ଅକ୍ସିଜେନ୍‌ ସପୋର୍ଟ ଆକ୍ରାନ୍ତଙ୍କ ସଂଖ୍ୟାରେ ୨୬୪ ପ୍ରତିଶତ ବୃଦ୍ଧି…

ଚଣ୍ଡିଗଡ଼, ୯।୧ : ପଞ୍ଜାବରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ବୃଦ୍ଧି ଘଟିବାରେ ଲାଗିଛି। ଏହା ବ୍ୟତୀତ ଗତ ୨୪ ଘଣ୍ଟା ମଧ୍ୟରେ ଅକ୍ସିଜେନ୍‌ ସପୋର୍ଟ ଆକ୍ରାନ୍ତଙ୍କ ସଂଖ୍ୟା ୨୬୪ ପ୍ରତିଶତ ବଢ଼ିଛି। ପ୍ରକାଶିତ ରାଜ୍ୟ ମେଡିକାଲ ବୁଲେଟିନ ଅନୁଯାୟୀ, ଶୁକ୍ରବାର କେବଳ ୬୩ ଆକ୍ରାନ୍ତ ଅକ୍ସିଜେନ୍‌ ସପୋର୍ଟରେ ଥିଲେ। କିନ୍ତୁ ଶନିବାର ଏହି ସଂଖ୍ୟା ୨୨୬କୁ ବୃଦ୍ଧି ପାଇଛି। ୧୬୪ ଜଣ ନୂଆ ଆକ୍ରାନ୍ତ ଏବେ ଅକ୍ସିଜେନ୍‌ ସପୋର୍ଟରେ ରହିଛନ୍ତି। ଏହାପୂର୍ବରୁ ଜାନୁଆରୀ ୧ରେ ୨୩ ଜଣ ଅକ୍ସିଜେନ୍‌ ସପୋର୍ଟରେ ଥିଲେ।
ଶୁକ୍ରବାର ରାଜ୍ୟରେ ୨,୯୦୧ କରୋନା ଆକ୍ରାନ୍ତ ଥିଲେ। କିନ୍ତୁ ଶନିବାର ଏହି ସଂଖ୍ୟା ୩,୬୪୩ କୁ ବୃଦ୍ଧି ପାଇଛି। ଜାନୁଆରୀ ୧ରେ ରିପୋର୍ଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମାତ୍ର ୩୩୨ ଥିଲା। ତେବେ ଇତିମଧ୍ୟରେ ଏଥିରେ ୧୭୫ ପ୍ରତିଶତ ବୃଦ୍ଧି ଘଟିଛି।
ରାଜ୍ୟରେ ସକ୍ରିୟ ମାମଲା ସଂଖ୍ୟା ୧୨,୬୧୪କୁ ବୃଦ୍ଧି ପାଇଛି। ୩୬୯ ଜଣ ସୁସ୍ଥ ହେବା ସହିତ ଆରୋଗ୍ୟ ଙ୍କ ସଂଖ୍ୟା ୫୮୮୨୫୭ କୁ ବୃଦ୍ଧି ପାଇଛି।
ଶନିବାର ମୋହାଲି ଜିଲାରେ ନମୁନା ପରୀକ୍ଷା କରିଥିବା ୫୬୩ ଜଣଙ୍କ ମଧ୍ୟରେ ମୁଖ୍ୟମନ୍ତ୍ରୀ ଚରଣଜିତ୍‌ ସିଂ ଚାନ୍ନିଙ୍କର ତିନିଜଣ ପରିବାର ସଦସ୍ୟ ଅଛନ୍ତି। ମୋହାଲି ସିଭିଲ ସର୍ଜନ ଆଦର୍ଶପାଲ କୌର କହିଛନ୍ତି ଯେ ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ ଡ. କମଲଜିତ କୌର, ତାଙ୍କ ପୁଅ ନବଜିତ ସିଂ ଏବଂ ବୋହୂ ସିମରନ୍ଧିର କୌରଙ୍କ ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ସାନ ପୁଅ ଏବଂ ମୁଖ୍ୟମନ୍ତ୍ରୀଙ୍କ ରିପୋର୍ଟ ନେଗେଟିଭ୍‌ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?