ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୧୯।୨: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା କମିଛି। ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁସାରେ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୧ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୦.୧୧ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୦.୮ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ବଢ଼ି ଶହେ ଉପରେ ରହିଛି। ଏହା ୧୪୨ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୧୧୭ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୩ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ଶୂନ ଥିଲା। ଏହି ସମୟରେ ସକ୍ରିୟ ମାମଲା ୧୮ ଶହ ଉପରେ ରହିଛି। ଏହା ୧ ହଜାର ୮୯୯ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧ ହଜାର ୮୬୭ ଥିଲା। ସେହିପରି ୨୪ ଘଣ୍ଟାରେ ୧୦୭ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧୧୨ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୭୬୦ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୮୪ ହଜାର ୯୧୭ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୫୨ ହଜାର ୨୫୮ ଜଣ ସୁସ୍ଥ ହୋଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିମେନ୍‌ସିଆ ଥିବା ଲୋକଙ୍କଠାରେ ଭିଟାମିନ ଅଭାବ

ନୂଆଦିଲ୍ଲୀ,୧୦।୬(ପିଟି):ସାଧାରଣ ଲୋକଙ୍କ ଅପେକ୍ଷା ସ୍ମୃତିଶକ୍ତି ହ୍ରାସ(ଡିମେନ୍‌ସିଆ) ରୋଗର ସମ୍ଭାବନା ଅଧିକ ଥିବା ଲୋକଙ୍କ ଠାରେ ଭିଟାମିନ ଅଭାବ ଅଧିକ ଦେଖାଯାଇଥାଏ ବୋଲି ଏକ ସର୍ଭେରୁ ଜଣାପଡ଼ିଛି। ତେଲଙ୍ଗାନାର…

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ହୋମଗାର୍ଡଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ବଢ଼ିଲା ଦୈନିକ ଭତ୍ତା, ଜାଣନ୍ତୁ ଏବେ ମିଳିବ କେତେ..?

ଭୁବନେଶ୍ୱର,୯।୬(ସୁନୀତ ମିଶ୍ର): ରାଜ୍ୟର ଗୃହରକ୍ଷୀ (Home Guards) ମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…

ଜାପାନ ପରେ ଏବେ ନେପାଳ ବ୍ୟାନ କଲା ଭାରତୀୟ ଆମ୍ୱ; ଆଣିଲା ସାଂଘାତିକ ଅଭିଯୋଗ

ନୂଆଦିଲ୍ଲୀ,୯।୬:ଭାରତରେ ଖାଦ୍ୟ, ଫଳ ଓ ପନିପରିବା ଆଦି ଉପରେ ଅତ୍ୟଧିକ ପରିମାଣରେ କେମିକଲ୍ସ ସ୍ପ୍ରେ ଓ ମିଶ୍ରଣ ଯୋଗୁ ଏସବୁ ନେଇ ଲୋକଙ୍କ ଭରସା ଏକପ୍ରକାର ଉଠିଗଲାଣି।…

ପ୍ରବାସୀ ଶ୍ରମିକମାନଙ୍କର ସାମାଜିକ, ଆର୍ଥିକ,ଆଇନଗତ ସମସ୍ୟା ସମ୍ପର୍କରେ…

ଭଞ୍ଜନଗର, ୯।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଆଇନ ସେବା ପ୍ରାଧିକରଣ, ବ୍ରହ୍ମପୁରର ଆନୁକୂଳ୍ୟରେ ମଙ୍ଗଳବାର ଭଞ୍ଜନଗରସ୍ଥିତ ଆର୍‌.ଏମ୍‌.ସି. ସମ୍ମିଳନୀ କକ୍ଷରେ “ପ୍ରବାସୀ ଶ୍ରମିକମାନଙ୍କ ସମ୍ବନ୍ଧୀୟ ବିଭିନ୍ନ…

ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା: ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ , ଜଗନ୍ନାଥପ୍ରେମୀଙ୍କ ମଧ୍ୟରେ ଖୁସି

ଭୁବନେଶ୍ୱର/କୋଲକାତା, ୯/୬: ଦୀଘା ଜଗନ୍ନାଥ ମନ୍ଦିରର ନାମକରଣକୁ ନେଇ ଦୀର୍ଘଦିନ ଧରି ଚାଲିଥିବା ବିବାଦ ମଧ୍ୟରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଏକ ବଡ଼ ଘୋଷଣା କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri