Posted inଖେଳ

ମଙ୍ଗଳବାର ତୃତୀୟ ଟି-୨୦: ବ୍ୟାଟିଂ ଲାଗି ସହାୟକ ହେବ ବର୍ଷାପରା କ୍ରିକେଟ ଷ୍ଟାଡିୟମ

ଗୁଆହାଟୀ,୨୭ା୧୧: ୫ ମ୍ୟାଚ ବିଶିଷ୍ଟ ଅଷ୍ଟ୍ରେଲିଆ ବିପକ୍ଷ ଟି-୨୦ ସିରିଜ୍‌ର ପ୍ରଥମ ଦୁଇ ମ୍ୟାଚ୍‌ ଜିତିବା ପରେ ମଙ୍ଗଳବାର ଗୁଆହାଟୀ ବର୍ଷାପରା ଷ୍ଟାଡିୟମରେ ତୃତୀୟ ମ୍ୟାଚ୍‌ ଖେଳିବ ଭାରତ। ଏହି ମ୍ୟାଚ୍‌ ଜିତି ଆଗୁଆ ସିରିଜ୍‌ କବ୍‌ଜା କରିବାକୁ ଚାହିଁବ ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ୱଧୀନ ଦଳ। ଏହା ସହିତ ମଧ୍ୟକ୍ରମ ବ୍ୟାଟର ତିଳକ ବର୍ମା କିଛି କ୍ୱାଲିଟି ବ୍ୟାଟିଂ ଟାଇମ୍‌ ପିଚ୍‌ରେ ଅତିବାହିତ କରିବାକୁ ଚାହିଁବେ।

ବିଶ୍ୱ କପ୍‌ ପରେ ଶ୍ରେୟସ ଆୟରଙ୍କୁ ୧ ସପ୍ତାହର ବିଶ୍ରାମ ଦିଆ ଯାଇଥିବା ବେଳେ ରାୟପୁରରେ ଖେଳା ଯିବାକୁ ଥିବା ମ୍ୟାଚ୍‌ରେ ସେ ପ୍ରତ୍ୟାବର୍ତ୍ତନ କରିବେ। ଅନ୍ତିମ ଦୁଇ ମ୍ୟାଚ୍‌ ପାଇଁ ଆୟରଙ୍କୁ ଉପ ଅଧିନାୟକ ଚୟନ କରାଯାଇଥିବା ବେଳେ ସେ ଚୂଡାନ୍ତ ଏକାଦଶରେ ସାମିଲ ହେବାର ସମ୍ଭାବନା ଅଧିକ। ତେଣୁ ଆୟର ସାମିଲ ହେଲେ ତିଳକ ବର୍ମା ହିଁ ଏକମାତ୍ର ଖେଳାଳି ଭାବେ ବାଦ ପଡିବାର ସମ୍ଭାବନା ରହିଛି। ପ୍ରଥମ ଦୁଇ ମ୍ୟାଚ୍‌ରେ ଭାରତ ଭଲ ବ୍ୟାଟିଂ କରି ବିଜୟୀ ହୋଇଛି। ସମାନ ପ୍ରଦର୍ଶନ ବର୍ଷାପରା କ୍ରିକେଟ ଷ୍ଟାଡିୟମରେ ମଧ୍ୟ ଦେଖିବାକୁ ମିଳିବ। ହେଲେ ଏହି ଷ୍ଟାଡିୟମ ବ୍ୟାଟିଂ ସହାୟକ ହୋଇଥାଏ। ମ୍ୟାଚ୍‌ ସନ୍ଧ୍ୟା ୭.୦୦ ଆରମ୍ଭ ହେବ। ସ୍ପୋଟର୍‌ସ ୧୮ରେ ଖେଳର ପ୍ରସାରଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୧୩୦୦ ଅତିକ୍ରମ କଲା, ଉଦ୍ଧାର ହୋଇଛନ୍ତି ୧୬୯ ଭାରତୀୟ

କାଠମାଣ୍ଡୁ,୫।୯: ନେପାଳରେ ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୧୩୦୦କୁ ବୃଦ୍ଧି ପାଇଛି। ଏହି ପ୍ରାକୃତିକ ବିପର୍ଯ୍ୟୟର ଆଜି ୧୧ତମ ଦିନ। ଉଲ୍ଲେଖନୀୟ ଯେ ୨୬ ଅଗଷ୍ଟ ସକାଳେ…

ସୂର୍ଯ୍ୟଙ୍କ ନକ୍ଷତ୍ରରେ ଆଜି ବୁଧଙ୍କ ଏଣ୍ଟ୍ରି; ୩ରାଶି ହେବେ ମାଲାମାଲ, ଚାକିରିରେ ମିଳିବ ବଡ଼ ପଦବୀ

ବୁଧ ସୂର୍ଯ୍ୟଙ୍କ ନକ୍ଷତ୍ରକୁ ପ୍ରବେଶ କରିବା ଫଳରେ କ୍ୟାରିୟରରେ ସଫଳତା ଏବଂ ଆର୍ଥିକ ଉନ୍ନତିର ଯୋଗ ସୃଷ୍ଟି ହେବ। ଏହାଦ୍ୱାରା ଭାଗ୍ୟଶାଳୀ ରାଶିଗୁଡ଼ିକର ବୌଦ୍ଧିକ କ୍ଷମତା ଏବଂ…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri