Posted inଖେଳ

ଡବ୍ଲୁଟିସି ମ୍ୟାଚ ମଧ୍ୟରେ ଟିମ୍‌ ଇଣ୍ଡିଆକୁ ବିଜୟ ମନ୍ତ୍ର ଦେଲେ ହରଭଜନ ସିଂ

ନୂଆଦିଲ୍ଲୀ,୯।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ ଫାଇନାଲର ଆଜି ହେଉଛି ତୃତୀୟ ଦିନ। ଦ୍ୱିତୀୟ ଦିନ ପର୍ଯ୍ୟନ୍ତ ଭାରତୀୟ ଦଳ ବ୍ୟାକଫୁଟରେ ଥିଲା। ପ୍ରଥମ ଇନିଂସରେ ଅଷ୍ଟ୍ରେଲିଆ ୪୬୯ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ଟିମ ଇଣ୍ଡିଆ ୧୫୧ରନ ସ୍କୋରରେ ୫ ଉଇକେଟ ହରାଇଥିଲା। ଭାରତର ଟପ ବ୍ୟାଟିଂ ଅର୍ଡର ଏକ ସମ୍ପୂର୍ଣ୍ଣ ଫ୍ଲପ ଥିଲା। ଏହି ମ୍ୟାଚରେ ପୂର୍ବତନ ଭାରତୀୟ ଖେଳାଳି ହରଭଜନ ସିଂ ପ୍ରତିକ୍ରିୟା ରଖିଛନ୍ତି। ସେ ଭାରତୀୟ ଟିମ୍‌କୁ ପରାମର୍ଶ ଦେଇଛନ୍ତି। ହରଭଜନ କହିଛନ୍ତି ଯେ, ଟିମ ଇଣ୍ଡିଆର ଖେଳାଳିମାନେ କୌଣସି ଚାପ ବିନା ମୁକ୍ତ ଭାବରେ ଖେଳିବା ଆବଶ୍ୟକ।

ହରଭଜନ ସିଂଙ୍କ ଅନୁଯାୟୀ ଟିମ ଇଣ୍ଡିଆର ଖେଳାଳିଙ୍କ ପାଖରେ କିଛି ଅଭାବ ନାହିଁ। ସେମାନଙ୍କୁ କେବଳ ଏକ ରଣନୀତିକ ପରିବର୍ତ୍ତନ ଆବଶ୍ୟକ। ହରଭଜନ କହିଛନ୍ତି ଯେତେବେଳେ ତୁମେ ବଡ଼ ମ୍ୟାଚରେ ଖେଳିବ, ଭଲ କରିବାର ଆବଶ୍ୟକତା ଅଛି । ମୁଁ ଭାବୁଛି ବଡ ମ୍ୟାଚରେ ଫ୍ରି ହୋଇ ଖେଳିବାର ଆବଶ୍ୟକତା ଅଛି। ବର୍ତ୍ତମାନ ଏହା (ପ୍ରତିଯୋଗିତା) ବହୁତ କଠିନ ହେବାକୁ ଯାଉଛି। ଫଳାଫଳ ବିଷୟରେ ଚିନ୍ତା ନ କରି ଫ୍ରି ହୋଇ ଖେଳିବା ଉଚିତ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri