ମାତୃଭାଷାରେ ଶିକ୍ଷାଦାନ ଦକ୍ଷତା ବଢ଼ାଇବ: ରାଷ୍ଟ୍ରପତି

ଭୁବନେଶ୍ୱର, ୧୨।୧୧(ବ୍ୟୁରୋ): ମାତୃଭାଷା ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୌଦ୍ଧିକ ଜ୍ଞାନ ବିକଶିତ କରିଥାଏ। ମାତୃଭାଷାରେ ଶିକ୍ଷାଦାନ ଛାତ୍ରୀଛାତ୍ରଙ୍କ ମଧ୍ୟରେ ସୃଜନଶୀଳ ବଚାରଧାରା ଏବଂ ବିଶ୍ଳେଷଣ ଦକ୍ଷତା ବିକଶିତ କରିବ ବୋଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି। ରାଷ୍ଟ୍ରପତିଙ୍କ ଦୁଇଦିନିଆ ଓଡ଼ିଶା ଗସ୍ତର ଶୁକ୍ରବାର ଶେଷ ଦିବସରେ ଭୁବନେଶ୍ୱର ସୂଚନା ଭବନଠାରେ ଶିକ୍ଷା ମନ୍ତ୍ରଣାଳୟର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ରାଷ୍ଟ୍ରପତି ସର୍ବଭାରତୀୟ ବୈଷୟିକ ଶିକ୍ଷା ପରିଷଦ(ଏଆଇସିଟିଇ) ଦ୍ୱାରା ପ୍ରକାଶିତ ଓଡ଼ିଆ ଭାଷାରେ ଇଞ୍ଜିନିୟରିଂ ପୁସ୍ତକକୁ ଉନ୍ମୋଚନ କରିଛନ୍ତି। ଏଥିସହିତ ବୈଜ୍ଞାନିକ ଏବଂ ବୈଷୟିକ ଶବ୍ଦାବଳୀ ଆୟୋଗଙ୍କ ଦ୍ୱାରା ବିକଶିତ ଓଡ଼ିଆ ଭାଷାରେ ବୈଷୟିକ ଶବ୍ଦକୋଷ ଏବଂ ଇ-କୁମ୍ଭ (ବିଭିନ୍ନ ଭାରତୀୟ ଭାଷାରେ ପ୍ରକାଶିତ ଜ୍ଞାନ) ପୋର୍ଟାଲକୁ ମଧ୍ୟ ରାଷ୍ଟ୍ରପତି ଉନ୍ମୋଚନ କରିଥିଲେ।
ରାଷ୍ଟ୍ରପତି କହିଲେ, ଇଂଲିଶ ଭାଷାରେ ବୈଷୟିକ ଶିକ୍ଷାକୁ ବୁଝିବା କ୍ଷେତ୍ରରେ ଅନେକ ଛାତ୍ରୀଛାତ୍ର ସମସ୍ୟାର ସମ୍ମୁଖୀନ ହୋଇଥାନ୍ତି। ସେଥିପାଇଁ ଜାତୀୟ ଶିକ୍ଷାନୀତି-୨୦୨୦ରେ ସରକାର ଆଞ୍ଚଳିକ ଭାଷାର ବୈଷୟିକ ଶିକ୍ଷା ଯୋଗାଇ ଦେବା ଦିଗରେ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହାଦ୍ୱାରା ସହରାଞ୍ଚଳ ଏବଂ ଗ୍ରାମାଞ୍ଚଳର ଛାତ୍ରୀଛାତ୍ରଙ୍କୁ ସମାନ ସୁଯୋଗ ମିଳିପାରିବ। ଆଞ୍ଚଳିକ ଭାଷାରେ ପାଠ୍ୟପୁସ୍ତକ ଉପଲବ୍ଧ ହେଉ ନ ଥିବାରୁ ପୂର୍ବରୁ ଆଞ୍ଚଳିକ ଭାଷାରେ ବୈଷୟିକ ଶିକ୍ଷାଦାନ କରିବା କ୍ଷେତ୍ରରେ ବାଧା ଉପୁଜୁଥିଲା। ଏହାକୁ ଦୂର କରିବା ପାଇଁ ଏଆଇସିଟିଇର ପ୍ରୟାସ ପ୍ରଶଂସନୀୟ। ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଇବା କ୍ଷେତ୍ରରେ ଭାଷା ବାଧକ ନୁହେଁ, ବରଂ ସହାୟକ ହେବା ଉଚିତ। ଆଞ୍ଚଳିକ ତଥା ସ୍ଥାନୀୟ ଭାଷାରେ ଶିକ୍ଷାଦାନ ଦୀର୍ଘସ୍ଥାୟୀ ଭିତ୍ତିରେ ଏକ ଶିକ୍ଷିତ, ସଚେତନ ଏବଂ ସକ୍ରିୟ ସମାଜ ଗଠନରେ ସହାୟକ ହୋଇପାରିବ। ଓଡ଼ିଆ ଏକ ପ୍ରାଚୀନ ଏବଂ ସମୃଦ୍ଧ ଭାଷା। ଏହାର ଏକ ଅଭିନବ ସାହିତ୍ୟ ପରମ୍ପରା ଏବଂ ସମୃଦ୍ଧ ଶବ୍ଦ ଭଣ୍ଡାର ରହିଛି। ତେଣୁ ଓଡ଼ିଆ ଭାଷାରେ ବୈଷୟିକ ଶିକ୍ଷା ପାଇବା କ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ ବୋଲି ରାଷ୍ଟ୍ରପତି କହିଛନ୍ତି।
କାର୍ଯ୍ୟକ୍ରମରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଏଆଇସିଟି ଅଧ୍ୟକ୍ଷ ଏମ୍‌. ଜଗଦୀଶ କୁମାର, ପୂର୍ବତନ ରାଷ୍ଟ୍ରଦୂତ ଅବସର ବେଉରିଆ ଯୋଗଦେଇଥିଲେ। ସୂଚନାଯୋଗ୍ୟ, ଗତବର୍ଷ ଅକ୍ଟୋବର ୧୮ରେ ଭୁବନେଶ୍ୱରଠାରେ ଓଡ଼ିଆ ଭାଷାରେ ଇଞ୍ଜିନିୟରିଂ ଶିକ୍ଷା ପ୍ରଦାନ ପାଇଁ ଏଆଇସିଟିଇ ଏବଂ ଓଡ଼ିଆ ଅଧ୍ୟୟନ ଓ ଗବେଷଣା କେନ୍ଦ୍ର(ଆଇଓଏସ୍‌ଆର୍‌) ମଧ୍ୟରେ ଏକ ଏମଓୟୁ ସ୍ବାକ୍ଷରିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ୨୦୨୫ର ଶେଷ ୨୦ ତାରିଖ, ପଡୁଛି ଅଶୁଭ ଯୋଗ; ରାତି ଭିତରେ ଘଟିଯିବ…

ଏହି ବର୍ଷର ଶେଷ ୨୦ ତାରିଖ, ଅର୍ଥାତ ୨୦ ଡିସେମ୍ୱର, ୨୦୨୫ ରେ ଏକ ଅତ୍ୟନ୍ତ ଅଶୁଭ ଯୋଗ ସୃଷ୍ଟି ହେଉଛି, ଯାହା ଯୋଗୁଁ ଲୋକମାନଙ୍କୁ...

ମଣ୍ଡି ଖୋଲିବା ଦାବିରେ ଜିଲାପାଳଙ୍କ ଅଫିସ ସମ୍ମୁଖରେ ଧାରଣା ଦେଲେ ଚାଷୀ

ବଲାଙ୍ଗୀର,୨୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାର ଅଧିକାଂଶ ମଣ୍ଡି ଏ ଯାଏ ଖୋଲିପାରିନାହିଁ। ଯାହା ଫଳରେ ଚାଷୀମାନେ ଧାନ ବିକ୍ରି କରି ନ ପାରି ହଇରାଣ...

ଟି-୨୦ ବିଶ୍ୱକପ୍‌ ଟିମ୍‌ରୁ ଗିଲ୍‌ ଆଉଟ୍‌: କାରଣ କହିଦେଲେ ଚୟନକର୍ତ୍ତା

ନୂଆଦିଲ୍ଲୀ,୨୦।୧୨: ଭାରତୀୟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ଶୁବମନ ଗିଲ କିଛି ଦିନ ହେବ ଖରାପ ଫର୍ମରେ ଅଛନ୍ତି। ଆଘାତ ଯୋଗୁ ଗିଲ ଦକ୍ଷିଣ ଆଫ୍ରିକା ବିପକ୍ଷରେ...

ଏମିତି ଦେଶ, ଯେଉଁଠି ଦେଖିବାକୁ ମିଳନ୍ତି ନାହିଁ ପିମ୍ପୁଡ଼ି, କାରଣ ଜାଣିଲେ…

ପିମ୍ପୁଡ଼ି ସବୁଠି ଦେଖାଯାନ୍ତି। ପୃଥିବୀରେ ଏପରି କୌଣସି ସ୍ଥାନ ନାହିଁ, ଯେଉଁଠାରେ ପିମ୍ପୁଡ଼ି ନାହାନ୍ତି। ସାରା ବିଶ୍ୱରେ ବିଭିନ୍ନ ପ୍ରକାରର ପିମ୍ପୁଡ଼ି ଦେଖିବାକୁ ମିଳିଥାନ୍ତି। ସେମାନଙ୍କ...

ରେଞ୍ଜରଙ୍କ ଘରୁ ମିଳିଲାଣି ପୁଳାପୁଳା ଟଙ୍କା : ୬୭ ଲକ୍ଷର ଜମା

ଜଗତ୍‌ସିଂହପୁର,୨୦।୧୨: ଜଗତସିଂହପୁର ରାହାମା ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ପରେ ମିଳିଲାଣି ୬୭ ଲକ୍ଷ ବ୍ୟାଙ୍କ ଓ ପୋଷ୍ଟାଲ ଜମା। ଆୟ ବର୍ହିଭୂତ...

ପୁଅକୁ ନେଇ ଏମିତି କହିଦେଲେ ବିକି କୌଶଳ: ବଢୁଛି ଚର୍ଚ୍ଚା

ନିକଟରେ ଅଭିନେତା ବିକି କୌଶଳ ବାପା ହୋଇଛନ୍ତି। ଏଥିପାଇଁ ତାଙ୍କ ଖୁସି କହିଲେ ନ ସରେ। ସ୍ତ୍ରୀ ତଥା ଅଭିନେତ୍ରୀ କ୍ୟାଟ୍ରିନା କୈଫଙ୍କ ସହ ସେ...

ମସ୍କଙ୍କ ବଡ଼ ବିଜୟ! ୭ ବର୍ଷର ଲଢ଼େଇ ଶେଷ, କୋର୍ଟ ଫେରାଇଲେ…..

ନୂଆଦିଲ୍ଲୀ,୨୦ା୧୨: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ଏଲନ୍ ମସ୍କ ଏକ ବଡ଼ ବିଜୟ ହାସଲ କରିଛନ୍ତି । ସାତ ବର୍ଷର ଆଇନଗତ ଲଢ଼େଇ ପରେ, ଡେଲାୱେର୍...

ରାଜସ୍ବ ନିରୀକ୍ଷକଙ୍କୁ ପାଠ ପଢ଼ାଇଲେ ରାଜସ୍ବ ମନ୍ତ୍ରୀ: କହିଲେ ଯମ ଅଜାଣତରେ…

ଜୟପୁର,୨୦।୧୨: ରାଜସ୍ବ ନିରୀକ୍ଷକଙ୍କୁ ପାଠ ପଢ଼ାଇଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି ଯମ ଅଜାଣତରେ ମଣିଷର ମୃତ୍ୟୁ ହୁଏନି। ଏହା ସହ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri