କଟକ ଅଫିସ,୧୩।୧୦: ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ି ଗିରଫ ହୋଇଥିବା ୩ଜଣ ପ୍ରଥମ ଶ୍ରେଣୀ ଅଧିକାରୀଙ୍କଠାରୁ ଦିନକୁ ଦିନ ଅଧିକ ତଥ୍ୟ ମିଳିବାରେ ଲାଗିଛି। ସେମାନଙ୍କୁ ମାରାଥନ ଜେରା କରାଯିବା ପରେ ୨ଅଧିକାରୀଙ୍କଠାରୁ ଭିଜିଲାନ୍ସ ପୁଣି ଲକ୍ଷାଧିକ ଟଙ୍କା ଓ ସମ୍ପତ୍ତି ଠାବ କରିଛି।
ଭିଜିଲାନ୍ସ ନିର୍ଦ୍ଦେଶାଳୟର ସୂଚନା ମୁତାବକ, ବାଲେଶ୍ୱରସ୍ଥିତ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍ପିସିବି)ର ଆଞ୍ଚଳିକ ଅଧିକାରୀ ନରୋତ୍ତମ ବେହେରାଙ୍କ ସରକାରୀ ବାସଭବନରୁ ପୁଣି ୬ ଲକ୍ଷ ୩୫ହଜାର ୭୨୩ ଟଙ୍କା ଜବତ ହୋଇଛି, ଯାହାକୁ ମିଶାଇ ତାଙ୍କଠାରୁ ମୋଟ ଜବତ ହୋଇଥିବା ଟଙ୍କା ୧୬ ଲକ୍ଷ ୫୦ହଜାର ୧୩ଟଙ୍କାକୁ ବୃଦ୍ଧି ପାଇଛି। ଏହାସହିତ ଭୁବନେଶ୍ୱର ରଘୁନାଥପୁର ଅଞ୍ଚଳରେ ନରୋତ୍ତମ ବେହେରାଙ୍କ ବହୁମୂଲ୍ୟ ପ୍ଲଟ ମଧ୍ୟ ଠାବ ହୋଇଛି। ଅନ୍ୟପଟେ ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ବିଧାନ ଚନ୍ଦ୍ର ସାହୁଙ୍କ ୫ଟି ବହୁମୂଲ୍ୟ ପ୍ଲଟ ଠାବ ହୋଇଛି। କଟକ ଦୋଳମୁଣ୍ଡାଇ ନିକଟରେ ଗୋଟିଏ ଏବଂ ଛତ୍ରପୁରରେ ୪ଟି ପ୍ଲଟ ଭିଜିଲାନ୍ସ ଠାବ କରିଛି। ଫଳରେ ୩ ପ୍ରଥମ ଶ୍ରେଣୀ ଅଧିକାରୀଙ୍କଠାରୁ ବର୍ତ୍ତମାନ ସୁଦ୍ଧା ମୋଟ ୩୯ ଲକ୍ଷ ୧୧ହଜାର ୪୪୩ ଟଙ୍କା ଜବତ କରାଯାଇଛି।
ସୂଚନାଯୋଗ୍ୟ, ଗତ ଶନିବାର କେନ୍ଦୁଝର ଜିଲା ଶାଳପଡ଼ାର ବୈତରଣୀ ଜଳସେଚନ ଡିଜିଜନର ଅଧୀକ୍ଷଣ ଯନ୍ତ୍ରୀ ବିଧାନ ଚନ୍ଦ୍ର ସାହୁ, ଏସପିସିବି ବାଲେଶ୍ୱରର ଆଞ୍ଚଳିକ ଅଧିକାରୀ ନରୋତ୍ତମ ବେହେରା ଓ ରାଉରକେଲାର ଆଞ୍ଚଳିକ ଅଧିକାରୀ ପ୍ରକାଶ କୁମାର ମହାପାତ୍ର ଭିଜିଲାନ୍ସ ଜାଲରେ ଧରାପଡ଼ିଥିଲେ। ସମସ୍ତ ଅଧିକାରୀଙ୍କଠାରୁ ଭିଜିଲାନ୍ସ ଲକ୍ଷ ଲକ୍ଷ ଟଙ୍କା ଜବତ କରିଥିଲା।
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

