Posted inଖେଳ

ନଭେମ୍ବର ୨୩ରୁ ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯିବ ଟି -୨୦ ସିରିଜ୍‌

ନୂଆଦିଲ୍ଲୀ,୨୦।୧୧: ବିଶ୍ୱକପ ପରେ ଆସନ୍ତା ୨୩ ନଭେମ୍ବର ଗୁରୁବାର ଠାରୁ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଏକ ୫ ମ୍ୟାଚ ବିଶିଷ୍ଟ ଟି -୨୦ ସିରିଜ୍‌ ଖେଳାଯିବ। ଯେଉଁଠାରେ ସିରିଜର ଶେଷ ମ୍ୟାଚ ଡିସେମ୍ବର ୩ ରବିବାର ଖେଳାଯିବ। ଏହି ସିରିଜ ପାଇଁ ଅଷ୍ଟ୍ରେଲିଆର ଦଳ ଘୋଷଣା କରାଯାଇଛି। ଭାରତର ଦଳ ଏ ପର୍ଯ୍ୟନ୍ତ ଘୋଷଣା କରାଯାଇ ନାହିଁ। ମାଥ୍ୟୁ ୱେଡଙ୍କ ଅଷ୍ଟ୍ରେଲିଆ ଅଧିନାୟକ ହେବେ।

ବିସିସିଆଇ ଖୁବ ଶୀଘ୍ର ଦଳ ଘୋଷଣା କରିପାରେ। ଖବର ଅନୁଯାୟୀ, ରୁତୁରାଜ ଗାଇକୱାଡ କିମ୍ବା ସୂର୍ଯ୍ୟକୁମାର ଯାଦବ ଭାରତର ଦାୟିତ୍ୱ ସମ୍ଭାଳିପାରନ୍ତି। ନିୟମିତ ଅଧିନାୟକ ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କ ସମେତ ଦଳର ଅନେକ ବରିଷ୍ଠ ଖେଳାଳି ବିଶ୍ରାମ ନେଇପାରନ୍ତି। ଏଭଳି ପରିସ୍ଥିତିରେ ଅଷ୍ଟ୍ରେଲିଆ ବିପକ୍ଷରେ ଯୁବ ଖେଳାଳିଙ୍କ ଦଳ ଘୋଷଣା କରାଯାଇପାରେ।

ସୟଦ ମୁସ୍ତାକ ଅଲି ଟ୍ରଫିରେ ଚମତ୍କାର ପ୍ରଦର୍ଶନ କରିଥିବା ଯଶସ୍ବୀ ଜୟସ୍ବାଲ, ରିଙ୍କୁ ସିଂ, ତିଳକ ବର୍ମା ଏବଂ ରିଆନ ପରାଗଙ୍କ ଭଳି ବ୍ୟାଟ୍ସମ୍ୟାନ ଭାରତୀୟ ଦଳରେ ସୁଯୋଗ ପାଇପାରନ୍ତି। ସଞ୍ଜୁ ସାମସନ ଉଇକେଟ୍‌ କିପର ଭାବରେ ଫେରିପାରନ୍ତି ଏବଂ ଜିତେଶ ଶର୍ମା ବ୍ୟାକଅପ ଉଇମେଟ୍‌ କିପର ହୋଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri