Posted inଜାତୀୟ

କୋଭିଡ୍‌ ଟିକାକରଣ ବଢ଼ାଅ

ନୂଆଦିଲ୍ଲୀ, ୨୪।୧୨ (ପି.ଟି.):କରୋନା ଭୂତାଣୁର ଓମିକ୍ରନ୍‌ ଭାରିଆଣ୍ଟ ସଂକ୍ରମଣ ଭାରତରେ ବଢ଼ିବାରେ ଲାଗିଛି। ସଂକ୍ରମଣରୁ ଲୋକଙ୍କୁ ସୁରକ୍ଷା ଦେବା ଲାଗି ନିର୍ବାଚନ ହେବାକୁ ଥିବା ରାଜ୍ୟଗୁଡ଼ିକରେ କୋଭିଡ୍‌ ଟିକାକରଣ ବଢ଼ାଇବା ପାଇଁ କେନ୍ଦ୍ର ସରକାର ପରାମର୍ଶ ଦେଇଛନ୍ତି। ଉତ୍ତରପ୍ରଦେଶ, ପଞ୍ଜାବ, ଉତ୍ତରାଖଣ୍ଡ, ଗୋଆ ଆଦି ରାଜ୍ୟରେ ଆସନ୍ତାବର୍ଷ ଆରମ୍ଭରେ ବିଧାନସଭା ନିର୍ବାଚନ ହେବାକୁ ଥିବାବେଳେ ଏବେଠାରୁ ପ୍ରଚାର ପୂରା ଦମ୍‌ରେ ଆରମ୍ଭ ହୋଇଗଲାଣି। ବିଭିନ୍ନ ସ୍ଥାନରେ ହେଉଥିବା ରାଲିରେ ହଜାର ହଜାର ଲୋକଙ୍କ ସମାବେଶ ହେଉଛି। ଏହ ସମାବେଶଗୁଡ଼ିକ କରୋନା ଭୂତାଣୁ ସଂକ୍ରମଣ ହଟ୍‌ସ୍ପଟ୍‌ ପାଲଟିପାରେ ବୋଲି ଆଶଙ୍କା କରାଯାଉଛି। ତେଣୁ ସମ୍ପୃକ୍ତ ରାଜ୍ୟଗୁଡ଼ିକରେ ଟିକାକରଣ ବଢ଼ାଇବା ସହ ଅଧିକ ସତର୍କତା ଅବଲମ୍ବନ କରିବା ଲାଗି କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି। ଖ୍ରୀଷ୍ଟମାସ୍‌ ଏବଂ ନୂଆବର୍ଷ ପୂର୍ବରୁ ସ୍ଥାନୀୟ ସ୍ତରରେ କଟକଣା ଲଗାଇବା ସମ୍ପର୍କରେ ବିଚାର କରିବା ଲାଗି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ କୁହାଯାଇଛି। କୋଭିଡ୍‌ ଏବଂ ଓମିକ୍ରନ୍‌ ସଂକ୍ରମଣର ମୁକାବିଲା ଲାଗି କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ରାଜେଶ ଭୂଷଣ ଭିଡିଓ କନ୍‌ଫରେନ୍ସ ଜରିଆରେ ରାଜ୍ୟଗୁଡ଼ିକର ଜନସ୍ବାସ୍ଥ୍ୟ ପ୍ରସ୍ତୁତିର ସମୀକ୍ଷା କରିବା ସହ ଟିକାକରଣ ଅଗ୍ରଗତି ସମ୍ପର୍କରେ ବୁଝିଥିଲେ। ରାଜ୍ୟଗୁଡ଼ିକ କୋଭିଡ୍‌ ମୁକାବିଲା ଉଦ୍ୟମରୁ ଓହରି ନ ଯାଇ ପ୍ରସ୍ତୁତ ହୋଇ ରହିବାକୁ ଭୂଷଣ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଦଲ ଫଟା ବର୍ଷା, ଜାତୀୟ ରାଜପଥରରେ ଅଣ୍ଟାଏ ପାଣି

କୁଆଁରମୁଣ୍ଡା,୧୩।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ଗୁରୁବାର ବାଦଲ ଫଟା ବର୍ଷା ହୋଇଛି। ଏହି ବର୍ଷା ଚଳିତ ବର୍ଷର ରେକର୍ଡ ସୃଷ୍ଟି କରିଛି।…

ନ୍ୟାୟ ଦାବିରେ ଶ୍ୱଶୁର ଦ୍ୱାରଦେଶରେ ବସିଲେ ମହିଳା, ସ୍ବାମୀ ବାହାର ରାଜ୍ୟରେ ଅନ୍ୟ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗ

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଶ୍ୱଶୁର ଘର ଆଗରେ ଧାରଣା ଦେଲେ ବୋହୂ । ଦିଗପହଣ୍ଡି ଥାନା ଭୀଷ୍ମଗିରି ଗାଁ ବ୍ରାହ୍ମଣସାହିରେ ଧାରଣା । ସ୍ବାମୀ ବାହାର ରାଜ୍ୟରେ…

ବିପଦ ସଙ୍କେତ ଟପିଲା ବୈତରଣୀ, ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା

ପାଟଣା,୧୩।୮(ବୀର କିଶୋର ଦାଶ): ଲଘୁଚାପ ଜନିତ ଲଗାଣ ବର୍ଷାରେ କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଅପରାହ୍ନରେ ପାଟଣା ଅଞ୍ଚଳରେ ବୈତରଣୀ ନଦୀ…

ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ, କାଲିମେଳାରୁ ମହାରାଷ୍ଟ୍ରର ଯାଉଥିବା ବେଳେ ମାଡ଼ି ବସିଲା ପୋଲିସ

କାଲିମେଳା,୧୩।୮: ରୋଗୀ ବୁହା ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ ଖବର ସାମ୍ନାକୁ ଆସିଛି। କାଲିମେଳା ପୋଲିସ ଏହି ଘଟଣାରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଗଞ୍ଜେଇ…

ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ…

ଭଞ୍ଜନଗରରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ବାପାଙ୍କୁ ମାଂସ ପାଇଁ ପଠାଇ ଝିଅକୁ…

ଭଞ୍ଜନଗର,୧୩ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ଏକ ଘୃଣ୍ୟ ଘଟଣା ଘଟିଛି। ଜଣେ ୪୦ ବର୍ଷର ବିବାହିତ ଯୁବକ ତାଙ୍କ ସାଙ୍ଗର ୪ ବର୍ଷର…

‘ମୁଁ ବି RSSକୁ ସୁରକ୍ଷା ଦେବି…’, ରାହୁଲ ଗାନ୍ଧୀଙ୍କ ଏମିତି ବୟାନକୁ ନେଇ ଉଠିଲାଣି ରାଜନୈତିକ ଝଡ଼!

ନୂଆଦିଲ୍ଲୀ,୧୩।୮: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦ୍ୱାରା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ସମ୍ପର୍କରେ ଦିଆଯାଇଥିବା ଏକ ବିବୃତ୍ତି ଏକ ନୂତନ ରାଜନୈତିକ…

ଅଟୋ ଦୁର୍ଘଟଣାରେ ରବୀନ୍ଦ୍ରଙ୍କ ମୃତ୍ୟୁ, ସହାୟତାର ହାତ ବଢ଼ାଇଲେ ଉପଜିଲାପାଳ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ରାମନାଗୁଡ଼ା ନିକଟସ୍ଥ ପରୀକ୍ଷିତି ଠାରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଅପରାହ୍ନ ସମୟରେ ଏକ ଦ୍ରୁତ ଗତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri