ବଢ଼ିଲା ଦୈନିକ ସଂକ୍ରମଣ, କମିଲା ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୧୨।୧: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ମାମଲା ବଢ଼ିଛି। ଲଗାତାର ଦୁଇ ଦିନ ଧରି ଦୈନିକ ସଂକ୍ରମଣ ବୃଦ୍ଧି ପାଇବା ପରେ ପୁଣି କମିଛି। ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି।
ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ବଢ଼ି ୨ ଶହ ତଳେ ରହିଛି। ଏହା ୧୯୬ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୧୭୧ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ଶୂନ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧ ଥିଲା। ଏହି ସମୟରେ ସକ୍ରିୟ ମାମଲା କମି ୨ ହଜାର ୩୦୯ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨ ହଜାର ୩୪୨ ଥିଲା। ସେହିପରି ୨୪ ଘଣ୍ଟାରେ ୨୨୯ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧୪୮ ଥିଲା।
ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୭୨୩ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୮୦ ହଜାର ୫୮୩ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୪୭ ହଜାର ୫୫୧ ଜଣ ସୁସ୍ଥ ହୋଇ ସାରିଛନ୍ତି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁଯାୟ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୦.୧୧ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୦.୧୨ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।

ଚାଇନାରେ ଆତଙ୍କ ସୃଷ୍ଟି କରିଥିବା ବିଏଫ୍‌.୭ ଭାରିଆଣ୍ଟ ନେଇ ସତର୍କ ରହିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି। ତେବେ ଭାରତରେ ସଂକ୍ରମଣ ହେବାର କୌଣସି ଆଶଙ୍କା ନ ଥିବା ବିଶେଷଜ୍ଞ ମତପୋଷଣ କରିଛନ୍ତି। ମାସ୍କ ପିନ୍ଧିବା ଅଧିକରୁ ଅଧିକ ନମୁନା ପରୀକ୍ଷା କରିବା ଏବଂ ଟିକାକରଣକୁ ବଢ଼ାଇବା ପାଇଁ ସରକାରଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସରକାରଙ୍କ ପକ୍ଷରୁ ସ୍ଥିତି ଉପରେ ତୀକ୍ଷ୍‌ଣ ନଜର ରଖାଯାଇଛି। ଦୈନିକ ସଂକ୍ରମଣ-ସକ୍ରିୟ ମାମଲାକୁ ନେଇ ସରକାର ଚିନ୍ତାରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

ଭାଇରାଲ ହେଉଛି ସଞ୍ଜୟ ଦତ୍ତଙ୍କ ବୟାନ, ଭାରତରେ ଏବେ ପୂର୍ବଭଳି….

ମୁମ୍ବାଇ,୪।୧୦: ଅଭିନେତା ସଞ୍ଜୟ ଦତ୍ତଙ୍କୁ ଶେଖର ସୁମନଙ୍କ ଶୋ’ ‘ଶେଖର ଟୁନାଇଟ୍’ରେ ଦେଖିବାକୁ ମିଳିଛି । ଗାନ୍ଧୀ ଜୟନ୍ତୀ ସ୍ପେଶାଲ ଏପିସୋଡ୍‌ରେ ଯୋଗଦେଇ ସଞ୍ଜୟ ଦତ୍ତ ତାଙ୍କ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?