Posted inଖେଳ

IND vs ENG: ବିରାଟଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ଟେଷ୍ଟ ସିରିଜରେ ମିଳିଲା ସୁଯୋଗ, ବିସିସିଆଇ କଲା ଘୋଷଣା

ନୂଆଦିଲ୍ଲୀ,୨୪।୧: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ଟେଷ୍ଟ ସିରିଜ ଗୁରୁବାରରୁ ଆରମ୍ଭ ହେଉଛି। ଦୁଇ ଦଳ ମଧ୍ୟରେ ପ୍ରଥମ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଖେଳାଯିବ। ଭେଟେରାନ ବ୍ୟାଟର୍‌ ବିରାଟ କୋହଲି ସିରିଜର ପ୍ରଥମ ଦୁଇଟି ମ୍ୟାଚ ଖେଳିବେ ନାହିଁ। ବ୍ୟକ୍ତିଗତ କାରଣରୁ ସେ ତାଙ୍କ ନାମ ପ୍ରତ୍ୟାହାର କରି ନେଇଛନ୍ତି। ଏହି ସମୟରେ ଖବର ଆସିଛି ଯେ, ମଧ୍ୟପ୍ରଦେଶ ବ୍ୟାଟର୍‌ ରଜତ ପାଟିଦାର ତାଙ୍କ ସ୍ଥାନରେ ଦଳରେ ଯୋଗ ଦେଇଛନ୍ତି। ବିସିସିଆଇ ଏନେଇ ଘୋଷଣା କରିଛି।

ହାଇଦ୍ରାବାଦରେ ବିସିସିଆଇ ବାର୍ଷିକ ପୁରସ୍କାର ଉତ୍ସବରେ ରାଜତ ପାଟିଦାରଙ୍କୁ ଦେଖିବାକୁ ମିଳିଥିଲା। ସେ ଏବେ ଟିମ ଇଣ୍ଡିଆରେ ଯୋଗ ଦେଇଛନ୍ତି। ରଜତ ରଣଜୀ ଟ୍ରଫି ବିଜେତା ଦଳର ସଦସ୍ୟ। ସେ କେବଳ ଚତୁର୍ଥ ନମ୍ବରରେ ବ୍ୟାଟିଂ କରନ୍ତି। ସେ ଅହମ୍ମଦାବାଦରେ ଇଂଲଣ୍ଡ ଲାୟନ୍ସ ବିପକ୍ଷରେ ଇଣ୍ଡିଆ ଏ ପାଇଁ ପ୍ରଥମ ଅନୈପଚାରିକ ଟେଷ୍ଟରେ ୧୫୧ ରନ୍‌ ସଂଗ୍ରହ କରିଥିଲେ। ଏହାପୂର୍ବରୁ ପାଟିଦାର ଇଂଲଣ୍ଡ ଲାୟନ୍ସ ବିପକ୍ଷ ଦୁଇ ଦିନିଆ ଅଭ୍ୟାସ ମ୍ୟାଚରେ ୧୧୧ ରନ୍‌ ସଂଗ୍ରହ କରିଥିଲେ। ୩୦ ବର୍ଷୀୟ ପାଟିଦାର ଘରୋଇ କ୍ରିକେଟରେ ଚମତ୍କାର ପ୍ରଦର୍ଶନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁପର-୮ ମ୍ୟାଚ୍‌ରେ ଇଂଲଣ୍ଡର ବଡ଼ ବିଜୟ

ପାଲିକେଲ,୨୨ା୨- ଓ୍ବିଲ ଜ୍ୟାକ୍ସଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଯୋଗୁ ଚଳିତ ଟି୨୦ ବିଶ୍ୱକପ୍‌ର ସୁପର-୮ ପର୍ଯ୍ୟାୟ ମ୍ୟାଚ୍‌ରେ ଇଂଲଣ୍ଡ ୫୧ ରନରେ ଶ୍ରୀଲଙ୍କାକୁ ପରାସ୍ତ କରିଛି। ଇଂଲଣ୍ଡ ଦ୍ୱାରା…

ଭାରତ ଆଗରେ ୧୮୮ ରନ୍‌ର ଟାର୍ଗେଟ୍‌ ରଖିଲା ଦକ୍ଷିଣ ଆଫ୍ରିକା

ଅହମ୍ମଦାବାଦ,୨୨ା୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଚାଲିଥିବା ଟି-୨୦ ବିଶ୍ୱକପ୍‌ ୨୦୨୬ର ସୁପର-୮ ମ୍ୟାଚ୍‌ରେ  ଭାରତ ଆଗରେ ୧୮୮ ରନ୍‌ର ବିଜୟ…

ସ୍କୁଟିରେ ନେଉଥିଲେ ବ୍ରାଉନସୁଗାର, ପାଟ୍ରୋଲିଂବେଳେ ଯାଞ୍ଚ କରିବାରୁ…

ଭଞ୍ଜନଗର,୨୨ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଚୋରା ବ୍ରାଉନସୁଗାର କାରବାର ଅଭିଯୋଗରେ ୨ ଜଣକୁ ଗିରଫ କରିଛି। ସେମାନଙ୍କ ଠାରୁ ୫୧ ଗ୍ରାମ ବ୍ରାଉନସୁଗାର,…

କାର୍‌-ବାଇକ୍‌ ମୁହାଁମୁହିଁ, ଚାଲିଗଲା ୨ ଯୁବକଙ୍କ ଜୀବନ

କେନ୍ଦୁଝର,୨୨ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ଥାନା ଅନ୍ତର୍ଗତ ଗୋଳବନ୍ଧ ଗ୍ରାମ ଛକ ନିକଟରେ ରବିବାର ମଧ୍ୟାହ୍ନରେ ଏକ କାର ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ମୃତ: କୋର୍ଟ ଚାଲାଣ ହେଲେ ୩

ପଟାଙ୍ଗି,୨୨ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଦେଓପଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମାରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ମୃତ ଘଟଣାରେ ପୋଲିସ ତଦନ୍ତ…

୪ ରନ୍‌ କରି ଏଡେନ ମାରକ୍ରମ ଆଉଟ୍‌

ଅହମ୍ମଦାବାଦ,୨୨ା୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ପରସ୍ପର ବିପକ୍ଷରେ ଖେଳୁଛନ୍ତି। ଏହା ସୁପର-୮ ରେ ସେମାନଙ୍କର ପ୍ରଥମ ମ୍ୟାଚ୍‌। ଦକ୍ଷିଣ ଆଫ୍ରିକା ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

ବଡ଼ ସ୍କୋର ଆଶାରେ ଦକ୍ଷିଣ ଆଫ୍ରିକା

ଅହମ୍ମଦାବାଦ,୨୨ା୨:  ଟି-୨୦ ବିଶ୍ବକପ୍‌ର ଟସ୍‌ ଜିତି ବ୍ୟାଟିଂ କରିବାକୁ ଦକ୍ଷିଣ ଆଫ୍ରିକା ନିଷ୍ପତ୍ତି ନେଇଛି।ଅପରିବର୍ତ୍ତିତ ଏକାଦଶ ସହ ପଡ଼ିଆକୁ ଓହ୍ଲାଇବ ଭାରତ। ଟସ୍‌ ଜିତିଥିଲେ ବ୍ୟାଟିଂ ନେଇଥାନ୍ତୁ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ମୃତ ପୋଲିସ ପରିବାରଙ୍କୁ ମିଳିବ ୫ ଲକ୍ଷ ଟଙ୍କା ଲେଖାଏ ସହାୟତା

ଭୁବନେଶ୍ୱର,୨୨।୨: ଝାରସୁଗୁଡ଼ା ଜିଲା ସଦର ଥାନାରୁ ପ୍ରାୟ ଶହେ ମିଟର ଦୂର ଏଚ୍‌ କଣ୍ଟାପାଲି ଏନ୍‌ଏଚ୍‌ ୪୯ରେ ରବିବାର ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୫ଜଣ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri