ବଢ଼ୁଛି ଦୈନିକ ସଂକ୍ରମଣ: ଦିନକରେ ୮୭୭୮ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୨।୧(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ସଂକ୍ରମଣ ହୁ ହୁ ହୋଇ ବଢ଼ୁଛି। ମଙ୍ଗଳବାର ରାଜ୍ୟରେ ୮୭୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୯୨ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୫୦୯୬ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୩୬୮୨ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୯୧ ହଜାର ୫୪୭ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୬୧୫ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୧୦୭, ବାଲେଶ୍ୱରରୁ ୨୩୧, ବରଗଡ଼ରୁ ୧୩୬, ଭଦ୍ରକରୁ ୧୦୩, ବଲାଙ୍ଗୀରରୁ ୨୧୬, ବୌଦ୍ଧରୁ ୧୨, କଟକରୁ ୭୬୬, ଦେବଗଡ଼ରୁ ୨୫, ଢେଙ୍କାନାଳରୁ ୭୮, ଗଞ୍ଜାମରୁ ୧୦୬, ଜଗତ୍‌ସିଂହପୁରରୁ ୧୧୪, ଯାଜପୁରରୁ ୧୯୧, ଝାରସୁଗୁଡ଼ାରୁ ୨୦୩, କଳାହାଣ୍ଡିରୁ ୮୬, କନ୍ଧମାଳରୁ ୨୦, କେନ୍ଦ୍ରାପଡ଼ାରୁ ୪୬, କେନ୍ଦୁଝରରୁ ୯୫, କୋରାପୁଟରୁ ୧୬୧, ମାଲକାନଗିରିରୁ ୧୨ ଆକ୍ରାନ୍ତ ଅଛନ୍ତି। ସେହିପରି ମୟୂରଭଞ୍ଜରୁ ୩୩୮, ନବରଙ୍ଗପୁରରୁ ୧୧୨, ନୟାଗଡ଼ରୁ ୭୫, ନୂଆପଡ଼ାରୁ ୬୭ , ପୁରୀରୁ ୨୧୬, ରାୟଗଡ଼ାରୁ ୬୫ ,ସମ୍ବଲପୁରରୁ ୫୯୬ ସୁବର୍ଣ୍ଣପୁରରୁ ୮୭ , ସୁନ୍ଦରଗଡ଼ରୁ ୧୨୫୨ ଥିବାବେଳେ ଷ୍ଟେଟ ପୁଲ୍‌ରୁ ୫୭୫ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri