ମାତୃଭାଷାରେ ଶିକ୍ଷାଦାନ ଦକ୍ଷତା ବଢ଼ାଇବ: ରାଷ୍ଟ୍ରପତି

ଭୁବନେଶ୍ୱର, ୧୨।୧୧(ବ୍ୟୁରୋ): ମାତୃଭାଷା ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୌଦ୍ଧିକ ଜ୍ଞାନ ବିକଶିତ କରିଥାଏ। ମାତୃଭାଷାରେ ଶିକ୍ଷାଦାନ ଛାତ୍ରୀଛାତ୍ରଙ୍କ ମଧ୍ୟରେ ସୃଜନଶୀଳ ବଚାରଧାରା ଏବଂ ବିଶ୍ଳେଷଣ ଦକ୍ଷତା ବିକଶିତ କରିବ ବୋଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି। ରାଷ୍ଟ୍ରପତିଙ୍କ ଦୁଇଦିନିଆ ଓଡ଼ିଶା ଗସ୍ତର ଶୁକ୍ରବାର ଶେଷ ଦିବସରେ ଭୁବନେଶ୍ୱର ସୂଚନା ଭବନଠାରେ ଶିକ୍ଷା ମନ୍ତ୍ରଣାଳୟର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ରାଷ୍ଟ୍ରପତି ସର୍ବଭାରତୀୟ ବୈଷୟିକ ଶିକ୍ଷା ପରିଷଦ(ଏଆଇସିଟିଇ) ଦ୍ୱାରା ପ୍ରକାଶିତ ଓଡ଼ିଆ ଭାଷାରେ ଇଞ୍ଜିନିୟରିଂ ପୁସ୍ତକକୁ ଉନ୍ମୋଚନ କରିଛନ୍ତି। ଏଥିସହିତ ବୈଜ୍ଞାନିକ ଏବଂ ବୈଷୟିକ ଶବ୍ଦାବଳୀ ଆୟୋଗଙ୍କ ଦ୍ୱାରା ବିକଶିତ ଓଡ଼ିଆ ଭାଷାରେ ବୈଷୟିକ ଶବ୍ଦକୋଷ ଏବଂ ଇ-କୁମ୍ଭ (ବିଭିନ୍ନ ଭାରତୀୟ ଭାଷାରେ ପ୍ରକାଶିତ ଜ୍ଞାନ) ପୋର୍ଟାଲକୁ ମଧ୍ୟ ରାଷ୍ଟ୍ରପତି ଉନ୍ମୋଚନ କରିଥିଲେ।
ରାଷ୍ଟ୍ରପତି କହିଲେ, ଇଂଲିଶ ଭାଷାରେ ବୈଷୟିକ ଶିକ୍ଷାକୁ ବୁଝିବା କ୍ଷେତ୍ରରେ ଅନେକ ଛାତ୍ରୀଛାତ୍ର ସମସ୍ୟାର ସମ୍ମୁଖୀନ ହୋଇଥାନ୍ତି। ସେଥିପାଇଁ ଜାତୀୟ ଶିକ୍ଷାନୀତି-୨୦୨୦ରେ ସରକାର ଆଞ୍ଚଳିକ ଭାଷାର ବୈଷୟିକ ଶିକ୍ଷା ଯୋଗାଇ ଦେବା ଦିଗରେ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହାଦ୍ୱାରା ସହରାଞ୍ଚଳ ଏବଂ ଗ୍ରାମାଞ୍ଚଳର ଛାତ୍ରୀଛାତ୍ରଙ୍କୁ ସମାନ ସୁଯୋଗ ମିଳିପାରିବ। ଆଞ୍ଚଳିକ ଭାଷାରେ ପାଠ୍ୟପୁସ୍ତକ ଉପଲବ୍ଧ ହେଉ ନ ଥିବାରୁ ପୂର୍ବରୁ ଆଞ୍ଚଳିକ ଭାଷାରେ ବୈଷୟିକ ଶିକ୍ଷାଦାନ କରିବା କ୍ଷେତ୍ରରେ ବାଧା ଉପୁଜୁଥିଲା। ଏହାକୁ ଦୂର କରିବା ପାଇଁ ଏଆଇସିଟିଇର ପ୍ରୟାସ ପ୍ରଶଂସନୀୟ। ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଇବା କ୍ଷେତ୍ରରେ ଭାଷା ବାଧକ ନୁହେଁ, ବରଂ ସହାୟକ ହେବା ଉଚିତ। ଆଞ୍ଚଳିକ ତଥା ସ୍ଥାନୀୟ ଭାଷାରେ ଶିକ୍ଷାଦାନ ଦୀର୍ଘସ୍ଥାୟୀ ଭିତ୍ତିରେ ଏକ ଶିକ୍ଷିତ, ସଚେତନ ଏବଂ ସକ୍ରିୟ ସମାଜ ଗଠନରେ ସହାୟକ ହୋଇପାରିବ। ଓଡ଼ିଆ ଏକ ପ୍ରାଚୀନ ଏବଂ ସମୃଦ୍ଧ ଭାଷା। ଏହାର ଏକ ଅଭିନବ ସାହିତ୍ୟ ପରମ୍ପରା ଏବଂ ସମୃଦ୍ଧ ଶବ୍ଦ ଭଣ୍ଡାର ରହିଛି। ତେଣୁ ଓଡ଼ିଆ ଭାଷାରେ ବୈଷୟିକ ଶିକ୍ଷା ପାଇବା କ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ ବୋଲି ରାଷ୍ଟ୍ରପତି କହିଛନ୍ତି।
କାର୍ଯ୍ୟକ୍ରମରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଏଆଇସିଟି ଅଧ୍ୟକ୍ଷ ଏମ୍‌. ଜଗଦୀଶ କୁମାର, ପୂର୍ବତନ ରାଷ୍ଟ୍ରଦୂତ ଅବସର ବେଉରିଆ ଯୋଗଦେଇଥିଲେ। ସୂଚନାଯୋଗ୍ୟ, ଗତବର୍ଷ ଅକ୍ଟୋବର ୧୮ରେ ଭୁବନେଶ୍ୱରଠାରେ ଓଡ଼ିଆ ଭାଷାରେ ଇଞ୍ଜିନିୟରିଂ ଶିକ୍ଷା ପ୍ରଦାନ ପାଇଁ ଏଆଇସିଟିଇ ଏବଂ ଓଡ଼ିଆ ଅଧ୍ୟୟନ ଓ ଗବେଷଣା କେନ୍ଦ୍ର(ଆଇଓଏସ୍‌ଆର୍‌) ମଧ୍ୟରେ ଏକ ଏମଓୟୁ ସ୍ବାକ୍ଷରିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?