ଦିନେ ବଢ଼ୁଛି ଦିନେ କମୁଛି: ଆଜି ରାଜ୍ୟରେ ୧୫୧ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୭।୧୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୨ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୮୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୬୨ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୫୦ ହଜାର ୫୦୫ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬୩ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୧, ବରଗଡ଼ରୁ ୧, ଭଦ୍ରକରୁ ୧, ବଲାଙ୍ଗୀରରୁ ୧, କଟକରୁ ୬, ଢେଙ୍କାନାଳରୁ ୨, ଗଜପତିରୁ ୨, ଗଞ୍ଜାମ ୩, ଯାଜପୁରରୁ ୬, ଝାରସୁଗୁଡ଼ାରୁ ୨, କେନ୍ଦ୍ରାପଡ଼ାରୁ ୨, କେନ୍ଦୁଝରରୁ ୧, କୋରାପୁଟରୁ ୬, ମୟୂରଭଞ୍ଜରୁ ୩, ନୟାଗଡ଼ରୁ ୧, ପୁରୀରୁ ୧୦, ଓ ରାୟଗଡ଼ାରୁ୨ ଆକ୍ରାନ୍ତ ଅଛନ୍ତି। ସେହିପରି ସମ୍ବଲପୁରରୁ ୬, ସୁବର୍ଣ୍ଣପୁରରୁ ୧, ଓ ସୁନ୍ଦରଗଡ଼ରୁ ୧୫ ଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୧୬ ଅଛନ୍ତି।