Posted inଖେଳ

ଅଶ୍ୱିନଙ୍କୁ ‘ବୈଜ୍ଞାନିକ’ ଆଖ୍ୟା ଦେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨୬।୧୨: ବାଂଲାଦେଶ ବିପକ୍ଷରେ ରବିଚନ୍ଦ୍ରନ ଅଶ୍ୱିନ ଏବଂ ଶ୍ରେୟସ ଆୟର ଭାରତକୁ ପରାଜୟରୁ ମୁହଁରୁ ରକ୍ଷା କରିଥିଲେ। ଏହି ବିଜୟ ସହିତ ଭାରତୀୟ ଦଳ ମଧ୍ୟ ବାଂଲାଦେଶ ବିପକ୍ଷ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜକୁ ୨-୦ରେ ଜିତିଛି। ୧୪୫ ରନ୍‌ର ଟାର୍ଗେଟକୁ ପଛରେ ପକାଇ ଭାରତ ୭୪ ରନରେ ୭ ଉଇକେଟ ହରାଇଥିଲା। ଏହା ପରେ ଆୟର୍‌ ଏବଂ ଅଶ୍ୱିନ ଅଷ୍ଟମ ଉଇକେଟ ପାଇଁ ଅପରାଜିତ ୭୧ ରନ ଭାଗିଦାରୀ ବାଣ୍ଟିଥିଲେ।
ବାଂଲାଦେଶ ବିପକ୍ଷରେ ଜିତିବା ପରେ ଭାରତର ପୂର୍ବତନ ବିସ୍ଫୋରକ ଓପନର୍‌ ବୀରେନ୍ଦ୍ର ସେହ୍ବାଗ ଅଶ୍ୱିନଙ୍କୁ ବୈଜ୍ଞାନିକ ବୋଲି କହିଛନ୍ତି। ସେ ଏକ ଟୁଇଟ କରି ଲେଖିଛନ୍ତି – ବୈଜ୍ଞାନିକ ଏହି ବିଜୟ ଦେଇଛନ୍ତି। ଅଶ୍ୱିନଙ୍କ ଉଜ୍ଜ୍ୱଳ ଇନିଂସ ଏବଂ ଶ୍ରେୟାସ ଆୟରଙ୍କ ସହ ଉତ୍କୃଷ୍ଟ ଭାଗିଦାରୀ ହେତୁ ଟିମ ଇଣ୍ଡିଆ ଜିତିଲା।
ଏହା ପ୍ରଥମ ଥର ନୁହେଁ, ଅଶ୍ୱିନ ଜଣେ ବ୍ୟାଟ୍ସମ୍ୟାନ୍‌ ଭାବେ ଦଳକୁ ଜିତାଇଛନ୍ତି, ଏହାପୂର୍ବରୁ ୨୦୨୦/୨୧ରେ ଅଷ୍ଟ୍ରେଲିଆ ଗସ୍ତରେ ସିଡନୀ ଟେଷ୍ଟରେ ଅଶ୍ୱିନ ହନୁମା ବିହାରୀଙ୍କ ସହ ପୁରା ସେସନ୍‌ ବ୍ୟାଟିଂ କରିଥିଲେ ଏବଂ ଉଇକେଟ ଖସିବାକୁ ଦେଇନଥିଲେ। ଫଳରେ ସିଡନୀ ଟେଷ୍ଟକୁ ଭାରତ ଡ୍ର କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri