ବଢ଼ୁଛି ଦୈନିକ ସଂକ୍ରମଣ: ଦିନକରେ ୧୧୦୮୬ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୮।୧(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ସଂକ୍ରମଣ ହୁ ହୁ ହୋଇ ବଢ଼ୁଛି। ମଙ୍ଗଳବାର ରାଜ୍ୟରେ ୧୧୦୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦୬୧ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୬୪୩୧ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୪୬୫୫ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୧ ଲକ୍ଷ ୫୫ ହଜାର ୪୮୭ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୩୪୬୯ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୧୩୯, ବାଲେଶ୍ୱରରୁ ୩୨୩, ବରଗଡ଼ରୁ ୧୨୫, ଭଦ୍ରକରୁ ୧୩୨, ବଲାଙ୍ଗୀରରୁ ୩୦୦, ବୌଦ୍ଧରୁ ୮୩, କଟକରୁ ୭୬୬, ଦେବଗଡ଼ରୁ ୫୩, ଢେଙ୍କାନାଳରୁ ୧୫୭, ଗଜପତିରୁ ୯୩, ଗଞ୍ଜାମରୁ ୧୧୬, ଜଗତ୍‌ସିଂହପୁରରୁ ୨୭୩, ଯାଜପୁରରୁ ୨୭୫, ଝାରସୁଗୁଡ଼ାରୁ ୧୩୨, କଳାହାଣ୍ଡିରୁ ୨୫୩, କନ୍ଧମାଳରୁ ୫୧, କେନ୍ଦ୍ରାପଡ଼ାରୁ ୮୫, କେନ୍ଦୁଝରରୁ ୨୨୩, କୋରାପୁଟରୁ ୧୯୬, ମାଲକାନଗିରିରୁ ୫୪ଆକ୍ରାନ୍ତ ଅଛନ୍ତି। ସେହିପରି ମୟୂରଭଞ୍ଜରୁ ୩୯୩, ନବରଙ୍ଗପୁରରୁ ୧୩୭, ନୟାଗଡ଼ରୁ ୧୪୯, ନୂଆପଡ଼ାରୁ ୧୦୪ , ପୁରୀରୁ ୧୮୮, ରାୟଗଡ଼ାରୁ ୧୮୭ ,ସମ୍ବଲପୁରରୁ ୩୦୨ ସୁବର୍ଣ୍ଣପୁରରୁ ୧୫୩ , ସୁନ୍ଦରଗଡ଼ରୁ ୧୪୧୬ ଥିବାବେଳେ ଷ୍ଟେଟ ପୁଲ୍‌ରୁ ୭୫୯ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌: ଜାଣନ୍ତୁ ଖେଳାଯିବ ମ୍ୟାଚ୍‌

କଟକ,୯ା୧୨(ଅନାଦି କର):ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ମଙ୍ଗଳବାର ଐତିହାସିକ ବାରବାଟୀ ଷ୍ଟାଡିୟମରେ ପ୍ରଥମf ଟି୨୦ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ ପାଇଁ ଖେଳାଳିଙ୍କଠାରୁ ଆରମ୍ଭ...

ପୁଣିଥରେ ଭାରତକୁ ଧୋକା ଦେବେ ଟ୍ରମ୍ପ, ଲାଗୁ କରିବେ ନୂଆ ଟାରିଫ୍‌

ଓ୍ବାଶିଂଟନ୍‌,୯।୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୂଚିତ କରିଛନ୍ତି ଯେ ତାଙ୍କ ପ୍ରଶାସନ ଭାରତୀୟ ଚାଉଳ ଏବଂ କାନାଡିଆନ ସାର ସମେତ ବିଦେଶୀ କୃଷି ଉତ୍ପାଦ...

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri