Posted inଖେଳ

ସାଥୀ ଖେଳାଳିଙ୍କ ଏଭଳି କାରନାମା ଦେଖି ବିଶ୍ୱାସ କରିପାରିଲେନି ବିରାଟ କୋହଲି

ସିଡ୍‌ନୀ,୭।୧୨: ସିଡନୀ କ୍ରିକେଟ ଗ୍ରାଉଣ୍ଡ (ଏସସିଜି)ରେ ଖେଳାଯାଇଥିବା ତିନି ମ୍ୟାଚ ବିଶିଷ୍ଟ ସିରିଜର ଦ୍ୱିତୀୟ ଟି -୨୦ରେ ଭାରତ ଅଷ୍ଟ୍ରେଲିଆକୁ ୬ଟି ଉଇକେଟରେ ପରାସ୍ତ କରିଛି। ଏହା ସହ ଭାରତ ଟି-୨୦ ସିରିଜର ପ୍ରତିଶୋଧ ନେଇ ଟି -୨୦ ସିରିଜରେ ନେଇଛି। ଏହି ମ୍ୟାଚର ହିରୋ ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ଶିଖର ଧାୱନ ଥିଲେ, କିନ୍ତୁ ଶ୍ରେୟାସ ଆୟର ମଧ୍ୟ ତାଙ୍କ ବ୍ୟାଟିଂରେ ପ୍ରଭାବିତ କରିଥିଲେ। ମ୍ୟାଚ ସମୟରେ ଶ୍ରେୟସ ଆୟର ଏତେ ଲମ୍ବା ଛକା ମାରିଥିଲେ ଯେ ଭାରତୀୟ ଅଧିନାୟକ ବିରାଟ କୋହଲି ମଧ୍ୟ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ୧୭.୪ ଓଭରରେ ଶ୍ରେୟସ ଆୟର ଆଦାମ ଜାମ୍ପାଙ୍କ ବଲ୍‌ରେ ୧୧୧ ମିଟର ଛକା ମାରିଥିଲେ। ଆୟରଙ୍କ ଛକା ଦେଖି ବିରାଟ କୋହଲି ଏବଂ କେ.ଏଲ ରାହୁଲ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ଏଥିସହିତ ଭାରତୀୟ କ୍ରିକେଟ ଦଳର ଜଣେ ସପୋର୍ଟ ଷ୍ଟାଫ ତାଙ୍କ ଆସନରୁ ଠିଆ ହୋଇ ଯାଇଥିଲେ। ଆୟରଙ୍କ ଛକା ଦେଖି ବିରାଟ କୋହଲିଙ୍କ ପାଟି ଖୋଲା ରହିଯାଇଥିଲା ଏବଂ ପୂରା ଷ୍ଟାଡିୟମ କରତାଳି ଦେଇଥିଲା। ଅଷ୍ଟ୍ରେଲିଆ ବିପକ୍ଷ ଏକଦିବସୀୟ ସିରିଜରେ ଫ୍ଲପ ହୋଇଥିବା ଶ୍ରେୟସ ଆୟର ୫ ବଲରେ ୧ ଚୌକା ଓ ୧ ଛକା ସହ ୧୨ ରନ ସଂଗ୍ରହ କରିଥିଲେ। ଏହାପୂର୍ବରୁ ଶ୍ରେୟସ ଆୟର ଏକଦିବସୀୟ ସିରିଜରେ ଖରାପ ଫ୍ଲପ କରୁଥିଲେ। ସେ ଅଷ୍ଟ୍ରେଲିଆ ବିପକ୍ଷ ୩ଟି ଏକଦିବସୀୟ ମ୍ୟାଚ୍‌ରେ ୨, ୩୮ ଏବଂ ୧୯ ରନ ସ୍କୋର କରିଥିଲେ। ଏଭଳି ପରିସ୍ଥିତିରେ ମନୀଷ ପାଣ୍ଡେଙ୍କୁ ପ୍ରଥମ ଟି -୨୦ମ୍ୟାଚରେ ତାଙ୍କୁ ବାଦ୍‌ ଦିଆଯାଇ ମନୀଷ ପାଣ୍ଡେଙ୍କୁ ଚୟନ କରାଯାଇଥିଲା। କିନ୍ତୁ ଦ୍ୱିତୀୟ ଟି -୨୦ ରେ ମନୀଷ ପାଣ୍ଡେଙ୍କ ଆଘାତ ଯୋଗୁ ଆୟାର ପୁଣି ଥରେ ଚୂଡାନ୍ତ ଏକାଦଶରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

IPL ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଏହି ଷ୍ଟାର ବ୍ୟାଟସ୍‌ମ୍ୟାନ, ୩୭ ବର୍ଷ ବୟସରେ…

ନୂଆଦିଲ୍ଲୀ,୨।୪: କ୍ରିକେଟ ଜଗତ ବର୍ତ୍ତମାନ IPL ୨୦୨୬ ଉପରେ ଧ୍ୟାନ ଦେଇଛି। ଇଣ୍ଡିଆନ ପ୍ରିମିୟର ଲିଗ ୨୮ ମାର୍ଚ୍ଚରୁ ଆରମ୍ଭ ହୋଇଛି ଏବଂ ପ୍ରତିଦିନ ପ୍ରମୁଖ ମ୍ୟାଚ…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ଜୁଲାଇରେ ଜିମ୍ବାୱେ ଗସ୍ତ କରିବ ଟିମ୍ ଇଣ୍ଡିଆ, ଟି-୨୦ ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିବ କି ସୁଯୋଗ ?

ନୂଆଦିଲ୍ଲୀ,୧।୪: ଟିମ୍ ଇଣ୍ଡିଆର ଜିମ୍ବାୱେ ଗସ୍ତର କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ଭାରତୀୟ ଦଳର ଏହି ଗସ୍ତ ଜୁଲାଇରେ ହେବାକୁ ଯାଉଛି। ଏହି ଗସ୍ତ ସମୟରେ ତିନି ମ୍ୟାଚ୍…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

ଅନ୍ତର୍ଜାତୀୟ ସ୍ତରର ଅପମାନ ପାଇଲା ପାକିସ୍ତାନ, ଭିଡିଓ ହେଉଛି ଭାଇରାଲ

ଇସଲାମାବାଦ,୧।୪: PSL 2026 ରେ, ପାକିସ୍ତାନ ପାଇଁ ଅନ୍ତର୍ଜାତୀୟ ଲଜ୍ଜାର କାରଣ ପାଲଟିଥିବା ଘଟଣାଗୁଡ଼ିକର ଏକ ଶୃଙ୍ଖଳା ସାମ୍ନାକୁ ଆସିଛି। ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚରେ, ଜର୍ସିରୁ ରଙ୍ଗ…

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri