ବଢ଼ୁଛି ଦୈନିକ ସଂକ୍ରମଣ: ଦିନକରେ ୧୧୦୮୬ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୮।୧(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ସଂକ୍ରମଣ ହୁ ହୁ ହୋଇ ବଢ଼ୁଛି। ମଙ୍ଗଳବାର ରାଜ୍ୟରେ ୧୧୦୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦୬୧ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୬୪୩୧ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୪୬୫୫ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୧ ଲକ୍ଷ ୫୫ ହଜାର ୪୮୭ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୩୪୬୯ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୧୩୯, ବାଲେଶ୍ୱରରୁ ୩୨୩, ବରଗଡ଼ରୁ ୧୨୫, ଭଦ୍ରକରୁ ୧୩୨, ବଲାଙ୍ଗୀରରୁ ୩୦୦, ବୌଦ୍ଧରୁ ୮୩, କଟକରୁ ୭୬୬, ଦେବଗଡ଼ରୁ ୫୩, ଢେଙ୍କାନାଳରୁ ୧୫୭, ଗଜପତିରୁ ୯୩, ଗଞ୍ଜାମରୁ ୧୧୬, ଜଗତ୍‌ସିଂହପୁରରୁ ୨୭୩, ଯାଜପୁରରୁ ୨୭୫, ଝାରସୁଗୁଡ଼ାରୁ ୧୩୨, କଳାହାଣ୍ଡିରୁ ୨୫୩, କନ୍ଧମାଳରୁ ୫୧, କେନ୍ଦ୍ରାପଡ଼ାରୁ ୮୫, କେନ୍ଦୁଝରରୁ ୨୨୩, କୋରାପୁଟରୁ ୧୯୬, ମାଲକାନଗିରିରୁ ୫୪ଆକ୍ରାନ୍ତ ଅଛନ୍ତି। ସେହିପରି ମୟୂରଭଞ୍ଜରୁ ୩୯୩, ନବରଙ୍ଗପୁରରୁ ୧୩୭, ନୟାଗଡ଼ରୁ ୧୪୯, ନୂଆପଡ଼ାରୁ ୧୦୪ , ପୁରୀରୁ ୧୮୮, ରାୟଗଡ଼ାରୁ ୧୮୭ ,ସମ୍ବଲପୁରରୁ ୩୦୨ ସୁବର୍ଣ୍ଣପୁରରୁ ୧୫୩ , ସୁନ୍ଦରଗଡ଼ରୁ ୧୪୧୬ ଥିବାବେଳେ ଷ୍ଟେଟ ପୁଲ୍‌ରୁ ୭୫୯ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

OSRTC ବସ୍‌ ଦୁର୍ଘଟଣା: ୨୯ ଯାତ୍ରୀଙ୍କ ମଧ୍ୟରୁ…

କୋରାପୁଟ,୧୫ା୨(ଅମିତାଭ ବେହେରା): ମାଲକାନଗିରି ଜିଲା ଏମ୍‌ଭି ୭୯ରୁ ବିଶାଖାପାଟଣା ଯାଉଥିବା (ଓଏସଆରଟିସି ) ବସ୍‌ ଆନ୍ଧ୍ରର ସାଲୁର ବାଇପାସ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ର ଷ୍ଟିଅରିଂ ଲକ୍‌…

ଗଞ୍ଜାମ ଉତ୍ସବମୁଖର: ଶିବାଳୟରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୧୫ା୨(ଅନାଥ ତରାଇ): ପବିତ୍ର ମହାଶିବରାତ୍ରି ଅବସରରେ ରବିବାର ଗଞ୍ଜାମ ସହର ଉତ୍ସବମୁଖର ହୋଇଉଠିଛି। ସ୍ଥାନୀୟ ପ୍ରସିଦ୍ଧ ଖଣ୍ଡେଶ୍ୱର ମନ୍ଦିରରେ ଭୋର୍‌ ସମୟରୁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ…

ମହାଶିବରାତ୍ରିରେ ଏହି ୩ ରାଶିର ଖୋଲିବ ଭାଗ୍ୟ, ପାଖକୁ ଆସିବ ପ୍ରଚୁର ଟଙ୍କା

ଶିବ ପୁରାଣ ଅନୁସାରେ ଭଗବାନ ଶିବ ବିଷ୍ଣୁ ଏବଂ ବ୍ରହ୍ମାଙ୍କ ସମ୍ମୁଖରେ ଏକ ଲିଙ୍ଗ ରୂପରେ ପ୍ରକଟ ହୋଇଥିଲେ। ସେହି ଦିନ ଫାଲ୍‌ଗୁନ ମାସର କୃଷ୍ଣପକ୍ଷର ଚତୁର୍ଦ୍ଦଶୀ…

ଦେବଗଡ଼ର ପରିତ୍ୟକ୍ତ ଶିଶୁ ବଢ଼ିବ ଆମେରିକାରେ, ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରି…

ଦେବଗଡ଼,୧୫ା୨(ଶଶାଙ୍କ ଶେଖର ଝାଙ୍କର): ଜିଲା ଶିଶୁ ସୁରକ୍ଷା ଅଧିକାରୀ ରୋମିଓ ମହାପାତ୍ରଙ୍କ ଆବେଦନ ଓ ଜିଲାପାଳ କବିନ୍ଦ୍ର କୁମାର ସାହୁଙ୍କ ଅନୁମୋଦନ ପରେ ବିଗତ ତିନି ବର୍ଷରୁ…

ଟ୍ରେନ୍‌ ଲାଇନ୍‌ ପାର ସମୟରେ ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରେନ୍‌, ଚାଲିଗଲା ଜୀବନ

ଲଖନପୁର,୧୫ା୨(ଗୌତମ ସାହୁ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ସୀମାନ୍ତ କନକତୋରା ଗ୍ରାମର ଫଲ୍ଲବ ପଧାନ(୬୨) ନିକଟସ୍ଥ ପଡ଼ୋଶୀ ରାଜ୍ୟ ଏକତାଳ କ୍ରିକେଟ ପଡ଼ିଆ ପାର୍ଶ୍ୱରେ ଯାଇଥିବା ଏନଟିପିସି…

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

Mahashivratri 2026: ଜାଗରରେ ମଙ୍ଗଳଙ୍କ ମହାପରିବର୍ତ୍ତନ, ଏହି ୩ରାଶିର ବାଜିବ ଲଟେରୀ!

ମହାଶିବରାତ୍ରି ପର୍ୱକୁ ଭଗବାନ ଶିବଙ୍କ ପୂଜା ଏବଂ ଭକ୍ତିର ସର୍ୱୋତ୍ତମ ଉତ୍ସବ ଭାବରେ ବିବେଚନା କରାଯାଏ। ଏହି ବର୍ଷ ମହାଶିବରାତ୍ରିକୁ ବହୁତ ସ୍ୱତନ୍ତ୍ର ଭାବରେ ବିବେଚନା କରାଯାଏ…

ମା’ କାଳୀଙ୍କ ପାଦତଳେ କାହିଁକି ଶୋଇଥିଲେ ଭଗବାନ ଶିବ, ଜାଣନ୍ତୁ ଆକର୍ଷଣୀୟ କାହାଣୀ…

ଆଜି ହେଉଛି ପବିତ୍ର ମହାଶିବରାତ୍ରି। ଏହି ଦିନରେ ଭଗବାନ ଶିବଙ୍କୁ ପୂଜା ଏବଂ ଉପବାସ କରାଯାଏ। ଏହି ଦିନରେ ଉପବାସ ଏବଂ ପୂଜା କରିବା ଦ୍ୱାରା ଆନନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri