ଭତ୍ତା ବୃଦ୍ଧି ନେଇ ବ୍ଲକ ଘେରାଉ

ଲାଞ୍ଜିଗଡ,୧୯।।୧୧(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ମୁଖ୍ୟାଳୟ ବିଶ୍ୱନାଥପୁରଠାରେ ବିଭିନ୍ନ ପଞ୍ଚାୟତର ବୁଢ଼ାବୁଢ଼ୀ ଭିନ୍ନକ୍ଷମ ସଙ୍ଗଠନ ପକ୍ଷରୁ ଭତ୍ତା ବୃଦ୍ଧି ନେଇ ବ୍ଲକ ଅଫିସ ଘେରାଉ କରାଯାଇଛି। ସରକାରଙ୍କ ମଧୁବାବୁ ପେନସନ ଯୋଜନାରେ ଭତ୍ତା ବୃଦ୍ଧି ନେଇ ବାରମ୍ବାର ପ୍ରଶାସନକୁ ଜଣାଇଥିଲେ ମଧ୍ୟ କର୍ଣ୍ଣପାତ କରି ନ ଥିଲେ। ବ୍ଲକର ୨୬ଟି ପଞ୍ଚାୟତରୁ ଶତାଧିକ ଭିନ୍ନକ୍ଷମ ଓ ବୁଢାବୁଢ଼ୀମାନେ ଏକତ୍ରିତ ହୋଇ ବିଶନାଥପୁର କଲେଜ ଛକଠାରୁ ଏକ ଶୋଭାଯାତ୍ରାରେ ବାହାରି ବ୍ଲକ ସମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବାସହ ଧାରଣା ଦେଇଥିଲେ। ସରକାର ସମସ୍ତ ସୁବିଧା ସୁଯୋଗ ଯୋଗାଇ ଥିବା କହିଛନ୍ତି, ହେଲେ ଭିନ୍ନକ୍ଷମ ଓ ବୁଢ଼ାବୁଢ଼ୀଙ୍କୁ ଅଣଦେଖା କରୁଛନ୍ତି ବୋଲି ପ୍ରଶ୍ନ କରିଥିଲେ। ମନ୍ତ୍ରୀ ଏବଂ ବିଧାୟକମାନେ ଲକ୍ଷ ଲକ୍ଷ ଟଙ୍କା ଭତ୍ତା ନେଉଛନ୍ତି ଓ ତାଙ୍କ ଭତ୍ତା ବୃଦ୍ଧି ଦାବି କରିଛନ୍ତି। ହେଲେ ଯେଉଁମାନଙ୍କ ଭୋଟ ପାଇଁ ଆଜି ନେତା ମନ୍ତ୍ରୀ ହେଇଛନ୍ତି ସେହି ବୁଢା ବୁଢ଼ୀଙ୍କୁ ସରକାର ଅଣଦେଖା କରୁଛନ୍ତି। ଅନ୍ୟ ରାଜ୍ୟ ତୁଳନାରେ ଆମ ରାଜ୍ୟରେ ସବୁଠାରୁ କମ ଭତ୍ତା ମିଳୁଥିବା କହିଥିଲେ। ଦୁର୍ଗମ ଅଞ୍ଚଳରେ ବ୍ୟାଙ୍କକୁ ଯାଇପାରୁ ନାହାନ୍ତି ଭିନ୍ନକ୍ଷମ ଓ ବୃଦ୍ଧବୃଦ୍ଧା। ବ୍ୟାଙ୍କ ଯିବାକୁ ଦୂର ହେଉଛି ଏବଂ ଖର୍ଚ୍ଚାନ୍ତ ମଧ୍ୟ ହେଉଛି। ଏଥିପାଇଁ ୫୦୦ରୁ ୧୫୦୦କୁ ବୃଦ୍ଧି କରିବା ପାଇଁ ସେମାନେ ଦାବି କରିଛନ୍ତି। ଲାଞ୍ଜିଗଡ଼ ବ୍ଲକ କାର୍ଯ୍ୟାଳୟ ସମୁଖରେ ଦୀର୍ଘ ସମୟ ଧରି ବିକ୍ଷୋଭ ଓ ଧାରଣା ଦେବା ପରେ ମଧ୍ୟ ବ୍ଲକ ପ୍ରଶାସନ ମଧ୍ୟରୁ କୌଣସି କର୍ମଚାରୀ କିମ୍ବା ବିଡିଓ ସେମାନଙ୍କ ପାଖକୁ ଦାବିପତ୍ର ନେବା ପାଇଁ ଆସି ନ ଥିଲେ। ଏହାକୁ ନେଇ ସେମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା। ବିଶନାଥପୁର ମୁଖ୍ୟ ରାସ୍ତା ଅବରୋଧ କରିଥିଲେ। ଫଳରେ ଏକ ଘଣ୍ଟା ଯାତାୟାତ ବନ୍ଦ ରହିଥିଲା। ବିଡିଓ ଜିତେନ୍ଦ୍ର କୁମାର ମିଶ୍ର ଧାରଣାସ୍ଥଳକୁ ଆସି ଦାବିପତ୍ର ଗ୍ରହଣ କରିଥିଲେ। ଭିନ୍ନକ୍ଷମ ଓ ବୁଢାବୁଢ଼ୀ ସଙ୍ଗଠନ ଆବାହକ ବ୍ରିଟିଶ କୁମାରଙ୍କ ନେତୃତ୍ୱରେ ଲିଙ୍ଗରାଜ ଆଜାଦ, ସତ୍ୟ ମାହାର, ବୈଦ୍ୟନାଥ ନାଏକ, ରାଜ କିଶୋର ଦୁଲହରି, ଉପେନ୍ଦ୍ର ଦ୍ରାବିଡ଼, କୁଞ୍ଜ ମାଝି, ବନ ମାଝି, ଲୋକନାଥ ମାଝି, ବିକାଶ ମାଝି, ସୀତା ମାଝି, ମାଧବ ନାଏକ, ଗୈରାଙ୍ଗ ନାଏକ, ଜ୍ୟୋତ୍ସା ମାଝି ପ୍ରମୁଖ ଆନ୍ଦୋଳନରେ ସାମିଲ ହୋଇଥିଲୋ।


Enter your email to get our daily news in your inbox.

All Right Reserved By Dharitri.Com

‘ଏହା କ୍ରିକେଟ୍‌ ନୁହେଁ, କେବଳ ବ୍ୟାଟିଂ’: ୪୦୬ ରନ୍‌ ଚେଜ୍‌ କରିବା ପରେ ବି ରାଗିଗଲେ ହେଡ୍‌ କୋଚ୍‌ ଗମ୍ଭୀର…ଜାଣନ୍ତୁ କାରଣ

ଗୁଆହାଟି,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଏକଦିବସୀୟ (ODI) ମ୍ୟାଚ୍‌ରେ ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ହାସଲ କରି ସିରିଜ କବ୍ଜା କରିବା ସତ୍ତ୍ୱେ ଗୁଆହାଟି ପିଚ୍‌କୁ ନେଇ…

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୧୩ ଗେଟ୍‌, ୨ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୧ା୯(ପ୍ରମୋଦ ବହିଦାର): ସମ୍ପ୍ରତ୍ତି ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବାହ ହ୍ରାସ ପାଇବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ମଧ୍ୟ କ୍ରମଶଃ ହ୍ରାସ ପାଇଛି। ତେଣୁ ହୀରାକୁଦ…

ଭୁଶୁଡ଼ିଲା ବାଘୁଆମେଦୀ ମୁଖ୍ୟ ରାସ୍ତା: ଗାଁକୁ ଯାଇପାରୁନି ଆମ୍ବୁଲାନ୍ସ

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀ ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ବାଘୁଆ ମେଦୀ ମୁଖ୍ୟ ରାସ୍ତା ଲଘୁଚାପ ଜନିତ ବର୍ଷାରେ ଭୁଶୁଡି ପଡିଛି।…

ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ

ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…

ଅକ୍ଟୋବର ପହିଲାରୁ ମହଙ୍ଗା ମାଡ଼: ପୁଣି ବଢ଼ିଲା କମର୍ସିଆଲ LPG ସିଲିଣ୍ଡର ଦାମ୍‌, ୬୨ଟଙ୍କାରୁ ଅଧିକ …

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭ ହେଉଥିବା ବେଳେ ସାଧାରଣ ଲୋକ ଓ ବ୍ୟବସାୟୀଙ୍କୁ ବଡ଼ ଝଟକା ଲାଗିଛି। ଅକ୍ଟୋବର ୧ ତାରିଖରୁ ସରକାରୀ ତୈଳ କମ୍ପାନୀଗୁଡ଼ିକ ୧୯…

ଏମ୍‌ପିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଯୋଗାଣ ସହାୟକ: ଦୀର୍ଘଦିନର ସମସ୍ୟା ସମାଧାନ ଦାବି

ଗଞ୍ଜାମ, ୩୦।୯: ଦୀର୍ଘ ୧୪ ବର୍ଷ ଧରି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଅଧୀନରେ କାର୍ଯ୍ୟ କରିଆସୁଥିବା ଯୋଗାଣ ସହାୟକମାନେ ନିଜର ବିଭିନ୍ନ ସମସ୍ୟା…

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?