ୍ର। ସୁସ୍ଥ ଶରୀର ପାଇଁ ସୁଷମ ଖାଦ୍ୟ ବ୍ୟତୀତ ଆବଶ୍ୟକ ମୁତାବକ ପାଣି ପିଇବା…

ଏମିତି କରି T20ରେ ବିଶ୍ୱ ରେକର୍ଡ ସ୍ଥାପନ କରିଛି ୱେଷ୍ଟଇଣ୍ଡିଜ; ଭାରତ ରହିଛି ପଛରେ

ନୂଆଦିଲ୍ଲୀ,୧୨।୧୦: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ T20 କ୍ରିକେଟରେ ଇତିହାସ ସୃଷ୍ଟି କରିଛି। ରବିବାର ଭାରତ ବିପକ୍ଷ ତୃତୀୟ T20 ମ୍ୟାଚରେ କାରିବିଆନ ଦଳ ମୋଟ ୧୩ଟି ଛକା…

ଦୁଇ ବାଇକ୍‌ଆରୋହୀଙ୍କୁ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଜୀବନ, କ୍ଷତିପୂରଣ ଦାବି କରି…

ହେମଗିର,୧୨ା୧୦(ଚୈତନ୍ୟ ପୁଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ ଡୁରୁବଗା ବାଇପାସ ରାସ୍ତାରେ ଅଜଣା ଗାଡ଼ି ଧକ୍କାରେ ଦୁଇ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ…

ବଦଳିଲା କ୍ରିକେଟ ମ୍ୟାଚର ସ୍ଥାନ, ଏଥିପାଇଁ ଦାୟୀ ରହିବ କି ପାକିସ୍ତାନ ରାଜନୀତି? ଜାଣନ୍ତୁ…

ଇସଲାମାବାଦ,୧୨।୧୦: ପାକିସ୍ତାନର ରାଜନୈତିକ ସଙ୍କଟର ପ୍ରଭାବ ବର୍ତ୍ତମାନ କ୍ରିକେଟ ଉପରେ ମଧ୍ୟ ପଡ଼ିବା ଆରମ୍ଭ ହୋଇଛି। ଖୈବର ପଖତୁନଖୱା ଅଞ୍ଚଳରେ ପାକିସ୍ତାନ ସରକାରଙ୍କ ଦ୍ୱାରା ନିକଟରେ ଜରୁରୀକାଳୀନ…

‘ମୋ ବାପା ସବୁକିଛି ସମ୍ଭାଳି ନେବେ’: ଧନୀ ଯୁବକଙ୍କ ଅହଂକାରୀ ଆଚରଣ; ମା’ ଜନ୍ମଦିନରେ ଉପହାର ଦେଇଥିବା କାର ଚଢାଇ ୩ ଛାତ୍ର ମୃତ

କୋଚି,୧୨।୧୦: କେରଳର ନେଦୁମ୍ବାସେରୀରେ ତିନିଜଣ ଛାତ୍ରୀଛାତ୍ରଙ୍କ ଜୀବନ ନେଇଥିବା ଏକ ଭୟଙ୍କର ସଡ଼କ ଦୁର୍ଘଟଣା ପରେ ଅହଂକାର ଓ ଅବହେଳାର ଏକ ଚାଞ୍ଚଲ୍ୟକର ଚିତ୍ର ସାମ୍ନାକୁ ଆସିଛି।…

ମହାକାଳପଡ଼ାରେ ବିଜେଡି-ଭାଜପା ଛାତ୍ର ଗୋଷ୍ଠୀ ମୁହାଁମୁହିଁ, ପୋଲିସ ପହଞ୍ଚି…

ମହାକାଳପଡ଼ା,୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାସ୍ଥିତ ପ୍ରମୁଖ ଶିକ୍ଷାନୁଷ୍ଠାନ ବାୟାବାବା କଲେଜରେ ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ରକରି ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇପଡ଼ିଛି। ସୋମବାର ମଧ୍ୟାହ୍ନରେ କଲେଜ…

ଗୃହ ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି; ଜନ୍ତରମନ୍ତରରେ ହେବନି ବିକ୍ଷୋଭ ପ୍ରଦର୍ଶନ, ଏହି ୩ ନୂଆ ସ୍ଥାନ….

ନୂଆଦିଲ୍ଲୀ,୧୨।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଆନ୍ଦୋଳନ ଜାରି ରହିଥିବା ବେଳେ ଦିଲ୍ଲୀରେ ଧାରଣା ଓ ବିରୋଧ ପ୍ରଦର୍ଶନ ପାଇଁ ନିର୍ଦ୍ଧାରିତ ସ୍ଥାନକୁ…

ଯୁବପିଢ଼ିଙ୍କୁ ସଶକ୍ତ କରିବ ପ୍ରଯୁକ୍ତିବିଦ୍ୟା: ରାଜ୍ୟପାଳ

ଅତାବିରା,୧୨।୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ନୂଆଁ ଖଇରପାଲି କୋଶଲ ସ୍କୁଲକୁ ରବିବାର ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପତି ଗସ୍ତ କରିଥିଲେ। ଏହି ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?