Posted inଖେଳ

IND vs ENG 2nd ODI: ଟସ୍‌ ଜିତି ବ୍ୟାଟିଂ କରିବ ଇଂଲଣ୍ଡ

କଟକ,୯।୨: କଟକର ବାରବାଟି ଷ୍ଟାଡିୟମରେ ଦ୍ୱିତୀୟ ଏକଦିବସୀୟ ମ୍ୟାଚ ପାଇଁ ଭାରତ ଏବଂ ଇଂଲଣ୍ଡ ଦଳ ମୁହାଁମୁହିଁ ହୋଇଛନ୍ତି। ମ୍ୟାଚରେ ଇଂଲଣ୍ଡ ଟସ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଛି। ଏହି ମ୍ୟାଚରେ ବରୁଣ ଚକ୍ରବର୍ତ୍ତୀ ତାଙ୍କର ଏକଦିବସୀୟ ଡେବ୍ୟୁ କରିଛନ୍ତି। ଏହି ସମୟରେ, ବିରାଟ କୋହଲି ଭାରତର ପ୍ଲେଇଂ ଇଲେଭେନକୁ ଫେରିଛନ୍ତି।

ମ୍ୟାଚ ପାଇଁ ଟିମ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ଦୁଇଟି ପରିବର୍ତ୍ତନ କରାଯାଇଥିଲା। ଗତ ମ୍ୟାଚରେ ଓପନିଂ କରିଥିବା ଯଶସ୍ବୀ ଜୟସୱାଲଙ୍କୁ ପ୍ଲେଇଂ ଇଲେଭେନରୁ ବାଦ ଦିଆଯାଇଛି। ଏବଂ ତାଙ୍କ ସ୍ଥାନରେ ବିରାଟ କୋହଲି ଫେରିଥିଲେ। କୁଲଦୀପ ଯାଦବଙ୍କୁ ବାଦ୍‌ ଦିଆଯାଇଥିବା ବେଳେ, ତାଙ୍କ ସ୍ଥାନରେ ବରୁଣ ଚକ୍ରବର୍ତ୍ତୀ ତାଙ୍କର ଏକଦିବସୀୟ ଡେବ୍ୟୁ କରିଥିଲେ। ସେହିପରି, ଇଂଲଣ୍ଡ ମ୍ୟାଚର ପ୍ଲେଇଂ ଇଲେଭେନରେ ତିନୋଟି ପରିବର୍ତ୍ତନ ହୋଇଛି। ମାର୍କ ଉଡ, ଗସ ଆଟକିନସନ ଏବଂ ଜେମି ଓଭରଟନ ଇଂଲଣ୍ଡ ଦଳର ପ୍ଲେଇଂ ଇଲେଭେନକୁ ଆସିଛନ୍ତି।

ତେବେ Playing 11 ରେ ରୋହିତ ଶର୍ମା (ଅଧିନାୟକ), ଶୁଭମନ ଗିଲ, ବିରାଟ କୋହଲି, ଶ୍ରେୟସ ଆୟର, କେଏଲ ରାହୁଲ (ୱିକେଟକିପର), ହାର୍ଦ୍ଦିକ ପାଣ୍ଡ୍ୟା, ଅକ୍ଷର ପଟେଲ, ରବିନ୍ଦ୍ର ଜାଡେଜା, ହର୍ଷିତ ରାଣା, ମହମ୍ମଦ ଶାମି, ବରୁଣ ଚକ୍ରବର୍ତ୍ତୀ ଇତ୍ୟାଦି ସ୍ଥାନ ପାଇଛନ୍ତି।

ସେହିପରି ଭାରତୀୟ ଟିମ୍‌କୁ ଟକ୍କର ଦେବାକୁ ଇଂଲଣ୍ଡର Playing 11 ହେଉଛନ୍ତି ଫିଲ ସଲ୍ଟ (ୱିକେଟକିପର), ବେନ ଡକେଟ, ଜୋ ରୁଟ, ହ୍ୟାରି ବ୍ରୁକ, ଜସ ବଟଲର୍‌ (ଅଧିନାୟକ), ଲିଆମ ଲିଭିଂଷ୍ଟୋନ, ଜେମି ଓଭରଟନ, ଗସ ଆଟକିନସନ, ଆଦିଲ ରସିଦ, ମାର୍କ ଉଡ, ସାକିବ ମହମୁଦ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

ଟି-୨୦ ବିଶ୍ୱକପ ପାଇଁ ଚୟନ ହୋଇଥିବା ଭାରତୀୟ ଦଳ ଉପରେ ପ୍ରଶ୍ନ ଉଠାଇଲେ ୱାସିମ ଜାଫର, କହିଲେ ଇଶାନ-ୱାଶିଂଟନଙ୍କ ବଦଳରେ…

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଇଶାନ କିଷାନ ଦଳକୁ ଫେରିଛନ୍ତି। ଉପ-ଅଧିନାୟକ ଶୁବମନ ଗିଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri