ଅକ୍ଟୋବର ୨ରୁ ବୁଣାକାରଙ୍କ ମଜୁରି ବୃଦ୍ଧି

ନୂଆଦିଲ୍ଲୀ,୨୨।୯: ଭାରତ ସରକାରଙ୍କ ସୂକ୍ଷ୍ମ, ଲଘୁ ଏବଂ ମଧ୍ୟମ ଉଦ୍ୟୋଗ ମନ୍ତ୍ରଣାଳୟ ଅଧୀନ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗ (କେଭିଆଇସି)ର ଅଧ୍ୟକ୍ଷ ମନୋଜ କୁମାର ଚଳିତ ବର୍ଷ ଅକ୍ଟୋବର ୨ ରୁ ମଜୁରି ବୃଦ୍ଧି ନେଇ ଘୋଷଣା କରିଛନ୍ତି। ଏପରିକି ସୂତା କଟାଳିଙ୍କ ମଜୁରି ୨୫% ଏବଂ ବୁଣାକାରଙ୍କ ମଜୁରି ୭% ବୃଦ୍ଧି କରାଯାଇଥିଲାବେଳେ ଏହି ବର୍ଦ୍ଧିତ ମଜୁରି ୨୦୨୪ ଅକ୍ଟୋବର ୨ରୁ ରାଷ୍ଟ୍ରପିତା ମହାତ୍ମା ଗାନ୍ଧୀଙ୍କ ଜନ୍ମଦିନରୁ କାର୍ଯ୍ୟକାରୀ ହେବ ବୋଲି କୁହାଯାଇଛି।
ଉଲ୍ଲେଖଯୋଗ୍ୟ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଏବଂ ମୋଦି ସରକାର ୩.୦ର ୧୦୦ଦିନ ପୂରଣ ଅବସରରେ ପୂଜ୍ୟ ବାପୁଙ୍କ ଜନ୍ମସ୍ଥଳୀ ପୋରବନ୍ଦରଠାରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ କେଭିଆଇସି ଅଧ୍ୟକ୍ଷ ଏଭଳି ଘୋଷଣା କରିବା ସହ ବହୁ ଲକ୍ଷ ଖଦି କାରିଗର ଉପକୃତ ହେବେ ବୋଲି ସେ ବିସ୍ତୃତ ଭାବେ ଆଲୋକପାତ କରିଥିଲେ। ଅପରପକ୍ଷରେ ପ୍ରଧାନମନ୍ତ୍ରୀ ରୋଜଗାର ସୃଜନ କାର୍ଯ୍ୟକ୍ରମ (ପିଏମ୍‌ଇଜିପି) ଅନ୍ତର୍ଗତ ୩୯୧୧ ହିତାଧିକାରୀଙ୍କ ଆକାଉଣ୍ଟରେ ୧୦୧ କୋଟି ଟଙ୍କା ଜମା କରାଯାଇଥିଲାବେଳେ ଭିଡିଓ କନ୍‌ଫରେନ୍ସରେ ୧୧୦୦ ନୂତନ ପିଏମ୍‌ଇଜିପି ଯ଼ୁନିଟ୍‌ ଉଦଘାଟନ କରାଯାଇଥିଲା। ଏହି ଅବସରରେ ଆସମାବତୀ ନଦୀକୂଳରେ ସ୍ଥାପିତ ୨୬ ଫୁଟ ଲମ୍ବ ଏବଂ ୧୩ଫୁଟ ଚଉଡ଼ା ଷ୍ଟେନ୍‌ଲେସ୍‌ ଷ୍ଟିଲ୍‌ ସ୍ମାରକ ଚରଖା ମଧ୍ୟ ଅନାବରଣ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ମନୋଜ କହିଥିଲେ, ତାଙ୍କ କାର୍ଯ୍ୟକାଳ ମଧ୍ୟରେ ୨ୟ ଥର ପାଇଁ ସୂତା କଟାଳି ଏବଂ ବୁଣାକାରଙ୍କ ମଜୁରି ବୃଦ୍ଧି କରାଯାଇଛି। ୨୦୨୪ ଅକ୍ଟୋବର ୨ରୁ ସୂତା କଟାଳିଙ୍କୁ ଗୁଣ୍ଡି ପିଛା ୧୦ଟଙ୍କା ମଜୁରି ପରିବର୍ତ୍ତେ ୧୨.୫୦ଟଙ୍କା ମଜୁରି ମିଳିବ। ଏହା ପୂର୍ବରୁ ୨୦୨୩ ଏପ୍ରିଲ ୧ରେ ଏହାକୁ ୭.୫୦ ଟଙ୍କାରୁ ୧୦ ଟଙ୍କାକୁ ବୃଦ୍ଧି କରାଯାଇଥିଲା।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଖଦି କ୍ରାନ୍ତି ଦ୍ୱାରା ସୂତା କଟାଳି ଏବଂ ବୁଣାକାରମାନଙ୍କ ଜୀବନରେ ଏକ ବଡ଼ ପରିବର୍ତ୍ତନ ଆସିଛି। ଗତ ଆର୍ଥିକ ବର୍ଷରେ ଖଦିର କାରବାର ୧.୫୫ ଲକ୍ଷ କୋଟି ଟଙ୍କା ଅତିକ୍ରମ କରିଛି। ଏହି କାର୍ଯ୍ୟକ୍ରମରେ ଗୁଜରାଟର କେଭିଆଇସି ରାଜ୍ୟ କାର୍ଯ୍ୟାଳୟ ସହ ଜଡ଼ିତ ଖଦି ଅନୁଷ୍ଠାନର ପ୍ରତିନିଧି, ଖଦି ଶ୍ରମିକ, କାରିଗର ଏବଂ କେଭିଆଇସିର ଅଧିକାରୀ ଏବଂ କର୍ମଚାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?