ବଢୁଛି ନାରୀ ନିର୍ଯାତନା: ଜିଲାପାଳଙ୍କ ଅଫିସ ଆଗରେ କଂଗ୍ରେସର ପ୍ରତିବାଦ

ବରଗଡ଼,୧୦।୩(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ମହିଳାମାନେ ଅସୁରକ୍ଷିତ ଅଛନ୍ତି। ନାରୀ ନିର୍ଯାତନା ନିତିଦିନିଆ ଘଟଣାରେ ପରିଣତ ହୋଇଛି। ବେଟି ବଞ୍ଚାଅ, ବେଟି ପଡ଼ାଅ ସ୍ଲୋଗାନ ଦେଉଥିବା ଡବଲ ଇଞ୍ଜିନ ସରକାରଙ୍କ ୮ ମାସର ଶାସନକାଳ ଲଜ୍ଜାରେ ଭରି ରହିଛି ।

ଗତ ୮ ମାସ ମଧ୍ୟରେ ୫୪ଟି ଗଣବଳାତ୍କାର ଘଟଣା ସରକାରଙ୍କ ଆଇନଶୃଙ୍ଖଳାର ବିଫଳତାକୁ ପଦାରେ ପକାଇଛି। ଏଭଳି ଅଭିଯୋଗ କରି ମହିଳାଙ୍କ ସୁରକ୍ଷା ଓ ସମ୍ମାନ ପାଇଁ ପ୍ରଦେଶ କଂଗ୍ରେସର ଆହ୍ବାନ କ୍ରମେ ସୋମବାର ବରଗଡ଼ ଜିଲା କଂଗ୍ରେସ କମିଟି ପକ୍ଷରୁ ଜିଲାପାଳଙ୍କ ଅଫିସ ଘେରାଉ ସହ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା ।

ଜିଲା କଂଗ୍ରେସ କମିଟି ସଭାପତି ହରଦୀପ ସିଂଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ପୂର୍ବତନ ବିଧାୟକ ତଥା ବରିଷ୍ଠ କଂଗ୍ରେସ ନେତା ଚିନ୍ମୟ ବେଉରା ପ୍ରଦେଶ କଂଗ୍ରେସ ପକ୍ଷରୁ ପର୍ଯ୍ୟବେକ୍ଷକ ଭାବେ ଯୋଗ ଦେଇଥିଲେ। ସେ କହିଥିଲେ, ସୁଭଦ୍ରା ଯୋଜନା ଟଙ୍କା ବାଣ୍ଟି ମୋହନ ସରକାର ନିଜର ପ୍ରଚାର କରୁଛନ୍ତି। ଅନ୍ୟପକ୍ଷରେ ନାରୀ ସୁରକ୍ଷା ଦିଗରେ ଭାଜପା ସରକାର ମୌନ ରହିଛି ।

ବାଲେଶ୍ୱରର ସୋର, ଢେଙ୍କାନାଳ, ସମ୍ବଲପୁର, ରାଉରକେଲା, ବଲାଙ୍ଗୀରର ଖଇରାପାଢୀ, କୋରାପୁଟରର ଲକ୍ଷ୍ମୀପୁର, ଭଦ୍ରକର ଚଡ଼ା, ଦେଓଗଡ଼ ଓ ବରଗଡ଼ ଧନୁଯାତ୍ରା ସମୟରେ ମହିଳାମାନଙ୍କ ପ୍ରତି ଗଣବଳାତ୍କାର ଘଟଣା ରାଜ୍ୟବାସୀଙ୍କ ଭିତରେ ଆଲୋଡନ ସୃଷ୍ଟି କରିଛି ବୋଲି ସେ କହିଥିଲେ।

ଯେଉଁ ରାଜ୍ୟରେ ମହିଳାମାନେ ଅସୁରକ୍ଷିତ, ଛାତ୍ରୀମାନେ କୁଆଁରୀ ମା’ ହେବା ପ୍ରଶାସନିକ ବ୍ୟବସ୍ଥାକୁ ଲଜ୍ଜିତ କରିଛି। ଏହା ବିରୋଧରେ ଲଢେଇ କରିବାକୁ ହେବ । କଂଗ୍ରେସ କର୍ମୀ ଓ ଜନସାଧାରଣ ଆଗେଇ ଆସନ୍ତୁ ବୋଲି ସେ ଆହ୍ବାନ ଦେଇଥିଲେ ।

ଏହି ଅବସରରେ ଜିଲା କଂଗ୍ରେସ ସଭାପତି ହରଦୀପ ସିଂଙ୍କ ସମେତ ଅନନ୍ତ ଶୟନ ପାଢୀ, ଯୁଗଳ ପ୍ରସାଦ ସିଂ, ସରୋଜ ଷଡଙ୍ଗୀ, କିଶୋର ଦଫାଦାର, ବ୍ରହ୍ମା ମହାକୁଡ, ଟଙ୍କଧର ସାହୁ, ଅଭିଷେକ ସେଠ, ମୋତିଲାଲ ଦାଶ, ପଞ୍ଚାନନ ମିଶ୍ର, ଗୁଣମଣୀ ସାହୁ, ସୁଧୀର ଜେନା, ରବି ପଣ୍ଡା, ସତ୍ୟନାରାୟଣ ଦେବତା, ଅମିତ ଆଚାର୍ଯ୍ୟ, ଆଜାତ ପତି ପ୍ରମୁଖ ସାମିଲ ହୋଇ ନିଜ ମତ ରଖିଥିଲେ। ଆନ୍ଦୋଳନ ସ୍ଥଳକୁ ବରଗଡ ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁ ଆସି ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ଗ୍ରହଣ କରିଥିଲେ। ପ୍ରତାପ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍‌

କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍‌ ‘ବି’ର ଏକ ମ୍ୟାଚ୍‌ରେ ଭାରତ ୧୭-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?