୧୩,୫୬୮ ଯୁକ୍ତ୨ ସିଟ୍‌ ବୃଦ୍ଧି

ଭୁବନେଶ୍ୱର,୩୧।୫(ବ୍ୟୁରୋ): ୨୦୨୩-୨୪ ଶିକ୍ଷା ବର୍ଷରୁ ରାଜ୍ୟରେ ଯୁକ୍ତ୨ ସିଟ୍‌ ସଂଖ୍ୟା ବଢ଼ିବ। ମାଟ୍ରିକ ପରୀକ୍ଷାରେ ପାସ୍‌ ହାରକୁ ଦୃଷ୍ଟିରେ ରଖି ଯୁକ୍ତ୨ରେ ସିଟ୍‌ ଅଭାବ ଦୂର କରିବାକୁ ଏହି ନିଷ୍ପତ୍ତି ନିଆଯାଇଥିବା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚଳିତ ଶିକ୍ଷାବର୍ଷରେ ରାଜ୍ୟରେ ୧୦୬ଟି ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଏକାଦଶ ଶ୍ରେଣୀ (ଯୁକ୍ତ୨) ଖୋଲାଯିବା ପାଇଁ ପଦକ୍ଷେପ ନିଆଇଛି। ଫଳରେ ମୋଟ ୧୩୫୬୮ଟି ଯୁକ୍ତ୨ ସିଟ୍‌ ବୃଦ୍ଧି ପାଇବ।
୧୦୦ଟି ବିଦ୍ୟାଳୟରେ କଳା ଓ ୬ଟିରେ ବିଜ୍ଞାନ ବିଷୟରେ ଶିକ୍ଷାଦାନ କରାଯିବ। ଏହି ବିଦ୍ୟାଳୟଗୁଡ଼ିକରେ ୨ଟି ଲେଖାଏ ସେକ୍ସନ ଖୋଲିବା ପାଇଁ ସ୍ଥିର ହୋଇଛି। ପ୍ରତ୍ୟେକ ସେକ୍ସନରେ ୬୪ଜଣ ଲେଖାଏ ମୋଟ ୧୨୮ ଛାତ୍ରୀଛାତ୍ର ନାମ ଲେଖାଇବେ। ଅନ୍ୟପଟେ ପ୍ରଧାନଶିକ୍ଷକମାନେ ଭାରପ୍ରାପ୍ତ ଅଧ୍ୟକ୍ଷ ଭାବରେ କାର୍ଯ୍ୟ କରିବେ। ଏଥିପାଇଁ ସେମାନଙ୍କୁ ରାଜ୍ୟସ୍ତରରେ ତାଲିମ ଦିଆଯାଇଛି। ଏଥିସହ ଏହି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକରେ ଶିକ୍ଷାଦାନ ପାଇଁ ଅତିଥି ଶିକ୍ଷକ ନିୟୋଜନ ପ୍ରକ୍ରିୟା ଚାଲୁ ରହିଛି। ମୋ ସ୍କୁଲ ଅଭିଯାନରେ ବିଦ୍ୟାଳୟଗୁଡ଼ିକର ଭିତ୍ତିଭୂମି ବିକାଶ ହୋଇଥିବାବେଳେ ୨୦୨୩ ଶେଷ ସୁଦ୍ଧା ରାଜ୍ୟରେ ସବୁ ହାଇସ୍କୁଲରେ ଆଇଟି ଲାବ୍‌ ଉପଲବ୍ଧ ହେବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଝଡବର୍ଷା ସମ୍ଭାବନା: ୯ ଜିଲାକୁ ଆଲର୍ଟ ଜାରି

ଭୁବନେଶ୍ୱର, ୭ା୧୦ (ବନ୍ଦନା ସେଠୀ):ଆଶ୍ବିନରେ ଅନୁଭୂତ ହେଉଛି ବୈଶାଖ ତାତି। ବର୍ଷା ଛାଡ଼ୁ ଛାଡ଼ୁ ତାପମାତ୍ରାରେ ଲଗାତର ବୃଦ୍ଧି ଘଟି ୩୭ ଡିଗ୍ରୀ ପାଖାପାଖି ହୋଇଛି। ଫଳରେ…

୧୩ରେ ରାଜ୍ୟ କ୍ୟାବିନେଟ୍‌: ୯ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୭ା୧୦(ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଚଳିତମାସ ୧୩ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ…

ଅଭାବ ଆଗରେ ହାର୍‌ ମାନିଲାନି ସ୍ବପ୍ନ: ଶାଢ଼ି ପିନ୍ଧି ଖାଲିପାଦରେ ୧,୬୦୦ ମିଟର ଦୌଡ଼ିଲେ ମହିଳା

ରାଞ୍ଚି, ୭ା୧୦:ପରିସ୍ଥିତି ଯେତେ ପ୍ରତିକୂଳ ହେଉନା କାହିଁକି ମନରେ ଦୃଢ଼ ଇଚ୍ଛାଶକ୍ତି ଓ ସାହସ ଥିଲେ କୌଣସି ବି ବାଧାବିଘ୍ନ ଆପଣଙ୍କୁ ଲକ୍ଷ୍ୟରେ ପହଞ୍ଚତ୍ବାରୁ ଅଟକାଇ ପାରିବନାହିଁ।…

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?