ବଢ଼ିଲା ଅନୁକମ୍ପା ରାଶି

ଭୁବନେଶ୍ୱର,୮ା୧୦(ବ୍ୟୁରୋ): ମାଓବାଦୀ ଆକ୍ରମଣ କିମ୍ବା କୌଣସି ସନ୍ତ୍ରାସବାଦ କାର୍ଯ୍ୟକଳାପରେ ନିହତ ଯବାନ ଓ ସାଧାରଣ ଲୋକଙ୍କ ଆତ୍ମୀୟଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ରାଶି ବୃଦ୍ଧି କରାଯାଇଛି। ସୁରକ୍ଷା କର୍ମୀ କର୍ତ୍ତବ୍ୟ ସମ୍ପାଦନ ବେଳେ ଯଦି ମାଓବାଦୀ ଆକ୍ରମଣରେ ମୃତ୍ୟୁବରଣ କରନ୍ତି ତେବେ ସେମାନଙ୍କ ନିକଟତମ ଆତ୍ମୀୟଙ୍କୁ ଅନୁକମ୍ପାମୂଳକ ସହାୟତା ରାଶି ପରିମାଣ ୨୦ରୁ ୪୦ ଲକ୍ଷକୁ ବୃଦ୍ଧି କରାଯାଇଛି। ସେହିପରି ଜଣେ ସାଧାରଣ ଲୋକ ମାଓବାଦୀ କାର୍ଯ୍ୟକଳାପରେ ମୃତ୍ୟୁବରଣ କଲେ ସେମାନଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଦାନ କରାଯାଉଥିବା ସହାୟତା ରାଶି ୨ ଲକ୍ଷରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି। ଶୁକ୍ରବାର ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏଥିସହିତ ଚଳିତ ବର୍ଷ ମାଓବାଦୀ କାର୍ଯ୍ୟକଳାପକୁ ପ୍ରତିହତ କରିବା ସକାଶେ ଆନୁଆଲ ଓ୍ବାର୍କ ପ୍ଲାନ୍‌(ଏଡବ୍ଲ୍ୟୁପି) ବାବଦରେ ୮୫.୮୫ କୋଟି ଟଙ୍କା ଖର୍ଚ୍ଚ କରିବାକୁ ମଧ୍ୟ ଅନୁମୋଦନ କରାଯାଇଛି। ମାଓବାଦୀପ୍ରବଣ ଅଞ୍ଚଳଗୁଡ଼ିକରେ ଲୋକମାନଙ୍କର ବିଶ୍ୱାସଭାଜନ ହୋଇ ସେମାନଙ୍କ ସମସ୍ୟାର ସମାଧାନ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ପିଲାମାନଙ୍କର ଶିକ୍ଷା ଓ ବିକଳ୍ପ ଜୀବିକା ଦିଗରେ କାର୍ଯ୍ୟ କରି ଲୋକମାନଙ୍କର ବିଶ୍ୱସନୀୟତାକୁ ବଢ଼ାଇବା ଉପରେ ବୈଠକରେ ଗୁରୁତ୍ୱ ଦିଆଯାଇଛି। କୋରାପୁଟ ଜିଲାର ସ୍ବାଭିମାନ ଅଞ୍ଚଳରେ ମାଓବାଦୀ କାର୍ଯ୍ୟକଳାପ ନିୟନ୍ତ୍ରଣରେ ରହିଛି। ଏକଦା ଏହି ଅଞ୍ଚଳ ମାଓବାଦୀଙ୍କର ଗଡ଼ ଭାବେ ପରିଚିତ ଥିଲା। ବିକାଶମୂଳକ କାର୍ଯ୍ୟ ଯୋଗୁ ସେହି ଅଞ୍ଚଳ ମାଓବାଦୀ ମୁକ୍ତ ହୋଇପାରିବ। ରାଜ୍ୟରେ ମାଓବାଦୀ କାର୍ଯ୍ୟକଳାପକୁ ହ୍ରାସ କରିବା ପାଇଁ ୨୦୨୧-୨୨ରେ ୫୦.୫୬ କୋଟି ଟଙ୍କା ଥିବା ବେଳେ ଚଳିତ ବର୍ଷ ଏହାକୁ ୫୦% ଅଧିକ ବୃଦ୍ଧି କରାଯାଇଛି। ମାଓବାଦୀ କାର୍ଯ୍ୟକୁ ପ୍ରତିହତ କରିବା ପାଇଁ ନିୟୋଜିତ ହୋଇଥିବା ସୁରକ୍ଷା କର୍ମୀମାନଙ୍କୁ ସମସ୍ତ ପ୍ରକାର ସହାୟତା ଯୋଗାଇ ଦେବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି।
ବୈଠକରେ ପୋଲିସ ମହାନିର୍ଦ୍ଦେଶକ ସୁନୀଲ କୁମାର ବଂଶଲ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସଞ୍ଜୀବ ଚୋପ୍ରା, ଆଇଜି ଅପରେଶନ ଅମିତାଭ ଠାକୁର, ଗୃହ ବିଭାଗ ସ୍ବତନ୍ତ୍ର ସଚିବ ସନ୍ତୋଷ ବାଲା ଏବଂ ପୋଲିସ ଓ ଗୋଇନ୍ଦା ବିଭାଗର ବହୁ ଅଧିକାରୀ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରେ ଡଙ୍ଗାବୁଡି ଘଟଣା: ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡ଼ି ଘଟଣାରେ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ପୋଲିସ ଓ ଅଗ୍ନିଶମ ବାହିନୀ ଗତକାଲି ଠାରୁ ଉଦ୍ଧାର କାର୍ଯ୍ୟ ଜାରି...

