ବଢ଼ିଲା ସକ୍ରିୟ ମାମଲା-ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୧୫।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା ବଢ଼ି ପୁଣି ୪୬ ହଜାର ଉପରେ ରହିଛି। କେରଳରେ ସତର୍କ ସୂଚନା ଜାରି କରାଯାଇଛି। ଏଠାରେ ଦୈନିକ ସଂକ୍ରମଣ ଅଢ଼େଇ ହଜାର ଉପରେ ରହିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି। ଏହା ସହିତ ମାସ୍କ ପିନ୍ଧିବା ଏବଂ କରୋନା ମାର୍ଗଦର୍ଶିକା ପାଳନ କରିବାକୁ କୁହାଯାଇଛି।
ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ୬ ହଜାର ଟପିଛି। ଏହା ୬,୪୦୨ ରହିଛି। ଗୋଟିଏ ଦିନ ତଳେ ଏହା ୫,୦୯୬ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା କମି ୧୪ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧୯ ଥିଲା। ଏହି ସମୟରେ ସକ୍ରିୟ ମାମଲା ପୁଣି ବଢ଼ି ୪୬ ହଜାର ୩୮୯ ରେ ପହଞ୍ଚିଛି। ଗୋଟିଏ ଦିନତଳେ ଏହା ୪୫ ହଜାର ୭୪୯ ଥିଲା। ସେହିପରି ୨୪ ଘଣ୍ଟାରେ ୫ ହଜାର ୭୪୮ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ୫ ହଜାର ୬୭୫ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୮ ହଜାର ୨୫୦ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୫ ଲକ୍ଷ ୧୬ ହଜାର ୪୭୯ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୩୯ ଲକ୍ଷ ୪୧ ହଜାର ୮୪୦ଜଣ ସୁସ୍ଥ ହୋଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ଧୂଳି ଚଟାଇ ସ୍ବର୍ଣ୍ଣ ଜିତିଲା ଭାରତ

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତିଛି। ଫାଇନାଲ ମ୍ୟାଚରେ ପାକିସ୍ତାନକୁ ୧୯ ରନରେ ପରାସ୍ତ କରି ଭାରତ ଏହି ସ୍ବର୍ଣ୍ଣ…

Chanakya Niti: ଭୁଲ୍‌ରେ ବି କାହା ସହ ଶେୟାର କରନ୍ତୁନି ଏହି ୫ ଗୁପ୍ତ କଥା, ହୋଇପାରେ ବଡ଼ କ୍ଷତି

ଆଚାର୍ଯ୍ୟ ଚାଣକ୍ୟ ପ୍ରାଚୀନ ଭାରତର ଜଣେ ମହାନ ଦାର୍ଶନିକ, ଅର୍ଥନୀତିଜ୍ଞ, ଶିକ୍ଷକ ତଥା ମହାନ ରାଜନୀତିଜ୍ଞ ଥିଲେ। ସମାଜର କଲ୍ୟାଣ ଏବଂ ସଫଳ ଜୀବନଯାପନ ପାଇଁ ସେ…

ତେଲ ବଜାରରେ ହଇଚଇ: ପେଟ୍ରୋଲ ୫ ଓ ଡିଜେଲ ୩ଟଙ୍କା ବଢିଲା; ଜାଣନ୍ତୁ ନୂଆ ରେଟ୍‌

ନୂଆଦିଲ୍‌ଲୀ,୩।୧୦: ଦେଶର ପ୍ରମୁଖ ଘରୋଇ ଇନ୍ଧନ କମ୍ପାନୀ ‘ନାୟରା ଏନର୍ଜି’ ପୁଣି ଥରେ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି କରିଛି। କମ୍ପାନୀ ପେଟ୍ରୋଲ ଦରରେ ଲିଟର…

ଗୁଡ଼ାରୀରୁ ଭୁବନେଶ୍ୱରକୁ ବସ୍‌ ଚଳାଚଳ ଦାବି: ସାଇକେଲ ଯାତ୍ରାବେଳେ ଅଧାବାଟରେ ଅସୁସ୍ଥ ହେଲେ ପ୍ରମୋଦ

ଗୁଣପୁର,୩ା୧୦(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଡ଼ାରୀରୁ ରାଜଧାନୀ ଭୁବନେଶ୍ୱରକୁ ସିଧାସଳଖ ସରକାରୀ ବସ୍‌ ଚଳାଚଳ ଦାବିରେ ଗାନ୍ଧୀ ଜୟନ୍ତୀରୁ ସାଇକେଲ ଯାତ୍ରା ଆରମ୍ଭ କରିଥିବା ଆନ୍ଦୋଳନକାରୀ ପ୍ରମୋଦ…

ସୁବର୍ଣ୍ଣରେଖାରେ ଗାଧୋଇବାବେଳେ ବୁଡ଼ିଗଲେ ଅଣ ଓଡ଼ିଆ ପର୍ଯ୍ୟଟକ

ବାଲେଶ୍ୱର,୩ା୧୦(ବାଞ୍ଛାନିଥି ଦେ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ରାଜଘାଟ ନିକଟରେ ସୁବର୍ଣ୍ଣରେଖା ନଦୀରେ ଶନିବାର ଗାଧୋଇବା ବେଳେ ଜଣେ ଅଣ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି।…

କ୍ରିସ ଗେଲଙ୍କୁ ପଛରେ ପକାଇ ଇତିହାସ ଚରିଲେ ଅଭିଷେକ ଶର୍ମା

ନୂଆଦିଲ୍ଲୀ,୩।୧୦: ଅଭିଷେକ ଶର୍ମା ୨୦୨୬ ଏସୀୟ କ୍ରୀଡ଼ା (Asian Games) ଫାଇନାଲରେ ଇତିହାସ ସୃଷ୍ଟି କରିଛନ୍ତି। ସେ ପାକିସ୍ତାନ ବିପକ୍ଷରେ ୨୮ଟି ବଲରେ ୬୧ ରନର ଏକ…

ଛୋଟ କଥାରୁ ବଡ଼ କାଣ୍ଡ: ବୋହୂ ଉପରକୁ ଗରମ ତେଲ ଫୋପାଡ଼ିଲେ ଶାଶୁ

ଖଇରା,୩ା୧୦(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ମଠ ନୂଆଗାଁ ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ବାଡ଼ିରୁ ଏକ ମନ୍ଦାର ଗଛ ଡାଳ…

୬,୬,୬,୬,୬,୬… ପାକିସ୍ତାନୀ ବୋଲରଙ୍କୁ ଧୋଇଲେ ଅଭିଷେକ, ୨୦ ବଲରେ କଲେ…

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ପାକିସ୍ତାନ ବିପକ୍ଷରେ ଅଭିଷେକ ଶର୍ମା ଏକ ଦମଦାର ଇନିଂସ ଖେଳିଥିଲେ। ସେ ପାକିସ୍ତାନୀ ବୋଲିଂ ଆକ୍ରମଣକୁ ଧ୍ୱସ୍ତବିଧ୍ୱସ୍ତ କରି ମାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?