ବଢ଼ିଲା କରୋନା ଗ୍ରାଫ୍‌: ୨୪ ଘଣ୍ଟାରେ ୨୫ ହଜାରରୁ ଅଧିକ ଆକ୍ରାନ୍ତ

ନୂଆଦିଲ୍ଲୀ,୧୪।୩: ଦେଶରେ ପୁଣି କରୋନା ଗ୍ରାଫ୍‌ ବଢ଼ିବାରେ ଲାଗିଛି। ପ୍ରତିଦିନ ନୂଆ ଆକ୍ରାନ୍ତ ସଂଖ୍ୟା ବୃଦ୍ଧି ପାଇ ଚାଲିଛି। ସରକାରଙ୍କ ଚିନ୍ତା ବଢ଼ିବା ସହିତ ପୁଣି ଲୋକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨୫ ହଜାର ୩୧୭ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୫୮ ଛୁଇଁଛି। ଗତ ୨୦୨୦ ଡିସେମ୍ବର ୧୬ରେ ଦେଶରେ ଗୋଟିଏ ଦିନରେ ୨୬ ହଜାର ୬୨୪ରେ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିଲା। ଏବେ ପୁଣି ଅଢ଼େଇ ମାସ ତଳର ସ୍ଥିତି ଦେଶରେ ସୃଷ୍ଟି ହୋଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଗତ ୨୪ ଘଣ୍ଟାରେ ମହାରାଷ୍ଟ୍ରରେ ସର୍ବାଧିକ ୧୫ ହଜାର ୬୦୨ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୮ରେ ପହଞ୍ଚିଛି। ସୁରକ୍ଷା ଦୃଷ୍ଟିରୁ ରାଜ୍ୟର ୮ ଜିଲାରେ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି।

Share