ସାବିତ୍ରୀ ପାଇଁ ମନ୍ଦିରରେ ଅସମ୍ଭାଳ ଭିଡ଼, ସ୍ବାମୀଙ୍କ ଦୀର୍ଘାୟୁ କାମନା କରି…

ଗଞ୍ଜାମ,୧୬ା୫(ଅନାଥ ତରାଇ): ଗଞ୍ଜାମ ସହରସ୍ଥିତ ପ୍ରସିଦ୍ଧ ଶୈବପୀଠ ବାବା ଖଣ୍ଡେଶ୍ୱର ମନ୍ଦିରରେ ପବିତ୍ର ସାବିତ୍ରୀ ଅମାବାସ୍ୟା ଉପଲକ୍ଷେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଜମିଛି। ଶନିବାର ସକାଳୁ ସକାଳୁ ସହର ତଥା ଆଖପାଖ ଅଞ୍ଚଳର ଶତାଧିକ ମହିଳା ନିଜ ସ୍ବାମୀଙ୍କ ଦୀର୍ଘାୟୁ ଓ ସୁଖସମୃଦ୍ଧି କାମନା କରି ମହିଳାମାନେ ବାବା ଖଣ୍ଡେଶ୍ୱରଙ୍କ ନିକଟରେ ପୂଜାର୍ଚ୍ଚନା କରିବା ସହ ବ୍ରତ ରଖିଛନ୍ତି। ମନ୍ଦିର ପ୍ରଶାସନ ପକ୍ଷରୁ ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଧାଡ଼ିରେ ଯାଇ ମହିଳାମାନେ ବାବାଙ୍କ ଦର୍ଶନ କରିବା ସହ ସାବିତ୍ରୀ-ସତ୍ୟବାନଙ୍କ ଉପାଖ୍ୟାନ ଶୁଣୁଥିବା ଦେଖିବାକୁ ମିଳିଛି। ବାବା ଖଣ୍ଡେଶ୍ୱରଙ୍କ ଆଶିଷ ଭିକ୍ଷା କରି ମହିଳାମାନେ ନିଜକୁ ଧନ୍ୟ ମନେ କରିଛନ୍ତି। ସାବିତ୍ରୀ ବ୍ରତ ଯୋଗୁ ସମଗ୍ର ଗଞ୍ଜାମ ସହରରେ ଏକ ଆଧ୍ୟାତ୍ମିକ ଓ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ପୋଲିସ ସେବା ପୁରସ୍କାର-୨୦୨୬ ଘୋଷଣା: ଓଡ଼ିଶାର ସଞ୍ଜୀବ ପଣ୍ଡା, ସ୍ମୀତାରାଣୀ ମହାନ୍ତିଙ୍କୁ ରାଷ୍ଟ୍ରପତି ପଦକ

ଭୁବନେଶ୍ୱର,୧୪ା୮(ତ୍ରିନାଥ ମହାନ୍ତି): ସ୍ବାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶା ସମେତ ଦେଶର ଅନ୍ୟାନ୍ୟ ରାଜ୍ୟ, କେନ୍ଦ୍ର ଶାସିତ ଅଞ୍ଚଳ ଏବଂ ବିଭିନ୍ନ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri