Posted inଖେଳ

ଆଜି ପ୍ରଥମ ଦିନିକିଆ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ଲଣ୍ଡନ,୧୨।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଆଜି କେନିଙ୍ଗଷ୍ଟନ ଓଭାଲ ଗ୍ରାଉଣ୍ଡରେ ଖେଳାଯିବ। ଇଂଲଣ୍ଡ ବିପକ୍ଷରେ ଟି -୨୦ ସିରିଜ ଜିତିଥିବା ଟିମ ଇଣ୍ଡିଆ ମନୋବଳ ବେଶ୍‌ ଦୃଢ ରହିଛି। ଏହା ସତ୍ତ୍ୱେ ରୋହିତ ଶର୍ମା, ବିରାଟ କୋହଲି, ଶ୍ରେୟସ ଆୟର, ଶିଖର ଧାୱନଙ୍କ ଭଳି ବ୍ୟାଟ୍ସମ୍ୟାନଙ୍କ ପାଇଁ ଏହି ସିରିଜ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।
ଭାରତ ଏପର୍ଯ୍ୟନ୍ତ ଇଂଲଣ୍ଡ ବିପକ୍ଷରେ ୧୦ଟି ଦିନିକିଆ ସିରିଜ୍‌ ଜିତିଛି, କିନ୍ତୁ ଇଂଲଣ୍ଡ ମାଟିରେ କେବଳ ତିନୋଟି ସିରିଜ ଜିତିଛି। ଶେଷ ଥର ପାଇଁ ଭାରତ ୨୦୧୪ରେ ଇଂଲଣ୍ଡରେ ୩-୧ ସିରିଜ୍‌ ବିଜୟ ହାସଲ କରିଥିଲା। ଇଂଲଣ୍ଡ ଏପର୍ଯ୍ୟନ୍ତ ଭାରତ ବିପକ୍ଷରେ ଆଠଟି ସିରିଜ ଜିତିଛି। ଏଭଳି ପରିସ୍ଥିତିରେ ରୋହିତ ଶର୍ମାଙ୍କ ନଜର ସିରିଜ ଜିତିବା ଉପରେ ରହିବ।
ଭାରତ ବନାମ ଇଂଲଣ୍ଡ ପ୍ରଥମ ଦିନିକିଆ ମ୍ୟାଚ୍‌ କେନିଙ୍ଗଟନ ଓଭାଲରେ ଅନୁଷ୍ଠିତ ହେବ। ଏହି ମ୍ୟାଚ୍‌ ଭାରତୀୟ ସମୟ ୫.୩୦ରେ ଆରମ୍ଭ ହେବ। ଟସ୍‌ ୫.୦୦ଟାରେ ହେବ। ସୋନି ସିକ୍ସ ଏବଂ ସୋନି ଏଚ୍‌ଡିରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ଦିନିକଆ ମ୍ୟାଚର ଲାଇଭ ଦେଖିହେବ। ସୋନି ଲାଇଭ ଆପରେ ମ୍ୟାଚର ଲାଇଭ ଷ୍ଟ୍ରିମିଂ ଦେଖିପାରିବେ।

ଭାରତ ଦଳ: ରୋହିତ ଶର୍ମା (ଅଧିନାୟକ), ରିଷଭ ପନ୍ତ, ବିରାଟ କୋହଲି, ସୂର୍ଯ୍ୟକୁମାର ଯାଦବ, ହାର୍ଦ୍ଦିକ ପାଣ୍ଡ୍ୟା, ଦୀପକ ହୁଦା, ଦୀନେଶ କାର୍ତ୍ତିକ, ଭୁବନେଶ୍ୱର କୁମାର, ହର୍ଷଲ ପଟେଲ, ଯୁଜବେନ୍ଦ୍ର ଚହଲ, ଜସପ୍ରୀତ ବୁମ୍‌ରା

ଇଂଲଣ୍ଡ: ଜୋସ ବଟଲର୍‌ (ଅଧିନାୟକ), ଜୋ ରୁଟ, ଡେଭିଡ ମଲାନ, ଲିଆମ ଲିଭିଙ୍ଗଷ୍ଟୋନ, ମୋଇନ ଅଲି, ବେନ ଷ୍ଟୋକ୍ସ, କ୍ରିସ ଜୋର୍ଡାନ, ଡେଭିଡ ୱିଲି, ରିସ ଟୋପଲି, ଟାଇମଲ ମିଲ୍ସ, ରିଚାର୍ଡ ଗଲିସନ


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ୨୪ ଘଣ୍ଟା ଅତି ଗୁରୁତ୍ୱପୂର୍ଣ୍ଣ: ୩ ବରିଷ୍ଠ ଆଇଏଏସଙ୍କୁ ୩ ଜିଲା ଦାୟିତ୍ବ, ଜାଣନ୍ତୁ …

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଓ ବନ୍ୟା ଆଶଙ୍କାକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ଘଣ୍ଟା ବାଲେଶ୍ୱର, ଭଦ୍ରକ ଏବଂ ଯାଜପୁର ଜିଲା ପାଇଁ ବହୁତ…

Rule Change From 1st August: ପହିଲାରୁ ବଦଳିବ ଏହି ୫ ବଡ଼ ନିୟମ! LPG, ବ୍ୟାଙ୍କ ଠାରୁ ନେଇ ଟ୍ରେନ୍ ଟିକେଟ୍ ପର୍ଯ୍ୟନ୍ତ ପଡିବ ପ୍ରଭାବ, ଜାଣନ୍ତୁ…

ନୂଆଦିଲ୍ଲୀ, ୨୮।୭: ଜୁଲାଇ ମାସ ଶେଷ ହେବାକୁ ଯାଉଛି, ଏବଂ ଚାରି ଦିନ ପରେ ଅର୍ଥାତ୍ ଅଗଷ୍ଟ ମାସ ଆରମ୍ଭ ହେବା ସହ ଅନେକ ବଡ଼ ପରିବର୍ତ୍ତନ…

ମହାକାଶରୁ ପାକିସ୍ତାନରେ ଦେଖାଗଲା ଭୟଙ୍କର ଦୃଶ୍ୟ! ବୈଜ୍ଞାନିକ କହିଲେ ୬ କୋଟି ବର୍ଷ ହେଲା…

ନୂଆଦିଲ୍‌ଲୀ,୨୮।୭: ପାକିସ୍ତାନରେ ଏକ ବିଶାଳ ବିଞ୍ଚଣା ଭଳି ଆକୃତି ରହିଛି, ଯାହା ମହାକାଶରୁ ମଧ୍ୟ ସ୍ପଷ୍ଟ ଦେଖାଯାଏ। ନାସାର ଟେରା ସାଟେଲାଇଟ୍ (Terra Satellite) ଏହି ଆକୃତିର…

ହାତଛଡ଼ା ହେଲା ସ୍ବର୍ଣ୍ଣ, ରୌପ୍ୟ ପାଇଲେ ଅଜୟ

ଗ୍ଲାସ୍‌ଗୋ,୨୮ା୭: ଭାରତର ଉଦୀୟମାନ ଭାରୋତ୍ତୋଳକ ଭେଲୁରି ଅଜୟ ବାବୁ ମଙ୍ଗଳବାର ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଛନ୍ତି। ସେ ପୁରୁଷ ୭୯ କେଜି କାଟେଗୋରୀରେ ଏହି…

ସରକାରଙ୍କୁ ପୁଣି ବଡ଼ ଆନ୍ଦୋଳନର ଧମକ ଦେଲେ ଅଭିଜିତ ଦିପ୍‌କେ, କହିଲେ ସର୍ତ୍ତ ନ ରଖିଲେ…

ନୂଆଦିଲ୍‌ଲୀ,୨୮।୭: କକରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜିତ୍ ଦୀପକେ ପୁଣି ଥରେ ଆନ୍ଦୋଳନର ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ପୋଲିସ ପକ୍ଷରୁ…

କୃତିମ ସୂର୍ଯ୍ୟ ତିଆରି କରୁଛି ଚାଇନା, ବିଶ୍ୱର ସବୁଠାରୁ ଶକ୍ତିଶାଳୀ ମ୍ୟାଗନେଟ୍‌ର ପରୀକ୍ଷଣ ସଫଳ

ନୂଆଦିଲ୍‌ଲୀ,୨୮।୭: ପୃଥିବୀରେ ଶକ୍ତିର ସନ୍ଧାନ ମଧ୍ୟରେ ଚୀନ୍ ଏକ ବଡ଼ ସଫଳତା ହାସଲ କରିଛି। ଚୀନ୍ ବିଶ୍ୱର ସବୁଠାରୁ ବଡ଼ ସୁପରକଣ୍ଡକ୍ଟିଂ ଫ୍ୟୁଜନ୍ ମ୍ୟାଗନେଟ୍ (Superconducting Fusion…

ଭଦ୍ରକରେ ବୁଧବାର ସମସ୍ତ ସ୍କୁଲ-ଅଙ୍ଗନବାଡ଼ି ଛୁଟି

ଭଦ୍ରକ,୨୮।୭: ପ୍ରବଳ ବର୍ଷା ଏବଂ ଖରାପ ପାଗକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆସନ୍ତାକାଲି ଅର୍ଥାତ ବୁଧବାର ଜିଲାର…

ଟ୍ରେନ ଆଗକୁ ଡେଇଁ ପଡ଼ିଲେ ମହିଳା, ଆଉ ତା’ପରେ…

ବଲାଙ୍ଗୀର,୨୮।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଖୁଜେନପାଲି କବାଟପଡ଼ା ରେଳ ଲାଇନ୍‌ ନିକଟରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ରେଳବାଇ ପୋଲିସ ଉଦ୍ଧାର କରିଛି। ମହିଳାଙ୍କ ପରିଚୟ ମିଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri