Posted inଜାତୀୟ

ସୁରକ୍ଷା ବଢ଼ାଅ, କ୍ଷତିଗ୍ରସ୍ତଙ୍କୁ ଥଇଥାନ କର

ନୂଆଦିଲ୍ଲୀ,୯ା୫: ମଣିପୁର ହିଂସାରେ ଧନଜୀବନ ନଷ୍ଟକୁ ନେଇ ସୁପ୍ରିମକୋର୍ଟ ସୋମବାର ଉଦ୍‌ବେଗ ପ୍ରକାଶ କରିଛନ୍ତି। ରାଜ୍ୟରେ ସୁରକ୍ଷା ବଢ଼ାଇବା ସହ ହିଂସା କ୍ଷତିଗ୍ରସ୍ତ ଲୋକମାନଙ୍କୁ ସହାୟତା ଓ ଥଇଥାନ ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ସର୍ବୋଚ୍ଚ ଅଦାଲତ କେନ୍ଦ୍ର ଓ ମଣିପୁର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଗତ ଦୁଇ ଦିନରେ ଉକ୍ତ ଉତ୍ତରପୂର୍ବାଞ୍ଚଳ ରାଜ୍ୟରେ କୌଣସି ହିଂସାକାଣ୍ଡ ଘଟି ନ ଥିବା କେନ୍ଦ୍ର ସରକାର ଅଦାଲତଙ୍କୁ ଅବଗତ କରାଇଥିଲେ। ତେବେ ହିଂସା ପରବର୍ତ୍ତୀ ମାନବୀୟ ପ୍ରସଙ୍ଗ ଉପରେ ଗୁରୁତ୍ୱ ଦେଇ ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଜଷ୍ଟିସ୍‌ ପି.ଏସ୍‌. ନରସିଂହ ଏବଂ ଜେ.ବି. ପର୍ଡିଓ୍ବାଲାଙ୍କୁ ନେଇ ଗଠିତ ଖଣ୍ଡପୀଠ ହିଂସା କ୍ଷତିଗ୍ରସ୍ତମାନଙ୍କ ଲାଗି ରିଲିଫ କ୍ୟାମ୍ପ୍‌ ବ୍ୟବସ୍ଥା କରିବାକୁ କହିଥିଲେ। ସେଠାରେ ଆଶ୍ରୟ ନେଉଥିବା ଲୋକମାନଙ୍କୁ ଖାଦ୍ୟ, ରାଶନ, ଔଷଧ ଆଦି ମୌଳିକ ସୁବିଧା ସୁଯୋଗ ଯୋଗାଇଦେବାକୁ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି। ହିଂସାକାଣ୍ଡବେଳେ ଯେଉଁମାନେ ବିସ୍ଥାପିତ ହୋଇଛନ୍ତି, ସେମାନଙ୍କୁ ଥଇଥାନ କରିବା ଦିଗରେ ଆବଶ୍ୟକ ପଦକ୍ଷେପ ନେବା ସହ ଧାର୍ମିକ ସ୍ଥାନର ସୁରକ୍ଷା ଦିଗରେ ପର୍ଯ୍ୟାପ୍ତ ଉଦ୍ୟମ କରିବାକୁ ସର୍ବୋଚ୍ଚ ଅଦାଲତ କହିଛନ୍ତି।
କେନ୍ଦ୍ର ଓ ମଣିପୁର ସରକାରଙ୍କ ପକ୍ଷରୁ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା ଉପସ୍ଥିତ ରହି ହିଂସା ନିୟନ୍ତ୍ରଣ ପାଇଁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ଅଦାଲତଙ୍କୁ ଅବଗତ କରାଇଥିଲେ। ହିଂସାଗ୍ରସ୍ତ ଅଞ୍ଚଳରେ ୫୨ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ ସମେତ ସେନା ଓ ଆସାମ ରାଇଫଲ୍ସ କଣ୍ଟିଜେଣ୍ଟ ନିୟୋଜିତ ହୋଇଥିବା ସେ କହିଥିଲେ। ବିଶୃଙ୍ଖଳିତ ଅଞ୍ଚଳରେ ଫ୍ଲାଗ୍‌ ମାର୍ଚ୍ଚ କରାଯିବା ସହ ଶାନ୍ତି ବୈଠକ ଆୟୋଜନ କରାଯାଇଥିବା ସେ ଖଣ୍ଡପୀଠଙ୍କୁ ଜଣାଇଥିଲେ। ରାଜ୍ୟ ସରକାରଙ୍କ ସୁରକ୍ଷା ଉପଦେଷ୍ଟା ଭାବେ ଜଣେ ପୂର୍ବତନ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ନିଯୁକ୍ତ କରାଯାଇଥିବାବେଳେ କେନ୍ଦ୍ରକୁ ଡେପୁଟେଶନରେ ଯାଇଥିବା ଜଣେ ବରିଷ୍ଠ ପଦାଧିକାରୀଙ୍କୁ ମଣିପୁରର ମୁଖ୍ୟ ଶାସନ ସଚିବ ଭାବେ ରବିବାର ଅବସ୍ଥାପିତ କରାଯାଇଛି। ରାଜ୍ୟ ସ୍ଥିତି ଉପରେ ନଜର ରଖିବା ଲାଗି ହେଲିକପ୍ଟର ଓ ଡ୍ରୋନ୍‌ ବ୍ୟବହାର କରାଯାଉଛି। ଗତ ଦୁଇଦିନରେ କୌଣସି ହିଂସା ଘଟି ନ ଥିବା ବେଳେ ଧୀରେ ଧୀରେ ସ୍ଥିତି ସ୍ବାଭାବିକ ହେଉଛି। ରବିବାର ଓ ସୋମବାର କର୍ଫ୍ୟୁ କିଛି ଘଣ୍ଟା ପାଇଁ କୋହଳ କରାଯାଇଥିଲା। ଅଦାଲତ ମେହେଟ୍ଟାଙ୍କ ଜବାବ ଶୁଣିବା ପରେ ପରବର୍ତ୍ତୀ ଶୁଣାଣି ମେ’ ୧୭କୁ ଧାର୍ଯ୍ୟ କରିବା ସହ ସଂଶୋଧିତ ଷ୍ଟାଟସ୍‌ ରିପୋର୍ଟ ଦାଖଲ ଲାଗି କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ଇମ୍ଫାଲ ଉପତ୍ୟକାରେ ରହୁଥିବା ମେଇତି ସମ୍ପ୍ରଦାୟଙ୍କୁ ଅନୁସୂଚିତ ଜନଜାତି ମାନ୍ୟତା ପ୍ରଦାନକୁ ବିରୋଧ କରି ଆଦିବାସୀମାନେ ଚଳାଇଥିବା ବିକ୍ଷୋଭ ହିଂସାତ୍ମକ ରୂପ ନେବାରୁ ୫୦ରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ଯିବା ସହ ବହୁ ସମ୍ପତ୍ତି ନଷ୍ଟ ହୋଇଥିଲା। ହିଂସାପ୍ରବଣ ଅଞ୍ଚଳରୁ ୨୩,୦୦୦ରୁ ଊର୍ଦ୍ଧ୍ୱ ଲୋକଙ୍କୁ ଉଦ୍ଧାର କରାଯାଇ ମିଲିଟାରୀ ଗାରିସନ ଏବଂ ରିଲିଫ୍‌ କ୍ୟାମ୍ପ୍‌ରେ ରଖାଯାଇଛି। ଅନୁସୂଚିତ ଜନଜାତି ମାନ୍ୟତା ପ୍ରଦାନ ଲାଗି ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ଭାଜପା ବିଧାୟକ ସୁପ୍ରିମକୋର୍ଟରେ ପିଟିଶନ ଦାଏର କରିଥିବାବେଳେ ହିଂସାକାଣ୍ଡର ଏସ୍‌ଆଇଟି ତଦନ୍ତ ଲାଗି ନିର୍ଦ୍ଦେଶ ଦେବାକୁ ଏକ ଆଦିବାସୀ ସଂଗଠନ ସୁପ୍ରିମକୋର୍ଟରେ ଜନସ୍ବାର୍ଥ ମାମଲା ଦାଏର କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri