Posted inଖେଳ

ରୋହିତ ଶର୍ମାଙ୍କୁ ମନେ ପକାଇଲେ ବିରାଟ କୋହଲି

ସିଡନୀ,୬।୧୨: ଦିନିକିଆ ପ୍ରତିଶୋଧ ଟି-୨୦ରେ ନେଲା ଟିମ ଇଣ୍ଡିଆ। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ ବ୍ୟାଟିଂ ସାଙ୍ଗକୁ ଶିଖର ଧୱନ ଓ କ୍ୟାପଟେନ ବିରାଟ କୋହଲିଙ୍କ ଦମଦାର ଇନିଂସ ବଳରେ ଟିମ ଇଣ୍ଡିଆ ଏଠାରେ ଖେଳାଯାଇଥିବା ୨ୟ ଟି-୨୦ ମ୍ୟାଚରେ ଅଷ୍ଟ୍ରେଲିଆକୁ ୬ ୱିକେଟରେ ପରାସ୍ତ କରିଛି। ଏହି ବିଜୟ ସହ ଟିମ ଇଣ୍ତିଆ ଟି-୨୦ ସିରିଜକୁ ୨-୦ରେ ଜିତି ନେଇଛି। ଅଷ୍ଟ୍ରେଲିଆ ଗସ୍ତରେ ଟିମ ଇଣ୍ଡିଆ ପ୍ରଥମ ଦୁଇଟି ଏକଦିବସୀୟ ମ୍ୟାଚ୍‌ ହାରିବା ପରେ ସମାଲୋଚକମାନେ ବିଭିନ୍ନ ପ୍ରକାରର ମନ୍ତବ୍ୟ ଦେବାକୁ ଆରମ୍ଭ କରିଥିଲେ। କେହି କେହି ବିରାଟ କୋହଲିଙ୍କ ଅଧିନାୟକତ୍ୱ ଉପରେ ପ୍ରଶ୍ନ କରିଥିଲେ। ଭାରତୀୟ ଦଳ ରୋହିତ ଶର୍ମାଙ୍କ ଉପରେ ଅତ୍ୟଧିକ ନିର୍ଭରଶୀଳ ହୋଇଛି। ବିରାଟ ଏବଂ ରୋହିତଙ୍କ ମଧ୍ୟରେ କଳହର ଖବର ମଧ୍ୟ ସାମ୍ନାକୁ ଆସିଥିଲା। ଏବେ ଅଷ୍ଟ୍ରେଲିଆ ବିପକ୍ଷରେ ହ୍ୟାଟ୍ରିକ ବିଜୟ ପରେ ବିରାଟ କୋହଲି ତାଙ୍କର ସବୁଠାରୁ ବିଶ୍ୱସ୍ତ ସାଥୀ ରୋହିତ ଶର୍ମାଙ୍କୁ ଏକ ସ୍ବତନ୍ତ୍ର ଢଙ୍ଗରେ ମନେ ରଖିଥିଲେ। ବିଜୟ ପରେ ଅଧିନାୟକ ବିରାଟ କୋହଲି କହିଛନ୍ତି, ଏହା ଏକ ବଡ଼ ବିଜୟ। ଏକ ଦଳ ଭାବରେ ଆମେ ଟି -୨୦ମ୍ୟାଚରେ ଭଲ ପ୍ରଦର୍ଶନ କରିଛୁ। ବିଶେଷ କଥା ହେଉଛି ଏହି ମ୍ୟାଚ୍‌ଗୁଡିକରେ ଆମେ ରୋହିତ ଶର୍ମା ଏବଂ ଜସପ୍ରୀତ ବୁମ୍‌ରାଙ୍କ ବିନା ଖେଳିଥିଲୁ ଏବଂ ଏହା ସତ୍ତ୍ୱେ ଆମେ ଜିତିଛୁ। ଏଭଳି ପରିସ୍ଥିତିରେ ଏହି ବିଜୟ ଆହୁରି ଗୁରୁତ୍ୱପୂର୍ଣ୍ଣ ହୋଇଯାଇଛି। ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ତୃତୀୟ ଟି-୨୦ ମ୍ୟାଚ ମଙ୍ଗଳବାର ସିଡନୀରେ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

୭୫୩ ଦିନ ପରେ ସରିଲା ବନବାସ, ଟିମ୍‌ ଇଣ୍ଡିଆ ପାଇଁ କେମିତି ଚୟନ ହେଲେ ଇଶାନ କିଶନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୦।୧୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ୱିକେଟକିପର-ବ୍ୟାଟ୍ସମ୍ୟାନ ଇଶାନ କିଶାନ ଦୁଇ ବର୍ଷ ପରେ ଦଳକୁ ଫେରିଛନ୍ତି। ଇଶାନ...

ଶୁବମନ ଗିଲ ଆଉଟ ହେବା ପରେ ବଡ଼ ସମସ୍ୟାର ହେଲା ସମାଧାନ!

ନୂଆଦିଲ୍ଲୀ,୨୦।୧୨: ଶନିବାର ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଜାନୁଆରୀରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳି...

ଘୋଷଣା ହେଲା ଟି-୨୦ ବିଶ୍ୱକପ୍ ଦଳ: ଗୌତମ ଗମ୍ଭୀରଙ୍କୁ ଚେତାବନୀ ଦେଲେ ପୁର୍ବତନ କ୍ରିକେଟର

ମୁମ୍ବାଇ,୨୦।୧୨: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍ ୨୦୨୬ ପାଇଁ ଭାରତୀୟ ଦଳ ଘୋଷଣା ହେବା ପୂର୍ବରୁ ପୂର୍ବତନ ଅଲରାଉଣ୍ଡର ଇରଫାନ୍ ପଠାନ୍ ଏକ ଗୁରୁତ୍ୱପୂର୍ଣ୍ଣ ଚେତାବନୀ...

ଟି-୨୦ ବିଶ୍ୱକପ୍‌ ଟିମ୍‌ରୁ ଗିଲ୍‌ ଆଉଟ୍‌: କାରଣ କହିଦେଲେ ଚୟନକର୍ତ୍ତା

ନୂଆଦିଲ୍ଲୀ,୨୦।୧୨: ଭାରତୀୟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ଶୁବମନ ଗିଲ କିଛି ଦିନ ହେବ ଖରାପ ଫର୍ମରେ ଅଛନ୍ତି। ଆଘାତ ଯୋଗୁ ଗିଲ ଦକ୍ଷିଣ ଆଫ୍ରିକା ବିପକ୍ଷରେ...

ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା: ଗିଲ୍‌ ପଡିଲେ ବାଦ୍‌, ଜାଣନ୍ତୁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୨୦।୧୨: ICC ଟି-୨୦ ବିଶ୍ୱକପ ୨୦୨୬ ପାଇଁ ଆଜି ଭାରତୀୟ କ୍ରିକେଟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କୁ ଦଳର ଅଧିନାୟକ ଭାବରେ ନିଯୁକ୍ତ କରାଯାଇଥିବା...

ନ୍ୟୁଜିଲାଣ୍ଡ ବିପକ୍ଷ ଦିନିକିଆ ସିରିଜରେ ଖେଳିବେନି ବୁମ୍‌ରା-ହାର୍ଦ୍ଦିକ! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୦।୧୨: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେଉଛି ଦିନିକିଆ ସିରିଜ। ଏହି ସିରିଜରେ ତିନୋଟି ଦିନିକିଆ ଖେଳାଯିବ, କିନ୍ତୁ ଗଣମାଧ୍ୟମ...

ଟେଷ୍ଟ କ୍ରିକେଟ୍‌ରେ ଏମିତି ବିଶ୍ୱରେକର୍ଡ: ପୂର୍ବରୁ କେବେ ହୋଇ ନ ଥିଲା…

ମାଉଣ୍ଟ ମାଉଙ୍ଗାନୁଇ,୨୦।୧୨: ମାଉଣ୍ଟ ମାଉଙ୍ଗାନୁଇରେ ଖେଳାଯାଉଥିବା ନ୍ୟୁଜିଲାଣ୍ଡ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ତୃତୀୟ ଟେଷ୍ଟ ଏକ ରୋମାଞ୍ଚକର ଘଟଣା ପାଲଟିଛି। ଆୟୋଜକ ନ୍ୟୁଜିଲାଣ୍ଡ ଦ୍ୱିତୀୟ ଦିନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri