‘୫୦% ପିଲାଙ୍କଠାରେ ରୋଗ ପ୍ରତିରୋଧକ ଶକ୍ତି ବଢିଛି’

ଭୁବନେଶ୍ୱର, ୧୮।୮(ବ୍ୟୁରୋ):ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ପକ୍ଷରୁ ମଙ୍ଗଳବାର ‘କୋଭିଡର ତୃତୀୟ ଲହର ଓ ପିଲାଙ୍କ ଉପରେ ଏହାର ପ୍ରଭାବ’କୁ ନେଇ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି। ଆୟୋଗର ଅଧ୍ୟକ୍ଷା ସାବତୀ ପ୍ରଧାନ କୋଭିଡରୁ ପିଲାଙ୍କ ସୁରକ୍ଷାକୁ ସୁନିଶ୍ଚିତ କରିବା ପାଇଁ ଏହି ଆଲୋଚନା ସହାୟକ ହେବ ବୋଲି ମତ ରଖିଥିଲେ। ଆଲୋଚନାରେ ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର ନିର୍ଦ୍ଦେଶିକା ଡ. ସଂଘମିତ୍ରା ପତି ମୁଖ୍ୟବକ୍ତା ଭାବରେ ଯୋଗଦେଇଥିଲେ। ତୃତୀୟ ଲହରକୁ ନେଇ ତଥ୍ୟ ଓ ଭ୍ରମ ଉପରେ ଆଲୋକପାତ କରି ସେ କହିଲେ, ନିକଟରେ ରାଜ୍ୟରେ କରାଯାଇଥିବା ସେରୋ ସର୍ଭେ ଅନୁସାରେ ପଚାଶ ପ୍ରତିଶତ ପିଲାଙ୍କ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବଢିଥିବା ସୂଚନା ମିଳିଛି। ଆଗାମୀ ଦିନରେ ୧୫ଟି ଜିଲାରେ ୬ ବର୍ଷରୁ ଅଧିକ ପିଲାଙ୍କ ସେରୋ ସର୍ଭେ କରାଯିବ। କୋଭିଡ୍‌ ଅନୁକୂଳ ବ୍ୟବହାର, ଲକ୍ଷଣ ଆଧାରିତ ନିରୀକ୍ଷଣ, ମା’ ଓ ଶିଶୁଙ୍କ ସ୍ବତନ୍ତ୍ର ସେରୋ ସର୍ଭେ ଉପରେ ଗୁରୁତ୍ୱ ଦିଆଯିବା ଉପରେ ସେ ମତ ରଖିଥିଲେ। ୱାଲର୍ଡ ଭିଜନର ଆଡଭୋକେଶୀ ମୁଖ୍ୟ ମିଖାଇଲ ପ୍ରଧାନ ଅନ୍ୟତମ ଅତିଥି ଭାବେ ଯୋଗଦେଇ ଟିକାକରଣ ଓ ପିଲାଙ୍କ ସହ ନିରନ୍ତର ଯୋଗାଯୋଗ ଉପରେ ଗୁରୁତ୍ୱାରୋପ କରିଥିଲେ। ଆଲୋଚନାରେ ଜିଲା ପ୍ରଶାସନର ଅଧିକାରୀ, କୋଭିଡ୍‌ ନୋଡାଲ ଅଫିସର, ବିପର୍ଯ୍ୟୟ ପ୍ରଶମନ ଅଧିକାରୀ, ଜିଲା ସ୍ବାସ୍ଥ୍ୟ ଅଧିକାରୀ ଯୋଗଦେଇ ଜିଲାର ପ୍ରସ୍ତୁତି ଉପରେ ଆଲୋକପାତ କରିଥିଲେ। ତୃଣମୂଳ ସ୍ତରରେ କର୍ମଚାରୀଙ୍କ ତାଲିମ, ଚିକିତ୍ସାଳୟରେ ପିଲାଙ୍କ ପାଇଁ ଶଯ୍ୟା ପ୍ରସ୍ତୁତ ହୋଇ ରହିଥିବା ସୂଚନା ଦେଇଥିଲେ। ଆଲୋଚନା ଚକ୍ରକୁ ଆକ୍ସନଏଡ୍‌ର କାର୍ଯ୍ୟକ୍ରମ ପ୍ରବନ୍ଧକ ଘାସିରାମ ପଣ୍ଡା ପରିଚାଳନା କରିଥିଲେ। ଶିଶୁ ଅଧିକାର ସୁରକ୍ଷା ଆୟୋଗର ସଦସ୍ୟା ଦିବ୍ୟା ଶାଶ୍ୱତୀ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?