ପଞ୍ଚାୟତ ସମିତି ସହ ଜଡିତ ଅଫିସରଙ୍କ ବଢିଲା ଆର୍ଥିକ କ୍ଷମତା

ଭୁବନେଶ୍ୱର,୧୬।୨: ପଞ୍ଚାୟତ ସମିତି ସହ ବୈଷୟିକ ଓ ପ୍ରଶାସନିକ ଅଧିକାରୀମାନଙ୍କ ଆର୍ଥିକ କ୍ଷମତା ବୃଦ୍ଧି ପାଇଛି । ରାଜ୍ୟ କ୍ୟାବିନେଟ ଏନେଇ ଅନୁମୋଦନ ପ୍ରଦାନ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ଅନୁସାରେ ପଞ୍ଚାୟତ, ପଞ୍ଚାୟତ ସମିତି(ବ୍ଲକ) ଓ ଜିଲା ପରିଷଦସ୍ତରରେ ବିଭିନ୍ନ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପ୍ରମୁଖ କାର୍ଯ୍ୟକ୍ରମ କାର୍ଯ୍ୟକାରୀ କରିବା ପାଇଁ ଓ ପଞ୍ଚାୟତ ସମିତି ହିସାବ ପଦ୍ଧତି ନିୟମ-୨୦୦୨ରେ ବିଭିନ୍ନ ବୈଷୟିକ ଅଧିକାରୀ ଓ ପ୍ରଶାସନିକ ଅଧିକାରୀଙ୍କୁ ନିର୍ଦ୍ଦିିଷ୍ଟ ବୈଷୟିକ ମଞ୍ଜୁରୀ ଓ ପ୍ରଶାସନିକ ଅନୁମୋଦନ କ୍ଷମତା ପ୍ରଦାନ କରାଯାଇଛି । ପୂର୍ତ୍ତ ବିଭାଗ ସଂହିତାରେ କରାଯାଇଥିବା ସଂଶୋଧନ ଓ ମହାତ୍ମା ଗାନ୍ଧୀ ନିଶ୍ଚିତ କର୍ମନିଯୁକ୍ତି ରୋଜଗାର ଯୋଜନାରେ ଥିବା ବ୍ୟବସ୍ଥାକୁ ଦୃଷ୍ଟିରେ ରଖି ରାଜ୍ୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ସୁଗମ ତଥା ଠିକ ସମୟରେ କାର୍ଯ୍ୟକାରୀ କରିବା ନିମନ୍ତେ ବିଭିନ୍ନ ବୈଷୟିକ ଅଧିକାରୀ ଓ ପ୍ରଶାସନିକ ଅଧିକାରୀଙ୍କ ଆର୍ଥିକ ମଞ୍ଜୁରୀ କ୍ଷମତା ବୃଦ୍ଧି ହୋଇଛି ।

ଏହି ପ୍ରସ୍ତାବ ଅନୁସାରେ ୧୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ପ୍ରକଳ୍ପର ବୈଷୟିକ ମଞ୍ଜୁରୀ କ୍ଷମତା ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କୁ ପ୍ରଦାନ କରାଯାଇଛି । ସେହିପରି ନିର୍ବାହୀ ଯନ୍ତ୍ରୀ ଓ ଅଧୀକ୍ଷଣ ଯନ୍ତ୍ରୀ(ପଞ୍ଚାୟତିରାଜ)ଙ୍କୁ ଯଥାକ୍ରମେ ୧କୋଟି ଓ ୪କୋଟି ଟଙ୍କାର ବୈଷୟିକ ମଞ୍ଜୁରୀ କ୍ଷମତା ଏବଂ ୪କୋଟି ଟଙ୍କାରୁ ଅଧିକ ପ୍ରକଳ୍ପର ବୈଷୟିକ ମଞ୍ଜୁରୀ କ୍ଷମତା ମୁଖ୍ୟଯନ୍ତ୍ରୀଙ୍କ ଉପରେ ନ୍ୟସ୍ତ ହୋଇଛି ।
ଏହାବ୍ୟତୀତ ପଞ୍ଚାୟତିିରାଜ ବିଭାଗ ଦ୍ୱାରା କରାଯାଉଥିବା ପ୍ରକଳ୍ପକୁ ଜିଲ୍ଲାପାଳମାନଙ୍କର ପ୍ରଶାସନିକ ଅନୁମୋଦନ କ୍ଷମତା ୫୦ଲକ୍ଷରୁ ୧କୋଟି ଟଙ୍କାକୁ ବୃଦ୍ଧି କରାଯାଇଛି । ଏହାଦ୍ୱାରା ପଞ୍ଚାୟତିିରାଜ ବିଭାଗ ତରଫରୁ ହେଉଥିବା ଉନ୍ନୟନ କାର୍ଯ୍ୟକୁ ତ୍ୱରାନ୍ବିତ କରାଯାଇପାରିବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ…

ହୀରାକୁଦର ୩୦ ଗେଟ୍‌ ଖୋଲିଲା

ସମ୍ବଲପୁର,୨୮ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହଠାତ୍‌ ୬ ଲକ୍ଷ ଘନଫୁଟ୍‌ରୁ ଊର୍ଦ୍ଧ୍ୱରେ ପହଞ୍ଚିବା ପରେ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌କୁ ଖୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?