ଭୁବନେଶ୍ୱରରେ କାମ ବନ୍ଦ ଘୋଷଣା କଲେ ସଫେଇ କର୍ମଚାରୀ

ଭୁବନେଶ୍ୱର,୨୦।୪: କାମ ବନ୍ଦ କଲେ ସଫେଇ କର୍ମଚାରୀ । ରାଜଧାନୀରେ ଆଉ ସଫେଇ କାମ କରିବେନି ବୋଲି ଘୋଷଣା କରିଛନ୍ତି କର୍ମଚାରୀ। ଭୁବନେଶ୍ୱର ୬୪ ନମ୍ବର...

ଅସହ୍ୟ ହେଲାଣି ପାଓ୍ବାର କଟ୍‌, ବିଦ୍ୟୁତ ବିତରଣ କମ୍ପାନୀକୁ କଡା ନିର୍ଦ୍ଦେଶ ଦେଲେ ସରକାର

ଭୁବନେଶ୍ୱର,୨୦।୪: ଅସହ୍ୟ ଗ୍ରୀଷ୍ମ ସହ ଗୁଳୁଗୁଳି ଭିତରେ ପାୱାର୍‌ କଟ୍‌ ସମସ୍ୟା ପରେ ତତ୍ପର ହୋଇଛନ୍ତି ରାଜ୍ୟ ସରକାର। ଏନେଇ ତୁରନ୍ତ ଦୃଷ୍ଟି ଦେବାକୁ ବିଦ୍ୟୁତ...

ଏବେଠାରୁ କୋହଲା ପାଗ, ଏହିସବୁ ଜିଲାକୁ କାଳବୈଶାଖୀ ବର୍ଷା ଆଲର୍ଟ!

ଭୁବନେଶ୍ୱର,୨୦।୪: ଆଜି ତାତିରୁ ମିଳିପାରେ ଆଶ୍ୱସ୍ତି। ଗତ ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇଛି । ବିଶେଷ କରି ବାଲେଶ୍ବର,...

ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍‌ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା...

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ...

ମହୁଲଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ)ମହୁଲ ଫୁଲ ଏକ ଲଘୁ ବନଜାତ ଦ୍ରବ୍ୟ। ବରଗଡ଼ ଜିଲାର ଅଣଜଳସେଚିତ ପଦ୍ମପୁର ଉପଖଣ୍ଡ ସମେତ ବରଗଡ଼ ଉପଖଣ୍ଡର ଅମ୍ବାଭୋନା ଆଦି ଅଞ୍ଚଳର ଆଦିବାସୀ...

ରୂପାନ୍ତରଣ କାମ ସମସ୍ତଙ୍କ ଆଖି ସାମ୍ନାରେ: ପ୍ରଣବ

ସମ୍ବଲପୁର/ରେଙ୍ଗାଲି,୨୦ା୪(ବି.ଶଙ୍କର/ଦେବବ୍ରତ ପଣ୍ଡା)ସମ୍ବଲପୁର ମାଟି ମା’ ସମଲେଶ୍ୱରୀ, ବୀର ସୁରେନ୍ଦ୍ର ସାଏଙ୍କ ମାଟି ା ଏହି ମାଟି ମା’ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri