୩୭ ବିଧାୟକଙ୍କ ଡବ୍ଲ୍ୟୁଓଡିସି ପାଣ୍ଠି ବଢ଼ାଯାଉ

ଭୁବନେଶ୍ୱର,୧୯ା୪(ବ୍ୟୁରୋ): ପଶ୍ଚିମ ଓଡ଼ିଶା ଉନ୍ନୟନ କାଉନସିଲ୍‌ (ଡବ୍ଲ୍ୟୁଓଡିସି) ଅନ୍ତର୍ଗତ ସମସ୍ତ ୩୭ଟି ବିଧାନସଭା ନିର୍ବାଚନମଣ୍ଡଳୀର ବିକାଶ ପାଇଁ ନିର୍ଦ୍ଧାରିତ ଖର୍ଚ୍ଚ ସୀମା ରାଶିକୁ ବୃଦ୍ଧି କରିବା ପାଇଁ ଭାଜପା ବିଧାୟକମାନେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦାବି କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏନେଇ ଲେଖାଥିବା ଚିଠିରେ ଉଲ୍ଲେଖ ଅଛି ଯେ, ଡବ୍ଲ୍ୟୁଓଡିସି ପାଇଁ ପୂର୍ବରୁ ବାର୍ଷିକ ୧୦୦ କୋଟି ଟଙ୍କାର ବଜେଟ ଥିବାବେଳେ କାଉନସିଲ୍‌ ଅନ୍ତର୍ଗତ ନିର୍ବାଚନମଣ୍ଡଳୀର ବିକାଶ ପାଇଁ ପ୍ରତି ବିଧାୟକଙ୍କୁ ବାର୍ଷିକ ୧ କୋଟି ଟଙ୍କା ପ୍ରଦାନ କରାଯାଉଥିଲା ।
ବର୍ତ୍ତମାନ ଏହି ବଜେଟ ବାର୍ଷିକ ୨୦୦ କୋଟି ଟଙ୍କାକୁ ବୃଦ୍ଧି ପାଇଥିବାରୁ ସ୍ଥାନୀୟ ଅଞ୍ଚଳର ବିକାଶ କାର୍ଯ୍ୟ ପାଇଁ କାଉନସିଲ୍‌ ଅନ୍ତର୍ଗତ ପ୍ରତ୍ୟେକ ୩୭ ଜଣ ବିଧାୟକଙ୍କୁ ପ୍ରତିବର୍ଷ ଅତି କମ୍‌ରେ ୫ କୋଟି ଟଙ୍କା ପ୍ରଦାନ କରିବାକୁ ଭାଜପା ବିଧାୟକମାନେ ଦାବି କରିଛନ୍ତି  । ଏହା ଦ୍ୱାରା ସ୍ଥାନୀୟ ଅଞ୍ଚଳ ଓ ବାସିନ୍ଦାମାନେ ଅଧିକ ଲାଭାନ୍ବିତ ହେବା ସହିତ ବିକାଶ କାର୍ଯ୍ୟ ମଧ୍ୟ ତ୍ୱରାନ୍ବିତ ହେବ ବୋଲି ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଜଣାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ସମଣା ଘାଟରୁ ଉଠୁନି ଗୋଟେ ମୁଠା ବାଲି; ତଥାପି ପୋଲିସ,ପ୍ରଶାସନ, ମୁଖ୍ୟମନ୍ତ୍ରୀଙ୍କୁ ମିଛ ଟାର୍ଗେଟ: ପ୍ରତିବାଦରେ ଗର୍ଜିଲେ…

ହାଟଡିହୀ,୧୦।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ସମଣା ବାଲିଘାଟକୁ ନେଇ ଚାଲିଥିବା ଇଚ୍ଛାକୃତ ଅପପ୍ରଚାର ଓ ଷଡ଼ଯନ୍ତ୍ର ବିରୋଧରେ ଗ୍ରାମବାସୀ ସ୍ୱର ଉତ୍ତୋଳନ କରିଛନ୍ତି।…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ: ଦ୍ୱିପ୍ରହରରେ ଗାଡ଼ି ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ

ଛତ୍ରପୁର, ୧୦।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ ଦ୍ୱିପ୍ରହରରେ ଏକ ଦୁଃସାହସିକ ଲୁଟ୍ ଘଟଣା ଘଟିଛି। ଦୁର୍ବୃତ୍ତମାନେ…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ

ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ…

ଧରିତ୍ରୀ ପ୍ରଭାବ: ରାସ୍ତାରୁ ହଟିଲା ବିପଜ୍ଜନକ ଚାମ୍ବର

ଥୁଆମୂଳ ରାମପୁର, ୧୦ା୭ (ଦୁର୍ଗା କୀର୍ତ୍ତି): ଧରିତ୍ରୀରେ ଖବର ପ୍ରକାଶ ପରେ ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ମୁଖ୍ୟ ରାସ୍ତାରେ ବିପଦସଙ୍କୁଳ ଅବସ୍ଥାରେ ଥିବା ଦୁଇଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri